• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌

FNN WEB by FNN WEB
July 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌
0
SHARES
2
VIEWS

୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ, ୫୩ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି

ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର ଏବଂ ଭଦ୍ରକ ଠାରେ ଦୁଇଟି ଟେକ୍ସଟାଇଲ ଓ ଫୁଟ୍‌ୱିୟର ପାର୍କର ଲୋକାର୍ପଣ କରିଥିଲେ।

ଆଜି ଭୁବନେଶ୍ୱର ଠାରେ ଅନୁଷ୍ଠିତ ଓ-ଟେକ୍ସ ୨୦୨୫ ହେଉଛି ରାଜ୍ୟର ପ୍ରଥମ ଟେକ୍ସଟାଇଲ ଓ ଆପାରେଲ କନ୍‌କ୍ଲେଭ୍। ଆଜିର କନ୍‌କ୍ଲେଭ୍‌ରେ ୧୬୦ରୁ ଅଧିକ ବୃହତ ଓ ନୂତନ ଉଦ୍ୟୋଗୀ ଯୋଗଦେଇଥିଲେ। ବିଶ୍ୱର ନାମୀଦାମୀ ବ୍ରାଣ୍ଡ Page Industries, First Step Baby Wear, KPR Mills, Sportking, Adarsh Knitwear, Anubhav Apparels, Bon & Co., and B.L. ପ୍ରମୁଖ ଏହି କନ୍‌କ୍ଲେଭ୍‌ରେ ଅଂଶଗ୍ରହଣ କରିଥିଲେ ଓ ଦେଶର ବୟନ ଓ ପୋଷାକ ଶିଳ୍ପକ୍ଷେତ୍ରର ପ୍ରାୟ ସମସ୍ତ ଶିଳ୍ପପତି ଉପସ୍ଥିତ ଥିଲେ। ଏହା ପୂର୍ବଭାରତର ସର୍ବବୃହତ ଟେକ୍ସଟାଇଲ କନ୍‌କ୍ଲେଭ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ମାନଙ୍କୁ ସପ୍ତାହକୁ ଯେକୌଣସି ଗୋଟିଏ ଦିନ ହସ୍ତତନ୍ତ ପ୍ରସ୍ତୁତ ପୋଷାକ ପରିଧାନ କରିବା ପାଇଁ ଆହ୍ୱାନ ଦେଇଥିଲେ। ଏହି କନ୍‌କ୍ଲେଭ୍‌ରେ ମୋଟ୍ ୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଥିବା ବେଳେ, ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି ଆସିଛି। ଏହା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ୫୩,୩୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ଏହା ସହିତ ପ୍ରତିବର୍ଷ ଏହି କନକ୍ଲେଭ ଆୟୋଜନ କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଓଡିଶାର ବସ୍ତ୍ର ଶିଳ୍ପ ବହୁତ ପ୍ରାଚୀନ। ଆମ ସଂସ୍କୃତି ଏବଂ ପରମ୍ପରା ସହିତ ଆମ ପୋଷାକ ଓ ପରିଧାନ ଜଡିତ ହୋଇ ରହିଛି। ପଶ୍ଚିମ ଓଡିଶାର ପାରମ୍ପାରିକ ବସ୍ତ୍ର ପ୍ରସ୍ତୁତି ପ୍ରକ୍ରିୟା, ବ୍ରହ୍ମପୁରର ରେଶମ, ଗଜପତି, କେନ୍ଦୁଝରର ଟସର ଏବଂ ମାଣିଆବନ୍ଧ ସୂକ୍ଷ୍ମକଳାର ସାରା ଦେଶରେ ସ୍ୱତନ୍ତ୍ର ପରିଚୟ ରହିଛି। ଏହି ସମସ୍ତ ପୋଷାକର ପ୍ରଚାର ପ୍ରସାର ମାଧ୍ୟମରେ ଓଡିଶାକୁ ଟେକ୍ସଟାଇଲ ହବ୍ କରିବା ପାଇଁ ଆମ ସରକାର ଉଦ୍ୟମ କରୁଛନ୍ତି। ଆସନ୍ତା ଦଶନ୍ଧି ମଧ୍ୟରେ ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି କରିବା ସହିତ ୫ଟି ଟେକ୍ସଟାଇଲ ଓ ଆପାରେଲ୍ ପାର୍କ ବିକଶିତ କରିବା ଦିଗରେ ଆମ ସରକାର ଯୋଜନା କରୁଛନ୍ତି।

