• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧିପାଇଁ ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ ଏବଂ ଓମ୍‌ଫେଡ ମଧ୍ୟରେ ଚୁକ୍ତିନାମା

FNN WEB by FNN WEB
July 19, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧିପାଇଁ ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ ଏବଂ ଓମ୍‌ଫେଡ ମଧ୍ୟରେ ଚୁକ୍ତିନାମା
0
SHARES
0
VIEWS

ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ ଓମ୍‌ଫେଡ୍ ଡେରୀ ପ୍ଲାଣ୍ଟର କର୍ମଚାରୀ ମାନଙ୍କ ପାଇଁ ୬୨ଟି କ୍ୱାର୍ଟର, ମିଲ୍କ ପାଉଡର ପ୍ୟାକିଙ୍ଗ ମେସିନ

ଦୁଗ୍ଧ ଚାଷୀ ସଙ୍ଘ ମାନଙ୍କୁ ପ୍ରଦାନ କରାଗଲା ୨୨ଟି ନୂତନ ଦୁଗ୍ଧ ଟ୍ୟାଙ୍କର

ରାଜ୍ୟର ‘ଗୋ ଅର୍ଥନୀତି’ ସମୃଦ୍ଧ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ଶ୍ୱେତ ବିପ୍ଲବର  କର୍ଣ୍ଣଧାର ହେଉଛି ଓମ୍‌ଫେଡ୍‍। ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ସହିତ ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି। ଆଗାମୀ ଦିନରେ ରାଜ୍ୟ ସରକାର ଦୁଗ୍ଧ ଉତ୍ପାଦନ ବୃଦ୍ଧି ନେଇ କାମଧେନୁ ଯୋଜନା ମାଧ୍ୟମରେ ଚାଷୀଙ୍କୁ ଅଧିକ ଅମଳକ୍ଷମ ପ୍ରଜାତିର ୧୦ ହଜାର ଗାଈ ଯୋଗାଇ ଦେବା ପାଇଁ ଲକ୍ଷ୍ୟ ରଖିଛନ୍ତି ।ଦୁଗ୍ଧ ଚାଷକୁ ପ୍ରୋତ୍ସାହନ ଦିଆଯାଇ ରାଜ୍ୟର ଗୋ ଅର୍ଥନୀତିକୁ ସମୃଦ୍ଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ ଠାରେ ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ (ଏନ୍‌.ଡି.ଡି.ବି) ଏବଂ ଓମ୍‌ଫେଡ ମଧ୍ୟରେ ଅନୁଷ୍ଠିତ ଚୁକ୍ତିନାମା ଅବସରରେ କହିଛନ୍ତି।

ସୂଚନାଯୋଗ୍ୟ ଯେ, ଓମ୍‌ଫେଡ୍ ସହିତ ଏହି ଚୁକ୍ତିନାମା ଜରିଆରେ ନେସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ ଓଡିଶାର ଦୁଗ୍ଧ ଚାଷୀମାନଙ୍କୁ ଅଧିକ ଦୁଗ୍ଧ ଅମଳକ୍ଷମ ଗୀର୍, ସହିୱାଲ୍ ଓ କ୍ରସ୍ ବ୍ରିଡ୍ ପ୍ରଜାତିର ପ୍ରାୟ ୩ରୁ ୪ ହଜାର ଗାଈ ଯୋଗାଇଦେବ। ଏଥିସହିତ ଆଗାମୀ ଦିନରେ ଏନ୍‌.ଡି.ଡି.ବି ସହାୟତାରେ ରାଜ୍ୟରେ ଏକ ଗୋବର ଗ୍ୟାସ ପ୍ଲାଣ୍ଟ ମଧ୍ୟ ସ୍ଥାପନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭.୫୦ କୋଟି ଟଙ୍କା ବିନିଯୋଗରେ ୨ ହଜାରରୁ ୧୫ ହଜାର ଲିଟର ବିଶିଷ୍ଟ ୨୨ଟି ମିଲ୍କ ଟ୍ୟାଙ୍କର ରାଜ୍ୟର ବିଭିନ୍ନ ଦୁଗ୍ଧ ସଂଘ ମାନଙ୍କୁ ପ୍ରଦାନ କରିବା ସହିତ ୩ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ତିନୋଟି ଗୁଣ୍ଡ ଦୁଗ୍ଧ ପ୍ୟାକିଙ୍ଗ ମେସିନର ଉଦ୍‌ଘାଟନ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ସମସ୍ତ ସୁବିଧା ଦ୍ୱାରା ରାଜ୍ୟର ଚାଷୀମାନଙ୍କ ଠାରୁ ଯଥେଷ୍ଟ ଅଧିକ ପରିମାଣର ଦୁଗ୍ଧ ସଂଗ୍ରହ କରାଯାଇପାରିବ। ଏବେ ରାଜ୍ୟର ଦୁଗ୍ଧ ଉତ୍ପାଦନ ୭୨ ଲକ୍ଷ ଲିଟର ରହିଛି। କିନ୍ତୁ ୨୦୩୬ ସୁଦ୍ଧା ଏହି ପରିମାଣ ୧୬୫ ଲକ୍ଷ ଲିଟର ଏବଂ ୨୦୪୭ ସୁଦ୍ଧା ଏହାକୁ ୨୭୪ ଲକ୍ଷ ଲିଟରରେ ପହଞ୍ଚାଇବା ଆମର ଲକ୍ଷ୍ୟ ବୋଲି ସେ କହିଥିଲେ ।

