• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପରିମଳ କର୍ମଚାରୀଙ୍କୁ ମିଳିବ ବାସଗୃହ ସହ ଜୀବନ ବୀମା: ମୁଖ୍ୟମନ୍ତ୍ରୀ

FNN WEB by FNN WEB
July 26, 2025
in ଓଡ଼ିଶା, ମୁଖ୍ୟ ଖବର
0
ପରିମଳ କର୍ମଚାରୀଙ୍କୁ ମିଳିବ ବାସଗୃହ ସହ ଜୀବନ ବୀମା: ମୁଖ୍ୟମନ୍ତ୍ରୀ
0
SHARES
1
VIEWS

ଦୁଇ ଦିନିଆ ଗରିମା ଜାତୀୟ କର୍ମଶାଳା ଉଦ୍‌ଘାଟନ

୧୦ ଲକ୍ଷ ଟଙ୍କାର ଜୀବନ ବୀମା, କର୍ମକ୍ଷେତ୍ରରେ ଜୀବନହାନୀ ପାଇଁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ
୭ଟି ରାଜ୍ୟରୁ ଯୋଗଦେଲେ ଅଧିକାରୀ ଓ ପରିମଳ କର୍ମଚାରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସଫେଇ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଏକ ଜାତୀୟ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ସେଗୁଡିକ ହେଲା ପରିମଳ କାର୍ଯ୍ୟରେ ନିୟୋଜିତ ଥିବା ପ୍ରମୁଖ ପରିମଳ କର୍ମଚାରୀ (ସ୍ୱରେଜ ଓ ସେଫ୍‌ଟିକ୍ ଟାଙ୍କି ସଫେଇ କର୍ମଚାରୀ)ଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଜୀବନ ବୀମା, କର୍ମକ୍ଷେତ୍ରରେ ଜୀବନହାନୀ ପାଇଁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ, ପ୍ରମୁଖ ପରିମଳ କର୍ମୀଙ୍କୁ ମୋବାଇଲ ଫୋନ ପ୍ରଦାନ, ପ୍ରଧାନମନ୍ତ୍ରୀ ଆବାସ (ସହରୀ) ଯୋଜନାରେ ବାସଗୃହ ପ୍ରଦାନ ଏବଂ ପରିମଳ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ପାଇଁ ଅଗଷ୍ଟ ୧୫ରୁ ୩୦ ତାରିଖ ପର୍ଯ୍ୟନ୍ତ ୧୫ ଦିନିଆ ରାଜ୍ୟବ୍ୟାପୀ ଆଇଇସି କାର୍ଯ୍ୟକ୍ରମ କରାଯିବ। ଏହା ସହିତ ପ୍ରତିବର୍ଷ ଓଡିଶାରେ ଏ ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ୭ଟି ରାଜ୍ୟ ଏବଂ ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ସରକାରୀ ଅଧିକାରୀ ଓ ସଫେଇ କର୍ମଚାରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଆମ ଜଗନ୍ନାଥ ସଂସ୍କୃତିରେ ସ୍ୱଚ୍ଛତା ବିଷୟରେ ମଧ୍ୟ ଦର୍ଶାଯାଇଛି। ରଥଯାତ୍ରା ସମୟରେ ଛେରାପହଁରା ଏହାର ଏକ ପ୍ରମୁଖ ଉଦାହରଣ। ଏଥିରେ ସଫେଇ କାର୍ଯ୍ୟର ମର୍ଯ୍ୟାଦା ଉପରେ ଗୁରୁତ୍ୱ ଆରୋପ କରାଯାଇଛି। ସେ କହିଥିଲେ ଓଡିଶାର ଗରିମା ଯୋଜନା ପରିମଳ କର୍ମଚାରୀଙ୍କ ସୁରକ୍ଷା, ମର୍ଯ୍ୟଦା ଓ ସାମାଜିକ ସୁରକ୍ଷାକୁ ସୁନିଶ୍ଚିତ କରୁଛି। ଗରିମା ଯୋଜନା ଜାତୀୟ ପରିମଳ ଲକ୍ଷ୍ୟକୁ ପୂରଣ କରିବା ସହିତ ଅନେକ ରାଜ୍ୟ ପାଇଁ ପ୍ରେରଣାଦାୟୀ ହୋଇଛି।

