• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଞ୍ଚଭୂତରେ ବିଲୀନ ହେଲେ ସୌମ୍ୟାଶ୍ରୀ

FNN WEB by FNN WEB
July 15, 2025
in ଓଡ଼ିଶା, ମୁଖ୍ୟ ଖବର
0
ପଞ୍ଚଭୂତରେ ବିଲୀନ ହେଲେ ସୌମ୍ୟାଶ୍ରୀ
0
SHARES
2
VIEWS

ବାଲେଶ୍ବର: ଗାଁ କାନ୍ଦୁଛି, ମାଆ କାନ୍ଦୁଛି.. ସମସ୍ତଙ୍କ ଆଖିରୁ ଲୁହ ଝରୁଛି । ସାହସୀ ଝିଅର ମୃତ୍ୟୁପରେ ସମସ୍ତେ ସ୍ତବ୍ଧ, ସମସ୍ତେ ନୀରବ, ଏକଦମ ଚୁପ୍‌ । ଦିନ କେଇଟାରେ କଣ ସବୁ ଘଟିଗଲା ନା ପରିବାର ଲୋକେ ଜାଣି ପାରିଛନ୍ତି ନା ଗାଁ ଲୋକେ ବୁଝି ପାରୁଛନ୍ତି । ଗାଁର ସାହସୀ ଝିଅ, ଗାଁର ସୁନା ଝିଅ, ଖଣ୍ଡମଣ୍ଡଳର ପରିଚିତ ଚେହେରା ଯେତେବେଳେ ପେଟ୍ରୋଲ ନିଆଁରେ ଜଳି ଜୀବନ ପାଇଁ ମୃତ୍ୟୁ ସହ ସଂଘର୍ଷ କରୁଥିଲା ସେତେବେଳେ ସାରା ଅଞ୍ଚଳର ଲୋକେ ତା ପାଇଁ ପ୍ରାର୍ଥନା କରିଥିଲେ, ଦୀପ ଜାଳିଥିଲେ ଆଉ ଆଜି ଯେତେବେଳେ ସେହି ଝିଅ ପାଇଁ ଚିତା ସଜଡା ଯାଉଛି, ଜୁଇ ନିଆଁରେ ସେ ଜଳିଯାଉଛି ସେ କଥାକୁ ସହଜେ ଗ୍ରହଣ କରି ପାରୁ ନାହାନ୍ତି ଗ୍ରାମବାସୀ । ଗାଁରେ ଛାତ୍ରୀଙ୍କ ମୃତଦେହ ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା । ତାଙ୍କ ଘର ଆଗରେ ମାଳ ମାଳ ଲୋକ ରୁଣ୍ଡ ହୋଇଥିଲେ । ଗାଁ ଶ୍ମଶାନରେ ଆଖପାଖ ଗାଁ ଲୋକଙ୍କ ଭିଡ ଲାଗାଇଥିଲେ। ଶେଷରେ ପଞ୍ଚଭୂତରେ ଲୀନ ହୋଇଛନ୍ତି ସୌମ୍ୟାଶ୍ରୀ ବିଶି। ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କର ଅନ୍ତିମ ସଂସ୍କାର ନିଜ ଜନ୍ମମାଟି ପଳାସିଆରେ ସଂପନ୍ନ ହୋଇଛି।

ହାରିଗଲା ବାଲେଶ୍ବରର ସାହସୀ ଝିଅ । ନୀରବି ଗଲା ନ୍ୟାୟ ପାଇଁ ନିଆଁ ଜାଳି ଆତ୍ମାହୁତି ଉଦ୍ୟମ କରିଥିବା ଗୋଟେ ଦୃଢମନା ଝିଅ । ଭାବିଥିଲା କଲେଜରେ ସିନା ତା କଥା କେହି ଶୁଣିଲେନି କିନ୍ତୁ ଆତ୍ମାହୁତି କଲେ କାଳେ ସାରା ଦୁନିଆ ଶୁଣିବ, ସମାଜ ତାକୁ ନ୍ୟାୟ ଦେବ । କିନ୍ତୁ ହାଏ ସିଏ କଣ ଜାଣିଥିଲା ତା ଜୀବନ ଏମିତି ଅସମୟରେ, ଅଦିନରେ ଝରିପଡିବ ବୋଲି । ତା ଜୀବନ ଦୀପ ଏମିତି ଅଧ ରାତିରେ ଲିଭିଯିବ ବୋଲି । ନ୍ୟାୟକୁ ଅପେକ୍ଷା କରି କରି ଶେଷରେ ସୌମ୍ୟାଶ୍ରୀ ଆରପାରିକୁ ଚାଲିଗଲା। ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ପ୍ରାୟ ୬ମାସ ଧରି ପୀଡ଼ିତା ଛାତ୍ରୀ ଶାରୀରିକ ଓ ମାନସିକ ନିର୍ଯାତନା ପାଇ ଆସୁଥିଲେ। ଗତ ଜୁନ୍‌ ୩୦ ତାରିଖରେ ଏସଂକ୍ରାନ୍ତରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କ ନିକଟରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ଏହାର ପରଦିନ ଅର୍ଥାତ୍‌ ଜୁଲାଇ ୧ରେ ପୀଡ଼ିତା ଏହି ଅଭିଯୋଗ ସଂକ୍ରାନ୍ତରେ ନିଜ ‘X’ ଆକାଉଣ୍ଟରେ ଉଲ୍ଲେଖ କରିବା ସହ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଅଧିକାରୀ, ନେତା ଏବଂ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ହେଲେ କୌଣସି ନ୍ୟାୟ ନ ପାଇ ୧୨ତାରିଖ ଶନିବାର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କେତେଜଣ ଛାତ୍ରଙ୍କ ଦ୍ୱାରା ସେ ଉଦ୍ଧାର ହୋଇଥିଲେ ସୁଦ୍ଧା ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅପରାହ୍ନରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ପ୍ରାୟ ୯୫% ପୋଡ଼ି ଯାଇଥିବାରୁ ତାଙ୍କୁ ଏମ୍‌ସ ବର୍ନ ୟୁନିଟ୍‌ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଏପରି କି ଦିଲ୍ଲୀ ଏମ୍‌ସର ଡାକ୍ତରୀ ଦଳଙ୍କ ସହାୟତାରେ ଏଠାକାର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖି ଚିକିତ୍ସା ଚଳାଇଥିଲେ। କିନ୍ତୁ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ପୀଡ଼ିତା ସୋମବାର ରାତିରେ ଆଖି ବୁଜିଛନ୍ତି। ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ବାଲେଶ୍ୱର ଜିଲା ଭୋଗରାଇସ୍ଥିତ ବାସଭବନକୁ ନିଆଯିବା ପାଇଁ ପରିବାର ଲୋକ ନିଷ୍ପତ୍ତି ନେଇଥିଲେ।

Previous Post

ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣା: ବୁଧବାର ଲୋକସେବା ଭବନ ଘେରାଉ କରିବ ବିଜେଡି

Next Post

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା ୟୁଜିସି

FNN WEB

FNN WEB

Next Post
ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା ୟୁଜିସି

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା ୟୁଜିସି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.