• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ୩ ଦୁର୍ବୃତ୍ତ

FNN WEB by FNN WEB
July 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ୩ ଦୁର୍ବୃତ୍ତ
0
SHARES
1
VIEWS


ପୀଡ଼ିତାଙ୍କ ଅବସ୍ଥା ଗୁରୁତର
ବଳାଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ
ଭୁବନେଶ୍ବର : ବାଲେଶ୍ୱର ପରେ ଏବେ ବଳଙ୍ଗାରେ ଲଜ୍ଜା। ବାଲେଶ୍ୱର ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତିର ନିଆଁ ଥମି ନ ଥିବାବେଳେ ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ନାବାଳିକାଙ୍କୁ ଜୀଅନ୍ତା ଜାଳିଦେବାକୁ ହୋଇଛି ଉଦ୍ୟମ। ସ୍ପଷ୍ଟ ଦିବାଲୋକରେ ଏଭଳି ନାରକୀୟ କାଣ୍ଡ ଭିଆଇଛନ୍ତି ୩ ଦୁର୍ବୃତ୍ତ। ପୀଡ଼ିତା ନାବାଳିକାଙ୍କୁ ରାସ୍ତାରେ ଅଟକାଇ ମୁହଁରେ କପଡ଼ା ଦେଇ ତାଙ୍କୁ ବାଇକ୍‌ରେ ଉଠାଇ ନେଇଥିଲେ। ନିକଟସ୍ଥ ଭାର୍ଗବୀ ନଦୀବନ୍ଧ କଡକୁ ଟେକି ନେଇ ତାଙ୍କ ଦେହରେ ନିଆଁ ଲଗାଇ ପୋଡି ମାରିଦେବାକୁ ଉଦ୍ୟମ କରିଥିଲେ। ନାବାଳିକାଙ୍କ ଶରୀରର ବିଭିନ୍ନ ଅଂଶ ପୋଡି ଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି।

ଦୁର୍ବୃତ୍ତଙ୍କ ଦ୍ବାରା ଦେହରେ ନିଆଁ ଲାଗିଲା ପରେ ଏମ୍‌ସ ଭୁବନେଶ୍ବରରେ ଚିକିତ୍ସାଧୀନ ନାବାଳିକାର ବୟାନ ରେକର୍ଡ କରାଯାଇଛି। ପୁରୀଜିଲ୍ଲା ବଳଙ୍ଗା ଟିମ୍‌ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ନାବାଳିକା ବୟାନ ଦେଇଛନ୍ତି। ୧୮୦ବିଏନ୍‌ଏସ୍‌ଏସ୍‌ରେ ବୟାନ ରେକର୍ଡ କରାଯାଇଥିବା ଜଣାଯାଇଛି। ଏହା ପୂର୍ବରୁ ନାବାଳିକାଙ୍କ ପୀଡିତାଙ୍କ ମା’ ମୁହଁ ଖୋଲିଛନ୍ତି। ଆଜି ଅପରାହ୍‌ଣରେ ପୀଡ଼ିତାଙ୍କ ମା’ ବଳଙ୍ଗା ଥାନାରେ ଏତଲା ଦେଇଛନ୍ତି। ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ପୁଲିସ ମାମଲା ରୁଜୁ କରିଛି।

ସେପଟେ ପୀଡ଼ିତାଙ୍କ ଅବସ୍ଥା ଗୁରୁତର ରହିଛି। ଆଜି ସନ୍ଧ୍ୟାରେ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିତି ଅନୁଧ୍ୟାନ କରିବା ପରେ ଭୁ୍ବନେଶ୍ବର ଏମ୍‌ସ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁସାରେ ନାବାଳିକାର ଅବସ୍ଥା ଗୁରୁତର ଅଛି। ତାଙ୍କର ଶରୀର ୭୦ରୁ ୭୫ ପ୍ରତିଶତ ଜଳିଯାଇଛି। ଝିଅର ମାନସିକ ଅବସ୍ଥା ଭଲ ନାହିଁ। ତେଣୁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଚିକିତ୍ସା ଦରକାର ଅଛି। ଆଗାମୀ ୪୮ରୁ ୭୨ଘଣ୍ଟା ଗୁରୁତ୍ବପୂର୍ଣ୍ଣ । ନାବାଳିକାର ଭଲ ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରର ମେଡିକାଲ ଟିମ୍‌ ଉଦ୍ୟମ କରୁଛନ୍ତି। ଏମ୍‌ସ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଆହୁରି ମଧ୍ୟ କହିଛନ୍ତି ଯେ ନାବାଳିକା ଜଣକ ଆଗାମୀ ୪୮ ଘଣ୍ଟା ଅବଜରଭେସନ୍‌ରେ ରହିବେ। ସେ ଏବେ ଭେଣ୍ଟିଲେଟରରେ ନାହାନ୍ତି। ଆଇସିୟୁରେ ଅକ୍ସିଜେନ୍‌ ସପୋର୍ଟରେ ଅଛନ୍ତି। ୨୦ରୁ୨୫ ପ୍ରତିଶତ ବ୍ୟତୀତ ଶରୀର ଅନ୍ୟ ସ୍ଥାନ ପୋଡ଼ିଛି। ଏହା ହେଉଛି ସେକେଣ୍ଡ ଓ ଥାର୍ଡ ଡିଗ୍ରୀ ବର୍ଣ୍ଣ। କିନ୍ତୁ ପୀଡ଼ିତା ଏବେ କଥାବାର୍ତ୍ତା କରୁଛନ୍ତି।