ସେ ଆହୁରି କହିଥିଲେ ଦୀର୍ଘ ୪୫ ବର୍ଷ ଧରି  ଦୁଗ୍ଧ ଉତ୍ପାଦନ, ସଂଗ୍ରହ ଏବଂ ବିକ୍ରୟ ସହିତ  ରାଜ୍ୟର ଦୁଗ୍ଧଚାଷୀ ମାନଙ୍କ ଆର୍ଥିକ ବିକାଶରେ ଓମ୍‌ଫେଡ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ରଖିଆସୁଛି। ଏବେ ଓମ୍‌ଫେଡ୍ ଉତ୍ପାଦ ଗୁଡିକର ବିବିଧକରଣ କରିବା ସହିତ ଗୁଣ୍ଡ ଦୁଗ୍ଧ, ପନିର, ବଟର, ଛେନା ପୋଡ, ଆଇସ୍‌କ୍ରିମ୍, ସୁବାସିତ ଦୁଗ୍ଧ, ମିଠା ଦହି, ପେଡା, ରାବିଡି ଆଦି ଅନେକ ଉତ୍ପାଦ ପ୍ରସ୍ତୁତ କରୁଛି। ଯୁବବର୍ଗ ମଧ୍ୟ ଏହା ମାଧ୍ୟମରେ ଭଲ ରୋଜଗାର କରିପାରୁଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ଓ ଅନ୍ୟାନ୍ୟ ନୀତିକାନ୍ତି ପାଇଁ ପ୍ରାୟ ୩୦ ମେଟ୍ରିକ ଟନ ଘିଅ ଯୋଗାଇ ଦେବାକୁ ଓମ୍‌ଫେଡ୍ ଏବଂ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ଚୁକ୍ତି ହୋଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ, ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ ସହଯୋଗରେ ଓମ୍‌ଫେଡ୍ ପକ୍ଷରୁ ବାୟୋଗ୍ୟାସ ପ୍ଲାଣ୍ଟ ପ୍ରତିଷ୍ଠା କରିବାର ଯୋଜନା ରଖାଯାଇଛି। ଗୋବରରୁ ଗ୍ୟାସ ଉତ୍ପାଦନ କରି ନିଜେ ବ୍ୟବହାର କରିବା ସହ ବଳକା ଗ୍ୟାସ ମଧ୍ୟ ବିକ୍ରି କରିପାରିବେ। ଗୋବରରୁ ବାୟୋଗ୍ୟାସ ବାହାରିବା ପରେ ଗୋବର ମଣ୍ଡକୁ ଚାଷ ଜମିରେ ବ୍ୟବହାର କରି ଫସଲ ଉତ୍ପାଦନ ମଧ୍ୟ ବୃଦ୍ଧି କରାଯାଇ ପାରିବ। ଏହା ଦ୍ୱାରା ରାଜ୍ୟର ଗୋ-ପାଳକମାନେ ଗୋବରରୁ ମଧ୍ୟ ଆୟ କରିପାରିବେ। ଏହାଦ୍ବାରା ରାଜ୍ୟର ଗୋ – ଅର୍ଥନୀତି ସମୃଦ୍ଧ ହେବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦୃଷ୍ଟି ଏବଂ ଲୋକାଭିମୁଖୀ ଯୋଜନା ଫଳରେ ଦେଶରେ ମୁଣ୍ଡପିଛା ଦୁଗ୍ଧ ଉତ୍ପାଦନ ୪୭୧ ଗ୍ରାମ ରହିଛି।  ଯାହା ବିଶ୍ୱର ହାରାହାରି ଉପଲବ୍ଧତା ଠାରୁ ଢେର ଅଧିକ। ରାଜ୍ୟ ସରକାର ମଧ୍ୟ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଚାଷୀ ମାନଙ୍କୁ ୭୦ ପ୍ରତିଶତ ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି। ଏହାଦ୍ୱାରା ରାଜ୍ୟର ପ୍ରାୟ ୧୫ ଲକ୍ଷ ଗୋପାଳକ ଉପକୃତ ହୋଇପାରିବେ। ୨୦୨୪-୨୫ ଆର୍ଥିକ ବର୍ଷରେ ଏହି ଯୋଜନାରେ ୩ ଲକ୍ଷ ହିତାଧିକାରୀ ୭୧ କୋଟି ଟଙ୍କାର ସହାୟତା