ସେ ପୁଣି କହିଥିଲେ ଯେ, ପରିମଳ କର୍ମଚାରୀ ମାନଙ୍କ ସୁରକ୍ଷା ଓ ସମ୍ମାନ ପ୍ରଦର୍ଶନ କ୍ଷେତ୍ରରେ ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନାମ ସର୍ବାଗ୍ରେ ରହିବ। ମୋଦୀଜୀ ଦେଶର ଆର୍ଥିକ ବିକାଶ ସହିତ ପରିମଳ ପରି ଏକ ନଜର ଅନ୍ଦାଜ ବିଷୟ ଉପରେ ମଧ୍ୟ ଗୁରୁତ୍ୱ ଦେଇ ୨୦୧୪ ଅଗଷ୍ଟ ୧୫ ତାରିଖରେ ସ୍ୱଚ୍ଛ ଭାରତ ଆନ୍ଦୋଳନ ଜରିଆରେ ଘରେ ଘରେ ଶୌଚାଳୟ ନିର୍ମାଣ ପାଇଁ ଆହ୍ୱାନ ଦେଇଥିଲେ। ମୋଦୀଜୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଥିଲା ଯେତେଦିନ ପର୍ଯ୍ୟନ୍ତ ପ୍ରତ୍ୟେକ ଘରେ, ପ୍ରତ୍ୟେକ ସହରରେ ଓ ପ୍ରତ୍ୟେକ ଗାଁରେ ପରିମଳ ବ୍ୟବସ୍ଥା ନ ହୋଇଛି, ସେତେଦିନ ପର୍ଯ୍ୟନ୍ତ ଦେଶର ସାମାଜିକ ଓ ଅର୍ଥନୀତି ଅଭିବୃଦ୍ଧି ଅସମ୍ଭବ।

ଓଡିଶାରେ କାର୍ଯ୍ୟକାରୀ ହେଉଥିବା ଗରିମା ଯୋଜନା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ପରିମଳ କର୍ମୀଙ୍କୁ ଚିହ୍ନଟକରଣ ଓ ପରିଚୟ ପ୍ରଦାନ, ସୁରକ୍ଷା ଉପକରଣ ପ୍ରଦାନ, ଦକ୍ଷତା ବିକାଶ, ଆପତକାଳୀନ ପରିମଳ ସେବା ୟୁନିଟ ସ୍ଥାପନ, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ସୁବିଧା ପ୍ରଦାନ କରାଯାଉଛି। ରାଜ୍ୟର ୧୧୫ଟି ସହରର ୧୦ ହଜାର ରୁ ଅଧିକ ପରିମଳ କର୍ମଚାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ କୁଶଳୀ ଓ ଅତିକୁଶଳୀ କର୍ମଚାରୀ ଭାବେ ସ୍ୱୀକୃତି ପ୍ରଦାନ କରାଯାଇଛି। ଆଜିର ଏହି କର୍ମଶାଳା ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ। ଏହି ମଞ୍ଚରୁ ବିଭିନ୍ନ ରାଜ୍ୟରୁ ଆସିଥିବା ପରିମଳ କର୍ମୀମାନେ ପରସ୍ପର ମଧ୍ୟରେ ଭାବ ବିନିମୟ ଓ ଅନୁଭୂତିରୁ ବହୁତ କଥା ଶିଖି ପାରିବେ। ସମସ୍ତଙ୍କ ଅନୁଭବ ଓ ଶ୍ରେଷ୍ଠ ଚିନ୍ତାଧାରା ନେଇ ଆମେ ଆଗକୁ ବଢିବା ଓ ଏକ ସମାବେଶୀ ଓ ବିକଶିତ ଭାରତ ନିର୍ମାଣରେ ନିଜି ନିଜର ଯୋଗଦାନ ରଖିବା ବୋଲି ସେ କହିଥିଲେ।

