• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ ୨୦୨୫ ପାଳିତ

FNN WEB by FNN WEB
July 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ ୨୦୨୫ ପାଳିତ
0
SHARES
3
VIEWS


“ଜନସଂଖ୍ୟା ସ୍ଥିରତା ପକ୍ଷ”ର ଶୁଭାରମ୍ଭ କଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ଗୀତଗୋବିନ୍ଦ ସଦନର ସଭାଗୃହଠାରେ ରାଜ୍ୟସ୍ତରୀୟ ବିଶ୍ୱ ଜନସଂଖ୍ୟା ଦିବସ -୨୦୨୫ରେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲୋକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ଯା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ଅବସରରେ ପରିବାର କଲ୍ୟାଣ, ମାନବାଧିକାର ଓ ନାରୀମାନଙ୍କ ସ୍ୱାସ୍ଥ୍ୟ ବିଷୟରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ପ୍ରଦାନ କରିଛନ୍ତି । ପରିବାର ଯୋଜନା, ଲିଙ୍ଗଗତ ସମାନତା, ମାତୃତ୍ବ, ସ୍ୱାସ୍ଥ୍ୟ ଏବଂ ମାନବିକ ଅଧିକାର ସମେତ ବିଭିନ୍ନ ଜନସଂଖ୍ୟା ସମ୍ବନ୍ଧୀୟ ସମସ୍ୟା ବିଷୟରେ ସଚେତନତା ସୃଷ୍ଟି କରିବା ବିଶ୍ୱ ଜନସଂଖ୍ୟା ଦିବସର ପ୍ରଧାନ ଲକ୍ଷ୍ୟ ବୋଲି ସେ ମତପ୍ରକାଶ କରିଛନ୍ତି । ମିଳିମିଶି ସୁସ୍ଥ ସମାଜ ପରିବେଶ ଗଠନ ପାଇଁ ସମସ୍ତେ ଚେଷ୍ଟିତ ହେବାକୁ ସେ ଆହ୍ୱାନ କରିଥିଲେ।

ରାଜ୍ୟରେ ପରିବାର ନିୟୋଜନ ଅଭିଯାନକୁ ସଫଳ କରିବା ନିମନ୍ତେ ବହୁବିଧ ପଦକ୍ଷେପମାନ ଗ୍ରହଣ କରାଯାଉଛି। ଏହାର ଫଳସ୍ବରୁପ ପରିବାର କଲ୍ୟାଣ କାର୍ଯ୍ୟକ୍ରମର ବିଭିନ୍ନ କ୍ଷେତ୍ରରେ ବିଗତ ବର୍ଷ ମଧ୍ୟରେ ଆଶାନୁରୁପକ ସଫଳତା ଲାଭ କରିଛି । ସମସ୍ତ ସେବା ପ୍ରଦାନକାରୀମାନଙ୍କୁ ତାଲିମ ମାଧ୍ଯମରେ ସେମାନଙ୍କର ଦକ୍ଷତା ବୃଦ୍ଧିକରାଯାଉଛି। ରାଜ୍ୟ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୋଷ୍ଠୀସ୍ତରୀୟ ସ୍ବେଛାସେଵୀ, ଆଶା ଦିଦି ମାନଙ୍କ ମାଧ୍ୟମରେ ଜନସାଧାରଣଙ୍କୁ ଆବଶ୍ୟକ ସୁଚନା ପ୍ରଦାନକରି ସେବା ଗ୍ରହଣ ନିମନ୍ତେ ପ୍ରବର୍ତ୍ତାଯାଉଛି ବୋଲି ମାନ୍ୟବର ମନ୍ତ୍ରୀ କହିଥିଲେ ।