ପାଇସାରିଲେଣି। ଗାଈଗୋରୁଙ୍କ ସୁରକ୍ଷା ସହ ପରିଚାଳନା ଏବଂ ଚିକିତ୍ସା ପାଇଁ ମଧ୍ୟ ଆମ ସରକାର ଗୋମାତା ଯୋଜନା ଲାଗୁ କରିଛନ୍ତି। ନୂତନ ଗୋଶାଳା ପ୍ରତିଷ୍ଠା ଏବଂ ପଞ୍ଜୀକୃତ ଗୋଶାଳାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରାଣିକଲ୍ୟାଣ ଯୋଜନାରେ ସହାୟତା ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏସମସ୍ତ ପଦକ୍ଷେପ ରାଜ୍ୟର ମୁଣ୍ଡପିଛା ଦୁଗ୍ଧ ଉତ୍ପାଦନକୁ ବୃଦ୍ଧି କରିବ ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓମ୍‌ଫେଡ୍ ଡେରୀ ପ୍ଲାଣ୍ଟର କର୍ମଚାରୀ ମାନଙ୍କ ପାଇଁ ୬୨ଟି କ୍ୱାର୍ଟରର ମଧ୍ୟ ଉଦ୍‌ଘାଟନ କରିବା ସହିତ ସେଠାରେ ନୂତନ ଦୁଗ୍ଧ ଟ୍ୟାଙ୍କର ଏବଂ ମିଲ୍କ ପାଉଡର ପ୍ୟାକିଙ୍ଗ ମେସିନ ଗୁଡିକର ଉଦଘାଟନ କରଥିଲେ। ଏଥିସହିତ ଓମ୍‌ଫେଡ୍  କେନ୍ଦ୍ର ବୈଠକ ଗୃହ ଠାରେ ବିଭାଗୀୟ ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପାୱାର ପଏଣ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ବିଷୟରେ ତଥ୍ୟ ପ୍ରଦାନ କରିଥିଲେ ଓ ମୁଖ୍ୟମନ୍ତ୍ରୀ, ସମସ୍ତ ଦୁଗ୍ଧ ଚାଷୀ ମାନଙ୍କ ସହ କଥା ହୋଇ ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସାଂସଦ, କଟକ,ଶ୍ରୀ ଭର୍ତ୍ତୃହରି ମହତାବ ଓମ୍‌ଫେଡ୍ ସଭାପତି, ଶ୍ରୀ କିଶୋର ଚନ୍ଦ୍ର ପ୍ରଧାନୀ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ଏନ୍.ଡି.ଡି.ବି ଡେରୀ ସର୍ଭିସେସ୍ ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଦେବାନନ୍ଦ, ଓମ୍‌ଫେଡ୍ ର ପରିଚାଳନା ନିର୍ଦ୍ଦେଶକ, ଶ୍ରୀ ବିଜୟ ଅମୃତ କୁଲାଙ୍ଗେ, ଓମ୍‌ଫେଡ୍ ର ପରିଚାଳନା ସମିତି ସଦସ୍ୟଗଣ ଓ ବିଭିନ୍ନ ଦୁଗ୍ଧ ସଂଘର ଅଧ୍ୟକ୍ଷଗଣ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ରାଜ୍ୟ ମହିଳା କମିଶନ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ଧାରଣା

Next Post

ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’

FNN WEB

FNN WEB

Next Post
ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’

ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.