ଏହି ଅବସରରେ କର୍ମଶାଳା ପରିସରରେ ଆୟୋଜିତ ପରିମଳ କାର୍ଯ୍ୟ ସମ୍ପର୍କିତ ଆଧୁନିକ ଉପକରଣ ଏବଂ ସୁରକ୍ଷା ଉପକରଣର ପ୍ରଦର୍ଶନୀ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ବୁଲି ଦେଖିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରମୁଖ ପରିମଳ କର୍ମୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର କହିଥିଲେ ଯେ, ପ୍ରମୁଖ ପରିମଳ କର୍ମଚାରୀମାନେ ହେଉଛନ୍ତି ଆମ ସହରର ଓ ଗ୍ରାମର ଅଦୃଶ୍ୟ ନାୟକ । ସେମାନେ ବର୍ଷ ବର୍ଷ ଧରି ଆମ ପାଇଁ ଅତ୍ୟନ୍ତ ଆବଶ୍ୟକ ସେବା ଯୋଗାଇ ଆସୁଛନ୍ତି । ଅଧିକାଂଶ ସମୟରେ ସେମାନେ ଅତ୍ୟନ୍ତ ବିପଦପୂର୍ଣ୍ଣ ପରିସ୍ଥିତିରେ କାର୍ଯ୍ୟ ମଧ୍ୟ କରୁଛନ୍ତି। ତେଣୁ ସେମାନଙ୍କ ଅଧିକାର, ସୁରକ୍ଷା ଓ ସମ୍ମାନକୁ ସୁନିଶ୍ଚିତ କରିବା ଆମ ସମସ୍ତଙ୍କ ଦାୟିତ୍ୱ। ଆଜିର ଏହି କର୍ମଶାଳା ମାଧ୍ୟମରେ ଆମେ ଦେଶର ବିଭିନ୍ନ ରାଜ୍ୟ, ସହର ଓ ସଂସ୍ଥା ଗୁଡିକୁ ଏକତ୍ରିତ କରିଛୁ, ଯାହାଦ୍ୱାରା ଆମେ ଆମର ଅନୁଭବକୁ ବାଣ୍ଟି ପାରିବା, ଶିଖିବା ଓ ସହଯୋଗ ମଧ୍ୟ କରିପାରିବା।

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ, ପରିମଳ କ୍ଷେତ୍ରରେ ଆଜି ଓଡିଶାର ଦେଶରେ ନାଁ ଅଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ପଦକ୍ଷେପ ନିଆଯାଉଛି, ତାକୁ କାର୍ଯ୍ୟକାରୀ କରିବା ପାଇଁ ସମସ୍ତଙ୍କର ସହଯୋଗ ଦରକାର। ସହରାଞ୍ଚଳ ସହିତ ଆମକୁ ଗ୍ରାମାଞ୍ଚଳର ପରିମଳ ବ୍ୟବସ୍ଥାକୁ ମଧ୍ୟ ସୁଦୃଢ କରିବାକୁ ପଡିବ।

କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟର ସଚିବ ଶ୍ରୀ ଅମିତ ଯାଦବ କହିଲେ ଯେ, ଓଡିଶା ସରକାର ପରିମଳ କର୍ମଚାରୀ ମାନଙ୍କ କଲ୍ୟାଣ ପ୍ରତି ପ୍ରତିବଦ୍ଧ ଅଛନ୍ତି। ପରିମଳ ବ୍ୟବସ୍ଥା ଆମ ସମସ୍ତଙ୍କ ପାଇଁ ବହୁ ଗୁରୁତ୍ୱପୂର୍ଣ୍ଣ । କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରି ସେ କହିଥିଲେ ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ ହେଉଛି ପରିମଳ କର୍ମଚାରୀଙ୍କୁ ଉପଯୁକ୍ତ ସମ୍ମାନ ଓ ସୁରକ୍ଷା ପ୍ରଦାନ କରିବା।

ଅର୍ବାନ ମ୍ୟାନଜମେଣ୍ଟ ସେଣ୍ଟର ପ୍ରତିଷ୍ଠାତା ନିର୍ଦ୍ଦେଶକ ମନ୍ୱିତା ବରାଡି କହିଥିଲେ ଯେ, ଓଡିଶା ସରକାରଙ୍କ ଗରିମା ଯୋଜନାକୁ ଆଜି ଦେଶର ଅନ୍ୟ ରାଜ୍ୟମାନେ ଅନୁସରଣ କରୁଛନ୍ତି। ଗରିମା, ପରିମଳ କର୍ମଚାରୀ ମାନଙ୍କର କେବଳ ଦକ୍ଷତା ବିକାଶ କରୁନାହିଁ ବରଂ ସେମାନଙ୍କୁ ସଶକ୍ତ ମଧ୍ୟ କରୁଛି। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ଅତିରିକ୍ତ ସଚିବ ଶ୍ରୀମତୀ ଦୁର୍ଗେଶ ନନ୍ଦିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ବୈତରଣୀ ନଦୀରେ ଆସୁଛି ବଡ ବନ୍ୟା

Next Post

ନୀଳଗିରି ବିଜେପି ବିଧାୟକଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

FNN WEB

FNN WEB

Next Post
ନୀଳଗିରି ବିଜେପି ବିଧାୟକଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

ନୀଳଗିରି ବିଜେପି ବିଧାୟକଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.