ଏହି ଅବସରରେ ଡକ୍ଟର ମହାଲିଙ୍ଗ କହିଥିଲେ ଯେ ରାଜ୍ୟରେ ପରିବାର ନିୟୋଜନ ଅଭିଯାନକୁ ସଫଳ କରିବା ନିମନ୍ତେ ବହୁବିଧ ପଦକ୍ଷେପମାନ ଗ୍ରହଣ କରାଯାଉଛି। ଏହାର ଫଳସ୍ବରୁପ ପରିବାର କଲ୍ୟାଣ କାର୍ଯ୍ୟକ୍ରମର ବିଭିନ୍ନ କ୍ଷେତ୍ରରେ ବିଗତ ବର୍ଷ ମଧ୍ୟରେ ଆଶାନୁରୁପକ ସଫଳତା ଲାଭ କରିଛି। ଦମ୍ପତ୍ତି ପିଛା ହାରାହାରି ସନ୍ତାନ ସଂଖ୍ୟା ଯାହା ୨.୧ ରହିବା ଆବଶ୍ୟକ, ଆମ ରାଜ୍ୟର ତାହା ୧.୮ ରେ ପହଞ୍ଚିଛି । ଏହା ଜାତୀୟ ହାରଠୁ ଉନ୍ନତ ସ୍ତରରେ ରହିଛି। ପରିବାର ନିୟୋଜନର ଅପୁରଣୀୟ ଆବଶ୍ୟକତା ଓଡିଶାର ଶତକଡା ୧୩.୬ ରୁ କମ ହୋଇ ୭.୨ ରେ ପହଞ୍ଚିପାରିଛି। ଯାହାକି ଆମ ରାଜ୍ୟ ପାଇଁ ଖୁସିର ବିଷୟ। ରାଜ୍ୟ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୋଷ୍ଠୀସ୍ତରୀୟ ସ୍ଵେଚ୍ଛାସେବୀ ଆଶା ଦିଦି ମାନଙ୍କ ମାଧ୍ୟମରେ ଜନସାଧାରଣଙ୍କୁ ଆବଶ୍ୟକ ସୂଚନା ପ୍ରଦାନକରି ସେବା ଗ୍ରହଣ ନିମନ୍ତେ ପ୍ରବର୍ତ୍ତାଯାଉଛି ବୋଲି ସେ ପ୍ରକାଶ କରିଥିଲେ l

ଏହି ଅବସରରେ ମାନ୍ୟବର ମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ ସଫଳତା ଲାଭ କରିଥିବା ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ପରିବାର ନିଯୋଜନରେ ନିଜର ଅତୁଳନୀୟ ଅବଦାନ ଦେଇଥିବା ଆଶା,ଡାକ୍ତର,ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ନୂଆ ସରକାର ଆସିବା ପରେ ପ୍ରଥମ ଥର ପାଇଁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଥିଲେ । ଏହି ଅବସରରେ ଉନ୍ନତ ପ୍ରଦର୍ଶନ ପାଇଁ ବିଭିନ୍ନ ଜିଲ୍ଲାମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା l

ବିଶ୍ୱ ଜନସଂଖ୍ୟା ଦିବସ ଓ ଜନସଂଖ୍ୟା ସ୍ଥିରତା ପକ୍ଷ ପାଳନ ଦ୍ଵାରା ଜନସଂଖ୍ୟା ବୃଦ୍ଧି ରୋକିବା ପାଇଁ ଲୋକଙ୍କୁ ଜାଗୃତ କରାଯାଉଛି। ଦ୍ରୁତ ଜନସଂଖ୍ୟା ବୃଦ୍ଧି ବିଭିନ୍ନ କାରଣରୁ ସମାଜ ଓ ଦେଶ ପାଇଁ କ୍ଷତିକାରକ। ଏବେ ରାଜ୍ୟ ତଥା ଦେଶର କେତେକ ସ୍ଥାନରେ ବାଲ୍ୟ ବିବାହ କରାଯାଉଛି। ଏହା ବେଆଇନ ବା ଆଇନ ଦୃଷ୍ଟିରେ ଅପରାଧ ଅଟେ । ଏଭଳି କୁପ୍ରଥା କାରଣରୁ କମ ବସୟରେ ମଧ୍ୟ କେତେକ ମହିଳା ସନ୍ତାନମାନଙ୍କୁ ଜନ୍ମ ଦେଇଥାଆନ୍ତି। ଯାହା ମା’ ଓ ଶିଶୁ ଉଭୟଙ୍କ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଅଟେ। ଉପଯୁକ୍ତ ବ୍ୟବଧାନରେ ଜନ୍ମ ନେଇଥିବା ଶିଶୁଙ୍କ ସ୍ୱାସ୍ଥ୍ୟ ଏବଂ ଶାରୀରିକ ଅଭିବୃଦ୍ଧି ଠିକ ରହିଥାଏ। ତେଣୁ ସୂଚନା- ଶିକ୍ଷା-ସଂଚାର ଦ୍ବାରା ଜନସଂଖ୍ୟା ବୃଦ୍ଧିକୁ ରୋକାଯାଇ ଜନସଂଖ୍ୟାରେ ପ୍ରତିସ୍ଥାପନ ହାର(Replacement Rate) ହାସଲ କରାଯାଇ ପାରିବବୋଲି ମତପ୍ରକାଶ ପାଇଥିଲା ।

