• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସବୁଠି ବିଦ୍ରୋହର ନିଆଁ, ବିକ୍ଷୋଭ ପ୍ରଦର୍ଶନ

FNN WEB by FNN WEB
July 15, 2025
in ଓଡ଼ିଶା, ମୁଖ୍ୟ ଖବର
0
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସବୁଠି ବିଦ୍ରୋହର ନିଆଁ, ବିକ୍ଷୋଭ ପ୍ରଦର୍ଶନ
0
SHARES
2
VIEWS

ଭୁବନେଶ୍ବର: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ସୌମ୍ୟାଶ୍ରୀଙ୍କ ମୃତ୍ୟୁ ନେଇ ସାଧାରଣ ଜନତା, ବିରୋଧୀ ଦଳର ନେତା, ବୁଦ୍ଧିଜୀବୀ ପ୍ରମୁଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଅନ୍ୟ ପଟରେ ରାଜ୍ୟ ସରକାର ଏହି ଘଟଣାରେ ସଂପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଛନ୍ତି। ଘଟଣାର ଅଧିକ ତଦନ୍ତ ଜାରି ରହିଛି।

ବିଜେଡିର ଆସନ୍ତାକାଲି ବଡ଼ ବନ୍ଦ ଡାକରା
ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶାରେ ତୀବ୍ର ଆନ୍ଦୋଳନ ଓ ରାଜନୈତିକ ପ୍ରତିକ୍ରିୟା ଦେଖାଦେଇଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ବିଜେଡି ନେତାମାନେ ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛନ୍ତି। ବିଜେଡି ନେତା ବବି ଦାସ କହିଛନ୍ତି, “ସରକାରଙ୍କ ଦାୟିତ୍ୱହୀନତା ଓ ଅପାରଗତା ଯୋଗୁଁ ଜଣେ ଯୁବତୀଙ୍କ ଜୀବନ ଅକାଳରେ ଚାଲିଗଲା।” ସେହିପରି, ବିଜେଡି ନେତ୍ରୀ ସୁଲତା ଦେଓ ରାଜ୍ୟ ସରକାରଙ୍କୁ “ଦଳିତ ଓ ଆଦିବାସୀ ବିରୋଧୀ” ବୋଲି ଅଭିଯୋଗ କରି ପୋଷ୍ଟମର୍ଟମ ରାତିରେ କରାଯିବା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, “ରାତିରେ ପୋଷ୍ଟମର୍ଟମ କରି ଘଟଣାକୁ ଲୁଚାଇବାକୁ ଚେଷ୍ଟା କରାଯାଇଛି।”

୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ଓଡ଼ିଶା କଂଗ୍ରେସ
ସେପଟେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ଓଡ଼ିଶା କଂଗ୍ରେସ । ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଓ ମୃତ୍ୟୁ ଘଟଣାକୁ ନେଇ ଏହି ଡାକରା ଦିଆଯାଇଛି । ଓଡ଼ିଶା ବନ୍ଦ ସମୟରେ ସ୍କୁଲ, କଲେଜ, ଦୋକାନ ଓ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି । ବନ୍ଦ ଡାକରାରେ ଜରୁରୀ କାଳୀନ ସେବାକୁ ବାଦ ଦିଆଯାଇପାରେ । ଏହି ସମୟରେ ଆମ୍ୱୁଲାନ୍ସ, ମେଡିସିନ ଷ୍ଟୋର, ଡାଏରୀ ଦୋକାନ ଭଳି ଅତ୍ୟାବଶ୍ୟକ ଜିନିଷର ଦୋକାନ ଖୋଲା ରହିପାରେ

ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
ସୋମ୍ୟାଶ୍ରୀଙ୍କ ମୃତ୍ୟୁ ନେଇ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବିଭିନ୍ନ ଛାତ୍ର ସଂଗଠନ ପକ୍ଷରୁ ଜଗନ୍ନାଥ ମହାବିଦ୍ୟାଳୟ ସମୁଖରେ ବିକ୍ଷୋଭ କରିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ସରକାର ଏବଂ ପ୍ରଶାସନ ଜାଣି ଶୁଣି କୌଣସି ପଦକ୍ଷେପ ନନେବାରୁ ଛାତ୍ରୀର ଆଜି ମୃତ୍ୟୁ ଘଟିଛି ବୋଲି ଅଭିଯୋଗ ଅଣାଯାଇଛି। ଏଥି ପାଇଁ ସରକାର ଦାୟୀ ବୋଲି ଛାତ୍ର ବିଜେଡି ଦାୟୀ କରିଥିବା ବେଳେ ଏବିଭିପି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଓ ଛାତ୍ର କଂଗ୍ରେସ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ତୁରନ୍ତ ପଦବୀ ରୁ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଫଟୋରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଲେ ଛାତ୍ରଛାତ୍ରୀ
ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରସ୍ଥିତ ଡାଲମିଆ କଲେଜର ଛାତ୍ରଛାତ୍ରୀ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଫଟୋରେ ଢ଼ାଳି ନିଆଁ ଲଗାଇଛନ୍ତି। ଡାଲମିଆ କଲେଜର ମୁଖ୍ୟ ଫାଟକ ଆଗରେ ବିକ୍ଷୋଭ ପ୍ରଦଶନ କରିଥିଲେl

