• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୭ ଜୁଲାଇ ଓଡ଼ିଶା ବନ୍ଦ କୁ ସଫଳ କରିବା ପାଇଁ ଆହ୍ଵାନ

FNN WEB by FNN WEB
July 16, 2025
in ଓଡ଼ିଶା, ମୁଖ୍ୟ ଖବର
0
୧୭ ଜୁଲାଇ ଓଡ଼ିଶା ବନ୍ଦ କୁ ସଫଳ କରିବା ପାଇଁ ଆହ୍ଵାନ
0
SHARES
0
VIEWS

ରାଜ୍ୟବାସୀଙ୍କୁ ୮ଟି ରାଜନୈତିକ ଦଳ ତରଫରୁ ନିବେଦନ

ଭୁବନେଶ୍ବର : ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱରରେ ଆଠଟି ବିରୋଧୀ ରାଜନୈତିକ ଦଳ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ଓଡ଼ିଶାର ଜନସାଧାରଣ, ସମସ୍ତ ବାମପନ୍ଥୀ ଓ ଗଣତାନ୍ତ୍ରିକ ଦଳ, ଟ୍ରେଡ୍ ୟୁନିୟନ, କୃଷକ ସଂଗଠନ, ମହିଳା, ଯୁବକ, ଛାତ୍ର ଏବଂ ସମାଜର ସମସ୍ତ ବର୍ଗଙ୍କୁ ଜୁଲାଇ ୧୭, ୨୦୨୫ରେ ଓଡ଼ିଶା ବନ୍ଦକୁ ସଫଳ କରିବାକୁ ନିବେଦନ କରିଛନ୍ତି। ଡବଲ ଇଞ୍ଜିନ ବିଜେପି ସରକାରଙ୍କ କୁଶାସନ ବିରୁଦ୍ଧରେ ଏହି ବନ୍ଦ ମହିଳାଙ୍କ ସମ୍ମାନ ଏବଂ ସୁରକ୍ଷା ପାଇଁ ଓଡ଼ିଶା ଲୋକଙ୍କର ବନ୍ଦ ହେଉ ବୋଲି ମିଳିତ ବିରୋଧୀ ଦଳ କହିଛନ୍ତି ।

ଅତ୍ୟାବଶ୍ୟକ ସେବା, ଆମ୍ବୁଲାନ୍ସ, ରୋଗୀଙ୍କ ଚିକିତ୍ସା ଇତ୍ୟାଦି ବନ୍ଦରୁ ବାଦ ରହିବ। ବଜାର,ପରିବହନ, ଶିକ୍ଷାନୁଷ୍ଠାନ, ସରକାରୀ ଅଫିସ୍, ଅଦାଲତ, ବ୍ୟାଙ୍କ୍ ଏବଂ ବୀମା ଭଳି ରାଷ୍ଟ୍ରାୟତ ଉଦ୍ୟୋଗ ଇତ୍ୟାଦିକୁ ସମ୍ପୂର୍ଣ୍ଣ ବନ୍ଦ ରଖିବା ପାଇଁ ଆହ୍ଵାନ ଦିଆଯାଇଛି। ରାଜ୍ୟ ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟବ୍ୟାପୀ ବନ୍ଦ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯିବ। ଏଥିପାଇଁ ଜନସାଧାରଣ ସହଯୋଗ କରିବା ନିମନ୍ତେ ଅନୁରୋଧ କରାଯାଇଛି। ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ, ଉଚ୍ଚ ଶିକ୍ଷା ମନ୍ତ୍ରୀ, ବାଲେଶ୍ଵର ସାଂସଦ, ବାଲେଶ୍ଵର ସଦର ବିଧାୟକ ନିଜ ପଦବୀରୁ ଇସ୍ତଫା ଦେବା ପାଇଁ ମିଳିତ ବିରୋଧୀ ଦଳ ପକ୍ଷରୁ ଦୃଢ଼ ଭାବରେ ଦାବି କରଯାଇଛି।