ସୂଚନାଯୋଗ୍ୟ ଯେ , ପ୍ରତିବର୍ଷ ୧୧ ଜୁଲାଇରେ ସମଗ୍ର ବିଶ୍ୱରେ ‘ବିଶ୍ୱ ଜନସଂଖ୍ୟା ଦିବସ’ ପାଳନ କରାଯାଇଥାଏ। ଭାରତ ତଥା ଓଡ଼ିଶାରେ ପ୍ରତିବର୍ଷ ପରିବାର ନିୟୋଜନ ଏବଂ ଜନସଂଖ୍ୟା ସମସ୍ୟା ସମାଧାନ ଉପରେ ଧ୍ୟାନ ଦେଇ ଏହି ଦିବସ ପାଳନ କରାଯାଇଥାଏ। ଏହାର ଲକ୍ଷ୍ୟ ହେଉଛି ବ୍ୟକ୍ତିଗତ ପ୍ରଜନନ ଅଧିକାର ସୁରକ୍ଷା ଏବଂ ପ୍ରଜନନ ବୟସର ମହିଳାମାନଙ୍କୁ ସେମାନଙ୍କ ପ୍ରଜନନ କ୍ଷମତା ନିୟନ୍ତ୍ରଣ କରିବା ପାଇଁ ସୁଯୋଗ ପ୍ରଦାନ କରିବା l ଏହି କାର୍ଯ୍ୟକ୍ରମରେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ରାଜଶ୍ରୀ ପଟ୍ଟନାୟକ ସ୍ୱାଗତ ଭାଷଣ ରଖିଥିବା ବେଳେ , ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡାକ୍ତର ଅମରେନ୍ଦ୍ର ମହାନ୍ତି ନିଜର ବକ୍ତବ୍ଯ ରଖି ଥିଲେ। ଅନ୍ତିମ ଚରଣରେ ଅତିରିକ୍ତ ନିର୍ଦ୍ଦେଶକ ଡାକ୍ତର ମୁରଲୀଧର ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ମହାନଦୀ ଚଉମୁହାଣୀ ଅଞ୍ଚଳରେ କୁମ୍ଭୀର

Next Post

ଆସନ୍ତାବର୍ଷ ପୁରୀରେ ହେବ ପୂର୍ବ କ୍ଷେତ୍ରୀୟ ପରିଷଦର ବୈଠକ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଆସନ୍ତାବର୍ଷ ପୁରୀରେ ହେବ ପୂର୍ବ କ୍ଷେତ୍ରୀୟ ପରିଷଦର ବୈଠକ: ମୁଖ୍ୟମନ୍ତ୍ରୀ

ଆସନ୍ତାବର୍ଷ ପୁରୀରେ ହେବ ପୂର୍ବ କ୍ଷେତ୍ରୀୟ ପରିଷଦର ବୈଠକ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.