ଅନ୍ୟପଟେ ପୁରୀ ଜିଲ୍ଲା ବଳଙ୍ଗାରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ପୋଲିସର ତନାଘନା। ବାୟାବର ଗାଁରେ ପହଞ୍ଚିଲେ କେନ୍ଦ୍ରାଞ୍ଚଳ ଆଇଜି ପ୍ରବୀଣ କୁମାର । ତାଙ୍କ ସହ ପୁରୀ ଏସପି ପିନାକ ମିଶ୍ର ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ପ୍ରତ୍ୟକ୍ଷଦର୍ଶୀଙ୍କୁ ଭେଟି ପଚରାଉଚରା କରିଛନ୍ତି । ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଫେରାର ହୋଇଯାଇଛନ୍ତି ୩ ଦୁର୍ବୃତ୍ତ। ସେମାନେ ମୁହଁରେ ମୁଖା ପିନ୍ଧି ଆସିଥିଲେ ବୋଲି ପୀଡ଼ିତା ଜଣଙ୍କ ତାଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତିଙ୍କୁ କହିଥିଲେ। ସମ୍ବେଦନଶୀଳ ଓ ସ୍ପର୍ଶକାତର ବିଷୟ ହୋଇଥିବାରୁ ଗୁରୁତର ସହ ନେଇଛି ପୋଲିସ । ବର୍ତ୍ତମାନ ସୁଦ୍ଧା କାହାରିକୁ ଅଟକ ରଖାଯାଇନି । କିଛି ଲୋକଙ୍କ କେବଳ ପଚରାଉଚରା ଜାରି ରହିଛି ବୋଲି ସେ ସୂଚନା ଦେଇଛନ୍ତି । ଫୋରେନସିକ୍ ଟିମ୍ ମଧ୍ୟ ଯାଞ୍ଚ ଆରମ୍ଭ କରି ସାରିଛି । ଦହନଶୀଳ ସାମଗ୍ରୀ ବ୍ୟବହାର ହୋଇଛି, ମାତ୍ର ତାହା କଣ ଏଯାଏଁ ସ୍ପଷ୍ଟ ହୋଇନି ବୋଲି କହିଛନ୍ତି ଏସପି ।

ଏମ୍‌ସରେ ୧୪ ଜଣିଆ ଡାକ୍ତରୀ ଟିମ୍‌
ନାବାଳିକାଙ୍କ ଚିକିତ୍ସାରେ ଭୁବନେଶ୍ବର ଏମ୍‌ସର ୧୪ ଜଣିଆ ଡାକ୍ତରୀ ଟିମ୍‌ ନିୟୋଜିତ ଅଛନ୍ତି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କୁ ସ୍ବତନ୍ତ୍ର ଚିକିତ୍ସା ଦିଆଯାଉଛି। ବିଶେଷଜ୍ଞ ଡାକ୍ତର ସଂଜୟ ଗିରିଙ୍କ ନେତୃତ୍ବରେ ନାବାଳିକାଙ୍କ ଚିକିତ୍ସା ଜାରି ରହିଛି। ଏହି ଟମ୍‌ରେ ପ୍ରଫେସର ଅନୁପମ ଦେ, ପ୍ରଫେସର ମନୋଜ ପାଣିଗ୍ରାହୀ, ଡ. ଦେବାଶିଷ ଆଚାର୍ଯ୍ୟ, ଡ. ଆଲୋକ ସାହୁ, ଡ. ରିତେଶ ପଣ୍ଡା, ଡ. ସିନ୍ଧୁ ସୁଧା ସାହୁ, ଡ. ସୁବର୍ଣ୍ଣ ମିତ୍ର, ଡ. ପ୍ରୀତି ମୀନା, ଡ. ତରୁଣ କୁମାର ପାତ୍ର, ଡ. ଶ୍ୟାମସୁନ୍ଦର ବେହେରା, ଡ. ଦେବଶ୍ରୀ ଦାସ, ଡ. ମହାଲିଙ୍ଗମ୍ ଓ ପ୍ରିୟଦର୍ଶିନୀ ସାହୁ ଅଛନ୍ତି।

Previous Post

କିମ୍‍ସରେ ବିରଳ ଅସ୍ତ୍ରୋପଚାର: ହିଟ୍‍-କୋଲ୍‍ଡ ବ୍ରୋଙ୍କୋସ୍କୋପିକ୍ ପଦ୍ଧତିରେ ଫୁସ୍‍ଫୁସ୍‍ରୁ ବାହାରିଲା ଟୁମର୍‍

Next Post

ଘଟଣାକୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ

FNN WEB

FNN WEB

Next Post
ଶପଥ ସମାରୋହରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ

ଘଟଣାକୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.