ବାଲେଶ୍ଵର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ବିରୋଧରେ ତ୍ୱରିତ କାର୍ଯ୍ୟନୁଷ୍ଠାନ ପାଇଁ ଦାବି କରାଯାଇଛି। ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ଯୋଗୁଁ ଲୋକଙ୍କ ଧନ-ଜୀବନ ବିପନ୍ନ ହୋଇ ଆଇନର ଶାସନ ଭୁଶୁଡି ପଡିଛି ବୋଲି ମିଳିତ ବିରୋଧୀ ଦଳ କହିଛନ୍ତି। ଏହି ପ୍ରସଙ୍ଗରେ ବିଜେଡି ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ରବର ବୁଲେଟ ଚାଳନା, ପାଣି ମାଡ଼ ଭଳି ଅମାନୁଷିକ ଆକ୍ରମଣକୁ ମିଳିତ ବିରୋଧୀ ଦଳ ତୀବ୍ର ନିନ୍ଦା କରିଛି। ଲାଠି, ଗୁଳି, ପାଣି ମାଡ଼, ଏବଂ ଟିୟର ଗ୍ୟାସ୍ ଚାଳନା ରେ ଶାସନ ଚାଲେ ନାହିଁ ବୋଲି ବିରୋଧୀ ଦଳ ନେତାମାନେ ଉଦବେଗ ପ୍ରକାଶ କରି କହିଛନ୍ତି ।ରାଜ୍ୟରେ ମୋହନ ମାଝୀ ସରକାର ଶାସନ କରିବା ପାଇଁ ତାଙ୍କର ସମସ୍ତ ନୈତିକ ଅଧିକାର ହରାଇଛନ୍ତି ବୋଲି ବିରୋଧୀ ଦଳ ନେତୃବୃନ୍ଦ ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଛନ୍ତି। ରାଜ୍ୟରେ ନାରୀର ସୁରକ୍ଷା ଏବଂ ଆଇନ ର ଶାସନ ପ୍ରତିଷ୍ଠା ପାଇଁ ମିଳିତ ବିରୋଧୀ ଦଳ ପ୍ରସଙ୍ଗ ଭିତ୍ତିକ ଆନ୍ଦୋଳନ ଜାରି ରଖିବ ବୋଲି ଘୋଷଣା କରାଯାଇଥିଲା।

ଆଜି ପୂର୍ବାହ୍ନ କଂଗ୍ରେସ ଭବନ ରେ ଅନୁଷ୍ଠିତ ମିଳିତ ସାମ୍ୱାଦିକ ସମ୍ମିଳନୀରେରେ କଂଗ୍ରେସ ଦଳ ତରଫରୁ ରାଜ୍ୟ ସଭାପତି ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ଦଳର ନେତା ରାମଚଂଦ୍ର କାଡାମ୍, ପୂର୍ବତନ ରାଜ୍ୟ ସଭାପତି ଜୟଦେବ ଜେନା, ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି, ବରିଷ୍ଠ ନେତା ଜଗନ୍ନାଥ ପଟ୍ଟନାୟକ, ସି ପି ଆଇ ରାଜ୍ୟ ସମ୍ପାଦକ ଆଶିଷ କାନୁନଗୋ, ସି ପି ଆଇ (ଏମ୍) ରାଜ୍ୟ ସମ୍ପାଦକ ସୁରେଶ ଚନ୍ଦ୍ର ପାଣିଗ୍ରାହୀ, ସି ପି ଆଇ (ଏମ୍ ଏଲ)- ଲିବେରେସନ୍ ରାଜ୍ୟ ସମ୍ପାଦକ ଯୁଧିଷ୍ଠିର ମହାପାତ୍ର, ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍ ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତିରଞ୍ଜନ ମହାପାତ୍ର, ଏନ୍ ସି ପି ରାଜ୍ୟ ସଭାପତି ବିକ୍ରମ ସ୍ବାଇଁ , ଏସ ପି ରାଜ୍ୟ ସାଧାରଣ ସମ୍ପାଦକ ପ୍ରତାପ ବାରିକ, ଆର୍ ଜେ ଡି ରାଜ୍ୟ ସାଧାରଣ ସମ୍ପାଦକ ହେମନ୍ତ କୁମାର ପ୍ରମୁଖ ରାଜ୍ୟ ନେତୃବୃନ୍ଦ ବନ୍ଦକୁ ସଫଳ କରିବା ପାଇଁ ଆହ୍ଵାନ କରିଥିଲେ ।

Previous Post

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀସ୍ତରୀୟ ସବ୍ କମିଟିର ପ୍ରଥମ ବୈଠକ

Next Post

ନ୍ୟାୟ ପାଇଁ ଲୋୟର ପିଏମଜି ରଣକ୍ଷେତ୍ର

FNN WEB

FNN WEB

Next Post
ନ୍ୟାୟ ପାଇଁ ଲୋୟର ପିଏମଜି ରଣକ୍ଷେତ୍ର

ନ୍ୟାୟ ପାଇଁ ଲୋୟର ପିଏମଜି ରଣକ୍ଷେତ୍ର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.