• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ବରରେ ଗର୍ଜିଲେ ରାହୁଲ, ଆଦାନୀ-ମୋଦୀଙ୍କୁ ଟାର୍ଗେଟ୍

FNN WEB by FNN WEB
July 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ବରରେ ଗର୍ଜିଲେ ରାହୁଲ, ଆଦାନୀ-ମୋଦୀଙ୍କୁ ଟାର୍ଗେଟ୍
0
SHARES
2
VIEWS


ଆଦାନୀଙ୍କ ପାଇଁ ଜଗନ୍ନାଥଙ୍କ ରଥ ଅଟକାଇ ଦେଲେ: ରାହୁଲ
ଭୁବନେଶ୍ଵର : ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଯୋଗଦେଇ କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି। ଡବଲ ଇଞ୍ଜିନ ସରକାର କିପରି ଓଡିଶାବାସୀଙ୍କ ସହ ବିଶ୍ୱାସଘାତ ଓ ପ୍ରତାରଣା କରିଛି ତାର ତଥ୍ୟ ଦେଇ କଂଗ୍ରେସ କର୍ମୀ ଓ ନେତାଙ୍କ ମନରେ ଉତ୍ସାହ ଭରିଛନ୍ତି ରାହୁଲ । ତୃଣମୂଳ ସ୍ତରରେ କଂଗ୍ରେସ କର୍ମୀଙ୍କୁ ସଶକ୍ତ କରିବାକୁ ଆହ୍ୱାନ ଦେଇଛନ୍ତି ରାହୁଲ । ରଥଯାତ୍ରାରେ ଅବ୍ୟବସ୍ଥା ସହ ଡ୍ରାଇଭରଙ୍କ ଆନ୍ଦୋଳନକୁ ନେଇ ସଂଗୀନ ଅଭିଯୋଗ ଆଣିଛନ୍ତି ରାହୁଲ। ରଥଯାତ୍ରା ଅଘଟଣକୁ ନେଇ ଟାର୍ଗେଟ କରି ରାହୁଲ କହିଛନ୍ତି ଯେ ଆଦାନିଙ୍କ ପାଇଁ ରଥକୁ ରୋକାଯାଇଥିଲା। ରାହୁଲ କହିଛନ୍ତି ଯେ ଏହା ଆପଣଙ୍କ ସରକାର ନୁହେଁ, ଆଦାନିଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର।

ସେହିପରି ରାହୁଲ କହିଛନ୍ତି ଯେ ଓଡ଼ିଶାରେ ୪୦ ହଜାରରୁ ଊର୍ଦ୍ଧ୍ବ ମହିଳା ଗାଏବ ହୋଇଛନ୍ତି, ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି । ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ପାଲଟିଛନ୍ତି । ସେହିପରି ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ଯେ ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା, ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା। କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି। ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି । ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ୍ । ରାହୁଲ କହିଛନ୍ତି ଯେ ମୁଁ ଏହି ସରକାର ବିରୋଧରେ ଲଢ଼ିବାକୁ ଚାହୁଁଛି, ଏଠାକାର ସରକାରଙ୍କୁ ହଟାଇବାକୁ ଚାହୁଁଛି ।

