• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସୂଚନା ଓ ଲୋକ ସମ୍ପର୍କ ବିଭାଗୀୟ କାର୍ଯ୍ୟ ସଂପର୍କରେ ଅଧିକାରୀମାନଙ୍କ ସହିତ ଆଲୋଚନା କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା

FNN WEB by FNN WEB
July 24, 2025
in ଓଡ଼ିଶା, ମୁଖ୍ୟ ଖବର
0
ସୂଚନା ଓ ଲୋକ ସମ୍ପର୍କ ବିଭାଗୀୟ କାର୍ଯ୍ୟ ସଂପର୍କରେ ଅଧିକାରୀମାନଙ୍କ ସହିତ ଆଲୋଚନା କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା
0
SHARES
1
VIEWS

ଭୁବନେଶ୍ୱର : ସୂଚନା ଓ ଲୋକ ସମ୍ପର୍କ ପରସ୍ପର ପରିପୂରକ । ଜନ ସାଧାରଣଙ୍କୁ ସେବା ପ୍ରଦାନରେ ସୂଚନା ଅଧିକାରୀ ବା ଲୋକ ସଂପର୍କ ଅଧିକାରୀମାନଙ୍କର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ରହିଛି । ଲୋକ ସଂପର୍କ ବୃଦ୍ଧି କରି ବିଭିନ୍ନ ବିଭାଗରୁ ସୂଚନା ପାଇବା ସହିତ ସୂଚନାକୁ ଜନ ସାଧାରଣଙ୍କ ନିକଟରେ ପହଁଚାଇବା ଏକ ପ୍ରମୁଖ ଆବଶ୍ୟକତା । ପଞ୍ଚାୟତିରାଜ, ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ , ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ରାଜସ୍ୱ, ଆଇନ୍, ଆଦି ବିଭିନ୍ନ ବିଭାଗରେ କରାଯାଉଥିବା ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ ସଂପର୍କିତ ସୂଚନା ଓ ଏହାର ପ୍ରଚାର ପ୍ରସାରରେ ସୂଚନା ଲୋକସଂପର୍କ ଅଧିକାରୀମାନେ ଗୁରୁତ୍ୱ ଭୂମିକା ନିର୍ବାହ କରୁଛନ୍ତି । ଏହି ପ୍ରୟାସ ଅଧିକ ବ୍ୟାପକ ଓ ସୁବ୍ୟବସ୍ଥିତ ହେବା ସଂପର୍କରେ ନୂତନ ଭାବେ ଦାୟିତ୍ୱ ନେଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ପ୍ରକାଶ କରିଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ଗତ କାଲି ବିଭାଗର ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ଲୋକ ସଂପର୍କ ଭବନ ସ୍ଥିତ ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟ ଯାଇ ପ୍ରଥମେ ବିଭାଗୀୟ ନିର୍ଦ୍ଦେଶକ ଓ ବରିଷ୍ଠ ପଦାଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୂଜ କୁମାର ଦାସ ପଟ୍ଟନାୟକଙ୍କ ସମେତ ବିଭାଗର ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ ନୂତନ ସଚିବଙ୍କୁ ସ୍ୱାଗତ କରିଥିଲେ । ଏହି ପରିପ୍ରେକ୍ଷୀରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ଶର୍ମା ବିଭାଗୀୟ ବରିଷ୍ଠ ଅଧିକାରୀ ଓ ସୂଚନା ସେବା ଅଧିକାରୀ ଓ କର୍ମଚାରୀମାନଙ୍କ ସହିତ ଅନୁଷ୍ଠିତ ଏକ ବୈଠକରେ ବିଭିନ୍ନ ପରାମର୍ଶ ଦେଇଥିଲେ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା , ସୂଚନା ସେବା ଅଧିକାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସଂପର୍କରେ ମନେ ପକାଇ ଦେଇଥିଲେ । ସେ କହିଥିଲେ ଯେ, ସୂଚନା ପ୍ରଦାନ କରୁଥିବା ବିଭିନ୍ନ ବିଭାଗ, ସୂଚନାକୁ ସର୍ବସାଧାରଣରେ ପ୍ରକାଶନ ଓ ପ୍ରସାରଣ କରାଉଥିବା ଗଣମାଧ୍ୟମ ଓ ସୂଚନା ପାଉଥିବା ଜନସାଧାରଣ ଲୋକ ସଂପର୍କ ବିଭାଗର ପ୍ରମୁଖ ଅଂଶୀଦାର । ଠିକ୍‌ ସମୟରେ ଓ ସଠିକ ସମ୍ବାଦ ପ୍ରେରଣ ଗୁରୁତ୍ୱପୂର୍ଣ୍ଣ ।

ସରକାରୀ ଯୋଜନା ଓ କାର୍ଯ୍ୟକ୍ରମଗୁଡିକୁ ବୈଦ୍ୟୁତିକ, ମୁଦ୍ରଣ ଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରଚାର ପ୍ରସାର ଉପରେ ସେ ଗୁରୁତ୍ୱ ଦେଇଥିଲେ । ବିଭିନ୍ନ ବିଭାଗର ମାନ୍ୟବର ମନ୍ତ୍ରୀ , ସଚିବ ଓ ଅନ୍ୟ ଅନୁଷ୍ଠାନରେ ନିୟୋଜିତ ସୂଚନା ଅଧିକାରୀମାନଙ୍କୁ ସେମାନଙ୍କର କାର୍ଯ୍ୟରେ ଅଭିନବତ୍ୱ ଆଣିବା ଲକ୍ଷ୍ୟରେ ବିଭିନ୍ନ ପରାମର୍ଶ ଦେଇଥିଲେ । ବିଭାଗର ଅନ୍ୟ ବିଭିନ୍ନ ଶାଖାର ଅଧିକାରୀମାନଙ୍କୁ ସେ ବିଭାଗୀୟ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ସହ ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ପାରସ୍ପରିକ ସୁସଂପର୍କ ଓ ସଦଭାବନା ସହ ସମ୍ମିଳିତ ଭାବେ କାର୍ଯ୍ୟ କରିବା, ବିଭାଗର ସୁନାମ ଓ ସମ୍ମାନ ବଜାୟ ରଖିବାକୁ ଆବଶ୍ୟକ ପରାମର୍ଶ ଦେଇଥିଲେ । ଏହି ଅବସରରେ ସେ ବିଭାଗୀୟ ଅନ୍ୟ ବିଭିନ୍ନ କାର୍ଯ୍ୟ ସହିତ ସାମ୍ବାଦିକମାନଙ୍କ କଲ୍ୟାଣ ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ବୈଠକରେ ବିଭାଗର ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ଗୁରବୀର ସିଂ, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁଙ୍କ ସମେତ ଅନ୍ୟ ବିଭିନ୍ନ ଶାଖାର ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

‘ଆପୋଷ ଆଲୋଚନା ଜରିଆରେ ମହାନଦୀ ଜଳବିବାଦର ସମାଧାନ ହେବ’

Next Post

କିସ୍‍ ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କଲେ ରାଜ୍ୟପାଳ କମ୍ଭମପତି

FNN WEB

FNN WEB

Next Post
କିସ୍‍ ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କଲେ ରାଜ୍ୟପାଳ କମ୍ଭମପତି

କିସ୍‍ ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କଲେ ରାଜ୍ୟପାଳ କମ୍ଭମପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.