ବିଜେପି ରାଜ୍ୟ କାର୍ଯ୍ୟାଳୟ ସମ୍ମୁଖରେ ପ୍ରଦର୍ଶନ
ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପାଇଁ ବିଜେପି ସରକାର ଦାୟୀ ବୋଲି ଆଜି ପ୍ରଦେଶ ଯୁବ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛି। ସଂଗଠନର ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଯୁବ କଂଗ୍ରେସ ପକ୍ଷରୁ କୋକେଇ ଶୋଭାଯାତ୍ରା କରାଯିବା ସହ ଭୁବନେଶ୍ୱରସ୍ଥିତ ବିଜେପି କାର୍ଯ୍ୟାଳୟ ସମ୍ମୁଖରେ କରାଯାଇଛି।

ବିଜେଡି ପକ୍ଷରୁ ବିଭିନ୍ନ କଲେଜ ସମ୍ମୁଖରେ ବିକ୍ଷୋଭ
ପ୍ରଶାସନିକ ଅବହେଳା ପାଇଁ ନିରୀହ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଶେଷରେ ମୃତ୍ୟ ଘଟଣା ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି। ପ୍ରତିବାଦରେ ଯୁବ ନେତା ସୁବ୍ରତ ଛାଟୋଇ ଓ ଦିଲ୍ଲୀପ ନାୟକ ନେତୃତ୍ୱରେ ଆଜି ନିମାପଡା ଠାରେ ବିଜୁ ଜନତା ଦଳ ପକ୍ଷରୁ ଏକ ବିକ୍ଷୋଭ ଏବଂ ରାଜ୍ୟ ରାଜପଥ ଅବରୋଧ କରାଯାଇଥିଲା। ସେହିପରି ବାଲେଶ୍ୱର ଏଫଏମ କଲେଜ ପୀଡ଼ିତାଙ୍କ ପ୍ରତି ହୋଇଥିବା ସରକାରଙ୍କ ଦାୟିତ୍ବହୀନତା ଓ ବ୍ୟବସ୍ଥାଗତ ଅନ୍ୟାୟ ବିରୋଧରେ ବିଜୁ ଛାତ୍ର ଓ ଯୁବ ଜନତା ଦଳ ପକ୍ଷରୁ ରାଜ୍ୟର ବିଭିନ୍ନ କଲେଜରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ମାଲକାନଗିରିରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ
ମାଲକାନଗିରି ଜଲ୍ଲା କଂଗ୍ରେସ ତରଫରୁ ବାଲେଶ୍ବରରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆଜି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲ୍ଲାର ବିଭିନ୍ନ ଅଂଚଳରୁ ଶତାଧିକ କର୍ମୀ କୋର୍ଟ ଛକ ନିକଟରେ ପହଞ୍ଚିଥିଲେ। ସେଠାରୁ ମାଲକାନଗିରି ମହାବିଦ୍ୟାଳୟ ପର୍ଯ୍ୟନ୍ତ ରାଲି କରି ସରକାର ବିରୋଧୀ ସ୍ଲୋଗାନ ଦେଉଥିଲେ। ବାଲେଶ୍ବରରେ ଛାତ୍ରୀ ମୃତ୍ୟୁର କାରଣ ମୁଖ୍ୟମନ୍ତ୍ରୀ ଏବଂ ଶିକ୍ଷାମନ୍ତ୍ରୀ ବୋଲି ଅଭିଯୋଗ କରିଥିଲେ।

ଭଦ୍ରକ କଲେଜରେ ବିକ୍ଷୋଭ ଓ ପ୍ରତିବାଦ ସଭା
ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପରେ ତେଜିଛି ବିଭିନ୍ନ ଭଦ୍ରକ ଜିଲ୍ଲାର ଛାତ୍ର ଆନ୍ଦୋଳନ ହୋଇଛି। ବିଭିନ୍ନ ଛାତ୍ର ସଂଗଠନ ପକ୍ଷରୁ ଆନ୍ଦୋଳନ ଜୋରଦାର କରାଯାଇଛି। ଆଜି ଭଦ୍ରକ କଲେଜ ଆଗରେ ବିଜୁ ଛତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ଓ ପ୍ରତିବାଦ କରାଯାଇଛି। ଏହି ପ୍ରତିବାଦ ସଭା ଓ ବିକ୍ଷୋଭ ବେକେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଇସ୍ତଫା ଦାବି କରିବା ସହ ବିଜେପି ଓ ଏବିଭିପି ବିରୋଧରେ ନାରାଦିଆ ଯାଇଥିଲା। ବିଜେପି ସରକାର ରେ ନାରୀମାନେ ଅସୁରକ୍ଷିତ ବୋଲି ଛାତ୍ର ନେତା ମାନେ ଅଭିଯୋଗ କରିବା ସହ କଲେଜ ଆଗରେ ଟାୟାର ଜାଳି ପ୍ରତିବାଦ କରିଥିଲେ।

Previous Post

୧୮ଦିନ ପରେ ସୁରକ୍ଷିତ ପୃଥିବୀକୁ ଫେରିଲେ ଶୁଭାଂଶୁ ଶୁକ୍ଲା, ସମୁଦ୍ରରେ ଅବତରଣ କଲା ‘ଗ୍ରେସ୍’

Next Post

ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା: ବୁଧବାର ଲୋକସେବା ଭବନ ଘେରାଉ କରିବ ବିଜେଡି

FNN WEB

FNN WEB

Next Post
ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା: ବୁଧବାର ଲୋକସେବା ଭବନ ଘେରାଉ କରିବ ବିଜେଡି

ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା: ବୁଧବାର ଲୋକସେବା ଭବନ ଘେରାଉ କରିବ ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.