ରାହୁଲ ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ସରକାରଙ୍କ କାମ ଓଡ଼ିଶାର ଧନ ଗରିବ ଲୋକଙ୍କ ଠାରୁ ଚୋରି କରିବା । ପ୍ରଥମେ ବିଜେଡି ଏହି କାମ କରୁଥିଲା ଆଉ ଏବେ ବିଜେପି ଏହି କାମ କରୁଛି । ଓଡିଶାର ଗରିବ ଲୋକ, ଦଳିତ, ଚାଷୀ, ମଜୁରିଆ ଗୋଟିଏ ଅନ୍ୟପଟେ ୫ରୁ ୬ ଜଣ ଆରବପତି, ବିଜେପି ସରକାର, ଏମାନଙ୍କ ଭିତରେ ଲଢେଇ ହେଉଛି । ଆଉ କଂଗ୍ରେସ ଓଡ଼ିଶା ଜନତାଙ୍କ ସହ ମିଶି ଏହି ଲଢେଇ ଜିତିବ । ବିଜେପି ପୂରା ଦେଶରେ ସମ୍ୱିଧାନ ଉପରେ ଆକ୍ରମଣ କରୁଛି । ମହାରାଷ୍ଟ୍ର ଭଳି ବିାହରରେ ନିର୍ବାଚନ ଚୋରି କରିବାକୁ ପ୍ରୟାସ କରାଯାଉଛି । ଆଉ ଏଥିପାଇଁ ନିର୍ବାଚନ କମିସନ ନୂଆ ଷଡଯନ୍ତ୍ର ରଚିଛନ୍ତି । ନିଜ କାମ ଛାଡି଼ ସେ ବିଜେପି କାମ କରୁଛନ୍ତି । ମହାରାଷ୍ଟ୍ରରେ ବିଧାନସଭା ଓ ଲୋକସଭା ନିର୍ବାଚନ ଭିତରେ ୧ କୋଟି ନୂଆ ଭୋଟର ଆସିଗଲେ । ଆଜି ଯାଏଁକେହି ଜାଣିନାହାନ୍ତି ସେ ଭୋଟର କେଉଁଠୁ ଆସିଲେ । ଆମେ ନିର୍ବାଚନ କମିସନଙ୍କୁ ଭୋଟର ଲିଷ୍ଟ ମାଗି ସାରିଛୁ । ଆଉ ଏହି ଚୋରି ଏବେ ବିହାରରେ କରିବାକୁ ଯାଉଛି ବିଜେପି ବୋଲି କହିଛନ୍ତି ରାହୁଲ ଗାନ୍ଧୀ ।

ଓଡ଼ିଶାରେ ଏବେ ବିଜେପିର ମଡେଲ । ଏଠାରେ ୫ରୁ ୬ କମ୍ପାନିଙ୍କୁ ଆପଣଙ୍କ ସମ୍ପତ୍ତି ଦେଉଛନ୍ତି ସରକାର । ମୁଁ ଚାଷୀ, ଗରିବ, ମହିଳାଙ୍କୁ ଭେଟିଛି ତାଙ୍କ ଦୁଃଖ ଶୁଣିଛି । ଜଳ, ଜଙ୍ଗଲ, ମାଟି ଆଦାବିସୀଙ୍କର ଅଛି ଆଉ ରହିବ । ଏଠାରେ ଆଦିବାସୀଙ୍କୁ ନପଚାରି ଜମି ଛଡ଼ାଇନିଆଯାଏ ତାଙ୍କୁ ପଟ୍ଟା ଦିଆଯାଏ ନାହିଁ । କଂଗ୍ରେସ ଦଳ ପେସା ଆଇନ ଆଣିଛି, ଆଦିବାସୀ ବିଲ୍ ଆଣିଛି । ଏହି ବିଲ୍ ଆମେ ଲାଗୁ କରି ଆଦିବାସୀଙ୍କୁ ତାଙ୍କ ହକ୍ ଦେବୁ । ବିକାଶ ଆରବପତିଙ୍କ ପାଇଁ ନୁହେଁ ବିକାଶ ଓଡ଼ିଶା ଜନତାଙ୍କ ପାଇଁ କରାଯିବା ଦରକାର। ଏଠାକାର ସରକାର ଆପଣଙ୍କ ଧନ, ଜନ, ଭୂମି ଲୁଟିବାରେ ଲାଗିଛି । କ୍ଷତିପୂରଣ ନଦେଇ ଡରାନ୍ତି, ଧମକ ଦିଅନ୍ତି । ଆଦିବାସୀ, ଚାଷୀ, ଗରିବ ଯାହା ଉପରେ ସରକାର ଅତ୍ୟାଚାର କରୁଛନ୍ତି ତାଙ୍କ ସହ କଂଗ୍ରେସ ଛିଡ଼ା ହେବ, ମୁଁ ଛିଡ଼ା ହେବି । ଆଉ ଆଦିବାସୀଙ୍କୁ ପଟ୍ଟା ଆପଣଙ୍କୁ କଂଗ୍ରେସ ହିଁ ଦେବ ବୋଲି ରାହୁଲ କହିଛନ୍ତି ।

ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇ ଯାଇଛନ୍ତି । ଆଜି ଯାଏଁ କାହାକୁ ଜଣା ନାହିଁ ମହିଳା କୁଆଡ଼େ ଗଲେ । ମହିଳାଙ୍କ ବିରୋଧରେ ଅତ୍ୟାଚାର ହେଉଛି, ଗଣ ଦୁଷ୍କର୍ମ ହେଉଛି । ପ୍ରତିଦିନ ୧୫ ମହିଳା ଦୁଷ୍କର୍ମର ଶିକାର ହେଉଛନ୍ତି । ହେଲେ ଆପଣଙ୍କ ସରକାରକୁ ଏଥିରେ କିଛି ନେଣଦେଣ ନାହିଁ । ସେ ୨୪ ଘଣ୍ଟା ଆପଣଙ୍କ ରକ୍ତ ପିଉଛନ୍ତି । ଏଥିପାଇଁ ଆମେ ଏଠାକୁ ଆସିଛୁ ଆପଣଙ୍କ ସହ ଛିଡ଼ା ହେଉଛି । ଯେତେବେଳେ ବି ଯାହା ହେବ ଆପଣ ମୋତେ ଡାକିଲେ ମୁଁ ଆସିବି ଆପଣଙ୍କ ସହ ଛିଡ଼ା ହେବି ବୋଲି ଓଡ଼ିଶାବାସୀଙ୍କୁ ରାହୁଲ ପ୍ରତିଶ୍ରୁତି ଦେଇଛନ୍ତି ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କହିଥିଲେ ଜଣେ ଅଫିସରକୁ ବିଜେପି ନେତା ବାଡ଼େଇଲେ। ଓଡ଼ିଶାରେ ୧୧ ମାସରେ ୨୮ ହଜାର ମହିଳା ଓ ଶିଶୁଙ୍କ ଉପରେ ଅତ୍ୟାଚାର ହୋଇଛି । ଓଡିଶାରେ ବାଲି, ଜଙ୍ଗଲ ବିକି କମିଶନ ଖାଉଛନ୍ତି ସରକାର । ରଥ ଯାତ୍ରାରେ ୩ ଜଣଙ୍କ ଜୀବନ ଗଲା । ଅନେକ ଆହତ ହେଲେ । ଓଡ଼ିଶା କଂଗ୍ରେସ ମଜଭୁତ ହେଉଛି ବୋଲି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି । ପିସିସି ସଭାପତିଙ୍କ ସହ କଂଗ୍ରେସର ମଙ୍ଗୁଆଳମାନେ ଡବଲ ଇଞ୍ଜିନ ସରକାର ଉପରେ ମଞ୍ଚରେ ବର୍ଷିଥିଲେ। ସଂବିଧାନ ସମାବେଶର ପୂର୍ବରୁ ରାହୁଲ ଚାଷୀ, ବିସ୍ଥାପିତଙ୍କ ସହ ଆଲୋଚନା କରିଥିଲେ । ସଭା ମଞ୍ଚରେ ଓଡ଼ିଶାର କଂଗ୍ରେସର ନେତାଙ୍କ ସହ ୱାନ ଟୁ ୱାନ୍ ଆଲୋଚନା କରିଥିଲେ । ତେବେ ରାହୁଲଙ୍କ ଗସ୍ତ ପରେ ଓଡିଶାରେ କଂଗେସ ସଙ୍ଗଠନ କେତେ ମଜଭୁତ୍ ହେଉଛି ତାହା ଉପରେ ନିଶ୍ଚୟ ନଜର ରହିବ ।

Previous Post

ଆସନ୍ତାବର୍ଷ ପୁରୀରେ ହେବ ପୂର୍ବ କ୍ଷେତ୍ରୀୟ ପରିଷଦର ବୈଠକ: ମୁଖ୍ୟମନ୍ତ୍ରୀ

Next Post

କଳିଙ୍ଗରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍

FNN WEB

FNN WEB

Next Post
କଳିଙ୍ଗରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍

କଳିଙ୍ଗରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.