• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

FNN WEB by FNN WEB
July 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ
0
SHARES
3
VIEWS

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବରେ ଉଦ୍‌ଘାଟିତ କରିଥିଲେ।ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂରଜ ନିଜର ଅଭିଭାଷଣରେ କହିଥିଲେ ଯେ, ଓଡ଼ିଶାର ସାରସ୍ୱତ ସାହିତ୍ୟ ସମ୍ଭାରକୁ ନୂତନ ପିଢ଼ି ପାଖରେ ପହଞ୍ଚାଇବାରେ ଓଡ଼ିଶା ସାହିତ୍ୟ ଏକଡେମୀ ଏକ ପ୍ରମୁଖ ଭୂମିକା ନିର୍ବାହ କରୁଛି। ବିଗତ ଏକବର୍ଷ ମଧ୍ୟରେ ଅନେକ ନୂତନ କାର୍ଯ୍ୟକ୍ରମ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କରାଯାଇଛି। କେନ୍ଦୁଝରରେ ମହାନ ବିପ୍ଲବୀ ଧରଣୀଧରଙ୍କ ଜୟନ୍ତୀ, ମୟୁରଭଞ୍ଜ ରାଇରଙ୍ଗପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ, କେନ୍ଦୁବିଲ୍ଵଠାରେ ମହାକବି ଜୟଦେବଙ୍କ ଜୟନ୍ତୀ ସହ ପୂର୍ବାଞ୍ଚଳ ଲେଖକ ସମ୍ମିଳନୀର ଆୟୋଜନ, ଓଡ଼ିଆ ପକ୍ଷ ପାଳନ ସମୟରେ ଯୁବ ଲେଖକ ସମ୍ମିଳନୀ ଏବଂ ଅନେକ ପୁସ୍ତକ ପ୍ରକାଶନ ସହ ଆଲୋଚନା ଚକ୍ରର ମଧ୍ୟ ଆୟୋଜନ କରାଯାଇଛି। ବିଗତ ଏକ ବର୍ଷ ମଧ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୪୦ରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ନିଜର କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର କୋଣଅନୁକୋଣରେ ଲୋକଙ୍କ ନିକଟରେ ପହଞ୍ଚିପାରିଛି। ଏକ ନୂତନ ସାହିତ୍ୟ ଅନୁରାଗୀ ପିଢ଼ି ଗଠନ କରିବାରେ ଓଡ଼ିଶା ସାହିତ୍ୟ ଏକାଡେମୀ ସଫଳ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ। ଏଥିସହ ଡିଜିଟାଲ ଏବଂ ଏ.ଆଇ (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ପ୍ଲାଟଫର୍ମରେ ଓଡ଼ିଆ ଭାଷାକୁ ଅନ୍ତର୍ଭୁକ୍ତ କରାଇବା ସହ ଓଡ଼ିଆ ଭାଷାକୁ ବିଶ୍ୱବିଦିତ କରାଇବା ପାଇଁ ଆମେ ସଦାସର୍ବଦା ନିଜର ନିରନ୍ତର ପ୍ରୟାସ ଜାରି ରଖିବା ଉଚିତ୍‌ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଥିଲେ।

ଆଜିର କାର୍ଯ୍ୟକ୍ରମରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ସାରସ୍ୱତ ସାଧକ ଶ୍ରୀଯୁକ୍ତ ଶାନ୍ତନୁ କୁମାର ଆଚାର୍ଯ୍ୟ ମୁଖ୍ୟ ଅତିଥି ଏବଂ ଓଡ଼ିଶା ସାହିତ୍ୟ ଏକଡେମୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ଲେଖକ ପ୍ରଫେସର ନୀଳାଦ୍ରି ଭୂଷଣ ହରିଚନ୍ଦନ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ଓଡ଼ିଆ ସାହିତ୍ୟ ଜଗତକୁ ୠଦ୍ଧିମନ୍ତ କରିବା ଦିଗରେ ଓଡ଼ିଶା ସାହିତ୍ୟ ଏକାଡେମୀର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ “ପଣ୍ଡିତ ହରିହର ଦାସ”, “ସାରସ୍ୱତ ସାଧକ ନନ୍ଦ କିଶୋର ସାମଲ”, “ଶ୍ରୀ ଜଗନ୍ନାଥ ଐତିହ୍ୟ ଶତକ”, “ମୃତ୍ୟୁଞ୍ଜୟ”, “ନାଟ୍ୟ ଶାସ୍ତ୍ର (ପ୍ରଥମ ଓ ଦ୍ଵିତୀୟ ଖଣ୍ଡ)”, “କୋଣାର୍କ” (ଦୟାନିଧି ମିଶ୍ର ବିଶେଷାଙ୍କ), “କୋଣାର୍କ” (ଗଙ୍ଗାଧର ମେହେର ବିଶେଷାଙ୍କ), “କୋଣାର୍କ” (ସୁରେନ୍ଦ୍ର ମହାନ୍ତି ବିଶେଷାଙ୍କ), “ବ୍ରତ ସାହିତ୍ୟ”, “ଲୋକରତ୍ନ କୁଞ୍ଜବିହାରୀ ଦାଶ”, “ବ୍ଲାକ ଟାଇଗର” ଆଦି ପୁସ୍ତକ ଉନ୍ମୋଚିତ ହୋଇଥିଲା। ଏଥିସହ ରାଜ୍ୟସ୍ତରୀୟ ପ୍ରବନ୍ଧ, ବକ୍ତୃତା, କବିତା ଆବୃତ୍ତି, ସାଧାରଣ ଜ୍ଞାନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକ (ଓଡ଼ିଆ) ପାଠ୍ୟକ୍ରମରେ ସର୍ବୋଚ୍ଚ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ୧୦,୦୦୦ ଟଙ୍କା ଓ ସ୍ନାତକୋତ୍ତର (ଓଡ଼ିଆ) ପାଠ୍ୟକ୍ରମରେ ସର୍ବୋଚ୍ଚ ନମ୍ବର ରଖିଥିବା ବିଦ୍ୟାର୍ଥୀଙ୍କୁ ୧୫,୦୦୦ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା।

ପ୍ରକାଶଯୋଗ୍ୟ ଯେ, ୧୯୫୭ ମସିହାରେ ଓଡ଼ିଶା ସାହିତ୍ୟ ଏକଡେମୀ ପ୍ରତିଷ୍ଠା ହୋଇଥିଲା। ଆଜି ଓଡ଼ିଶା ସାହିତ୍ୟ ଏକାଡେମୀର ଏହି ୬୮ତମ ସ୍ଵନକ୍ଷତ୍ର ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଶ୍ରୀ ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା, ସଂସ୍କୃତି ବିଭାଗର ବରିଷ୍ଠ ଅଧିକାରୀଗଣ, ବହୁ ସାହିତ୍ୟିକ ଓ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ।

Previous Post

ଓଡିଶାରେ ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

Next Post

ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌

FNN WEB

FNN WEB

Next Post
ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌

ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.