• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା : ପ୍ରିନ୍ସିପାଲ ଓ ଏଚ୍‌ଓଡି ସସପେଣ୍ଡ, ଅଧ୍ୟାପକ ଗିରଫ

FNN WEB by FNN WEB
July 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା : ପ୍ରିନ୍ସିପାଲ ଓ ଏଚ୍‌ଓଡି ସସପେଣ୍ଡ, ଅଧ୍ୟାପକ ଗିରଫ
0
SHARES
1
VIEWS

ଗୁରୁତର ଛାତ୍ରୀଙ୍କୁ ହସ୍‌ପିଟାଲରେ ଭେଟିଲେ ମନ୍ତ୍ରୀ, ବିଜେଡି ନେତା
ଭୁବନେଶ୍ବର : ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀ ପେଟ୍ରୋଲ ଢାଳି ହୋଇ ଆତ୍ମାହୂତି ଘଟଣାରେ ଉଚ୍ଚ ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ କଲେଜର ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଓ ବିଭାଗୀୟ ମୁଖ୍ୟ ତଥା ସହକାରୀ ପ୍ରଫେସର ମନୋଜ କୁମାର ସାହୁଙ୍କୁ ନିଲମ୍ବନ କରିଛନ୍ତି। ଏହାରି ମଧ୍ୟରେ ଅଭିଯୁକ୍ତ ଅଧ୍ୟାପକ ଶ୍ରୀସାହୁଙ୍କୁ ପୁଲିସ ଗିରଫ କରିଛି। ଏଥିସହ ଭୁବନେଶ୍ବରର ଏମ୍ସରେ ଗୁରୁତର ଭାବେ ଭର୍ତ୍ତି ହୋଇଥିବା ବାଲେଶ୍ବର ଜିଲ୍ଲା ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି ସନ୍ଧ୍ୟାରେ ଭେଟିଛନ୍ତି। ସଂପୃକ୍ତ ଛାତ୍ରୀଙ୍କ ଚିକିତ୍ସା ଜାରି ଥିବା ବେଳେ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଛାତ୍ରୀଙ୍କୁ ଟ୍ରମା କେୟାର ୟୁନିଟରୁ ବର୍ଣ୍ଣ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଛି। ଏମ୍ସରେ ଚିକିତ୍ସାଧୀନ ଥିବା ଛାତ୍ରୀଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ସମସ୍ତ ଚେଷ୍ଟା କରୁଛୁ ବୋଲି କହିଛନ୍ତି।

ସେହିପରି ବିଜେଡିର ପ୍ରତିନିଧି ମଣ୍ଡଳୀ ମଧ୍ୟ ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଛନ୍ତି। ଛାତ୍ରୀଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝୁଛନ୍ତି । ତା ସହ ପୂର୍ବରୁ ଘଟଣା କେମିତି ରହିଥିଲା ସେ ବାବଦରେ ଆଲୋଚନା କରିଛନ୍ତି। ଏହି ପ୍ରତିନିଧି ଦଳରେ ମେୟର ସୁଲୋଚନା ଦାସ, ବିଧାୟକ ଗୌତମ ବୁଦ୍ଧ ଦାସ, ସ୍ନେହାଙ୍ଗିନୀ ଛୁରିଆ, ରାଜଶ୍ରୀ ମଲ୍ଲିକ, ଇପ୍‌ସିତା ସାହୁ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରିୟବ୍ରତ ମାଝୀ ପ୍ରମୁଖ ଥିଲେ।

ସୂଚନାଯୋଗ୍ୟ, ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରୁଥିବା ନେଇ ପିଏଚ୍‌ଡି ଦ୍ବିତୀୟ ବର୍ଷର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କୁ ଅଭିଯୋଗ କରିଥିଲେ। କିନ୍ତୁ କଲେଜ କର୍ତ୍ତୃପକ୍ଷ ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଶୀଘ୍ର ନେଇ ନଥିବାରୁ ଅଶାନ୍ତିରେ ଦିନ କାଟୁଥିଲେ। ଏହି ମାମଲାର କୌଣସି ଦୃଷ୍ଟାନ୍ତମୂଳକ ସମାଧାନ ପାଇଁ ମଧ୍ୟ ଉଦ୍ୟମ କରାଯାଇନଥିଲା। ଏହି କାରଣରୁ ଛାତ୍ରୀ ଜଣକ ମାନସିକ ଚାପରେ ଥିଲେ। ଶେଷରେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଆଜି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ଛାତ୍ରୀଜଣକ ଗୁରୁତର ଅବସ୍ଥାରେ ଛଟପଟ ହେଉଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଛାତ୍ରୀ ୧୨ ଦିନ ହେଲା ମାନସିକ ଚାପରେ ଥିଲେ।

Previous Post

ଓଡ଼ିଆ ସାହିତ୍ୟ ଜଗତର ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜନ୍ମଶତବାର୍ଷିକୀ ପାଳିତ

Next Post

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.