ସେ ପୁଣି କହିଥିଲେ ଓଡିଶା ପୁଞ୍ଜିନିବେଶକାରୀ ମାନଙ୍କ ପାଇଁ ପ୍ରମୁଖ ଆକର୍ଷଣ ପାଲଟିଛି। ଚଳିତ ଆର୍ଥିକ ବର୍ଷରେ ଦେଶର ସମୁଦାୟ ଘରୋଇ ନିବେଶର ୪୦ ପ୍ରତିଶତ ଓଡିଶାକୁ ଆସିଛି। ଏହା ବିଶ୍ୱର ଉଦ୍ୟୋଗ ଜଗତର ଆମ ସରକାରଙ୍କ ଉପରେ ଥିବା ଆସ୍ଥାକୁ ଦର୍ଶାଉଛି। ଏହା ଭରସାକୁ ଅତୁଟ ରଖିବା ଦିଗରେ ଆମର ଉଦ୍ୟମ ଜାରି ରହିବ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଅନ୍ୟାନ୍ୟ ଶିଳ୍ପ ସହିତ ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରରେ ମଧ୍ୟ ଓଡ଼ିଶା ଦେଶର ସବୁଠାରୁ ଆକର୍ଷଣୀୟ ସ୍ଥାନ ଭାବେ ପରିଗଣିତ ହୋଇପାରିଛି। ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରର ସବୁଠାରୁ ବଡ ଆକର୍ଷଣ ହେଉଛି ଏ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ରହିଛି। ବିଶେଷକରି ମହିଳା ମାନଙ୍କୁ ଅଧିକ ନିଯୁକ୍ତିର ସୁଯୋଗ ରହିଛି । ଓଡ଼ିଶାର ଗ୍ରାମାଞ୍ଚଳ ଓ ଅର୍ଥନୈତିକ ପଛୁଆ ବର୍ଗର ଯୁବକ ଯୁବତୀମାନଙ୍କ ପାଇଁ ଏହା ବ୍ୟାପକ ସୁଯୋଗ ସୃଷ୍ଟି କରିବା ସହିତ ଓଡ଼ିଶାର ଆର୍ଥିକ ସମୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ କହିଛନ୍ତି ଯେ “ଓଡିଶା ଟେକ୍ସ 2025 ଓଡ଼ିଶାର ବୟନ ଶିଳ୍ପ ପାଇଁ ଏକ ନୂତନ ଯୁଗର ଶୁଭାରମ୍ଭ କରୁଛି। ଦକ୍ଷତା ଏବଂ ଶିଳ୍ପ ଦ୍ୱାରା, ଓଡ଼ିଶାର ସ୍ଥାୟୀ ଅଭିବୃଦ୍ଧି, ଆଞ୍ଚଳିକ ବିକାଶ ଏବଂ ଏକ ଉତ୍ସର୍ଗୀକୃତ ଟାସ୍କ ଫୋର୍ସ ମାଧ୍ୟମରେ ନିବେଶକମାନଙ୍କୁ ଆକୃଷ୍ଟ କରୁଛି। ଓଡ଼ିଶାରେ କଞ୍ଚାମାଲ ଉପଲବ୍ଧତା ଠାରୁ ବନ୍ଦର ସଂଯୋଗୀକରଣ ଏବଂ ଏକ ସହାୟକ ନୀତି ବୟନ ଏବଂ ପୋଷାକ ନିବେଶ ପାଇଁ ସବୁଠାରୁ ଆକର୍ଷଣୀୟ ଗନ୍ତବ୍ୟସ୍ଥଳ ପାଲଟିଛି।

ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, “ଆମର ପ୍ରତିବଦ୍ଧତା ହେଉଛି ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ସୁଦୃଢ଼ କରିବା ସହିତ ଆଧୁନିକ ବୟନ ନିବେଶକୁ ଦ୍ୱିଗୁଣିତ କରିବା। ଏକ ଦୃଢ଼ ବୟନ ଇକୋସିଷ୍ଟମର ବିକାଶକୁ ପ୍ରାଥମିକତା ଦେଇ, ପାରମ୍ପରିକ ବୁଣାକାରମାନଙ୍କୁ ସଶକ୍ତ ଏବଂ ବଜାର ବ୍ୟବସ୍ଥାକୁ ବୃଦ୍ଧି କରି, ସରକାର ସମାବେଶୀ ଅଭିବୃଦ୍ଧି ସୁନିଶ୍ଚିତ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଏବଂ ଦେଶର କୋଣ ଅନୁକୋଣରୁ ଆସିଥିବା ଟେକ୍ସଟାଇଲ ଉଦ୍ୟୋଗୀ ଏବଂ ଶିଳ୍ପପତି ମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମରେ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ଧନ୍ୟବାଦ ଦେଇଥିଲେ।

Previous Post

ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

Next Post

ଅଟଳ ପ୍ରତିଭା ସମ୍ମାନ ୨୦୨୫ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଅଟଳ ପ୍ରତିଭା ସମ୍ମାନ ୨୦୨୫ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅଟଳ ପ୍ରତିଭା ସମ୍ମାନ ୨୦୨୫ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.