• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ପ୍ରଳୟ’ କ୍ଷେପଣାସ୍ତ୍ରର ଦୁଇଟି ସଫଳ ପରୀକ୍ଷଣ ସମ୍ପନ୍ନ

FNN WEB by FNN WEB
July 29, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ପ୍ରଳୟ’ କ୍ଷେପଣାସ୍ତ୍ରର ଦୁଇଟି ସଫଳ ପରୀକ୍ଷଣ ସମ୍ପନ୍ନ
0
SHARES
5
VIEWS

ବାଲେଶ୍ୱର : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପ୍ରଳୟ କ୍ଷେପଣାସ୍ତ୍ର ପ୍ରଣାଳୀର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ କରିଛି। ଓଡ଼ିଶା ଉପକୂଳସ୍ଥିତ ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଜୁଲାଇ ୨୮ ଏବଂ ୨୯ ତାରିଖ ଦୁଇ ଦିନ ଧରି ଏହି ପରୀକ୍ଷଣ କରାଯାଇଥିଲା। ସର୍ବାଧିକ ଏବଂ ସର୍ବନିମ୍ନ ଦୂରତାରେ ଏହି କ୍ଷେପଣାସ୍ତ୍ର ପ୍ରଣାଳୀର ଲକ୍ଷ୍ୟଭେଦ କ୍ଷମତାକୁ ପ୍ରମାଣିତ କରିବା ଲାଗି ବ୍ୟବହାରକାରୀ ମୂଲ୍ୟାଙ୍କନ ପରୀକ୍ଷଣର ଅଂଶବିଶେଷ ସ୍ୱରୂପ ଏହି ପରୀକ୍ଷଣ କରାଯାଇଥିଲା। କ୍ଷେପଣାସ୍ତ୍ରଗୁଡ଼ିକ ନିର୍ଦ୍ଦିଷ୍ଟ ଗତିପଥକୁ ସଠିକ୍ ଭାବରେ ଅନୁସରଣ କରିଥିଲେ ଏବଂ ସମସ୍ତ ପରୀକ୍ଷଣ ଉଦ୍ଦେଶ୍ୟ ପୂରଣ କରି ସମ୍ପୂର୍ଣ୍ଣ ସଠିକତା ସହିତ ଲକ୍ଷ୍ୟଭେଦ କରିଛନ୍ତି । ସମସ୍ତ ଉପ-ପ୍ରଣାଳୀ ଆଶା ଅନୁଯାୟୀ କାର୍ଯ୍ୟ କରିଥିଲା। ନିର୍ଦ୍ଦିଷ୍ଟ ପ୍ରଭାବ ବିନ୍ଦୁ ନିକଟରେ ଅବସ୍ଥିତ ଜାହାଜରେ ନିୟୋଜିତ ଉପକରଣଗୁଡ଼ିକ ସମେତ ସମନ୍ୱିତ ପରୀକ୍ଷଣ ଘାଟି ଦ୍ୱାରା ନିୟୋଜିତ ବିଭିନ୍ନ ଟ୍ରାକିଂ ସେନ୍ସର ଦ୍ୱାରା ସଂଗୃହିତ ପରୀକ୍ଷଣ ତଥ୍ୟ ବ୍ୟବହାର କରି ଏହାକୁ ଯାଞ୍ଚ କରାଯାଇଥିଲା।

ପ୍ରଳୟ ହେଉଛି ଏକ ସ୍ୱଦେଶୀ ଭାବରେ ବିକଶିତ କଠିନ ପ୍ରପେଲାଣ୍ଟ କ୍ୱାସି-ବାଲିଷ୍ଟିକ୍ କ୍ଷେପଣାସ୍ତ୍ର। ଉଚ୍ଚ ସଠିକତା ସୁନିଶ୍ଚିତ କରିବା ପାଇଁ ଏହା ଅତ୍ୟାଧୁନିକ ମାର୍ଗଦର୍ଶନ ଏବଂ ଦିଗ ନିର୍ଣ୍ଣୟ ପ୍ରଣାଳୀକୁ ବ୍ୟବହାର କରିଥାଏ। ଏହି କ୍ଷେପଣାସ୍ତ୍ର ବିଭିନ୍ନ ଲକ୍ଷ୍ୟ ବିରୁଦ୍ଧରେ ସଂଖ୍ୟାଧିକ ପ୍ରକାରର ଯୁଦ୍ଧାସ୍ତ୍ର ବହନ କରିବାକୁ ସକ୍ଷମ। ପ୍ରତିରକ୍ଷା ଗବେଷଣା ଓ ବିକାଶ ପରୀକ୍ଷାଗାର, ଉନ୍ନତ ପ୍ରଣାଳୀ ପରୀକ୍ଷାଗାର, ଅସ୍ତ୍ରଶସ୍ତ୍ର ଗବେଷଣା ଓ ବିକାଶ ପ୍ରତିଷ୍ଠାନ, ଉଚ୍ଚ ଶକ୍ତି ସାମଗ୍ରୀ ଗବେଷଣା ପରୀକ୍ଷାଗାର, ପ୍ରତିରକ୍ଷା ଧାତୁ ଗବେଷଣା ପରୀକ୍ଷାଗାର, ଟର୍ମିନାଲ ବାଲିଷ୍ଟିକ୍ସ ଗବେଷଣା ପରୀକ୍ଷାଗାର, ଗବେଷଣା ଓ ବିକାଶ ପ୍ରତିଷ୍ଠାନ (ଇଞ୍ଜିନିୟର) ଏବଂ ଆଇଟିଆର ଇତ୍ୟାଦି ଡିଆରଡିଓର ବିଭିନ୍ନ ପରୀକ୍ଷାଗାର ଏବଂ ରିସର୍ଚ୍ଚ ସେଣ୍ଟର୍‌ ଇମାରତ୍‌ ସମେତ ଭାରତ ଡାଇନାମିକ୍ସ ଲିମିଟେଡ, ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌ ଏବଂ ଅନ୍ୟ ଶିଳ୍ପ ଓ ଏମଏସଏମଇ ଅଂଶୀଦାରଙ୍କୁ ନେଇ ଏହି କ୍ଷେପଣାସ୍ତ୍ର ପ୍ରଣାଳୀକୁ ବିକଶିତ କରାଯାଇଛି।

ଡିଆରଡିଓର ବରିଷ୍ଠ ବୈଜ୍ଞାନିକ, ବ୍ୟବହାରକାରୀ ପ୍ରତିନିଧି ରୂପେ ଭାରତୀୟ ବାୟୁସେନା ଏବଂ ସ୍ଥଳସେନାର ବରିଷ୍ଠ ଅଧିକାରୀଙ୍କ ସହିତ ଶିଳ୍ପ ପ୍ରତିନିଧିମାନେ ଉଡ଼ାଣ ପରୀକ୍ଷଣ ଦେଖିଥିଲେ। ରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ସଫଳ ଉଡ଼ାଣ ପରୀକ୍ଷଣ ପାଇଁ ଡିଆରଡିଓ, ସଶସ୍ତ୍ର ବାହିନୀ ଏବଂ ଶିଳ୍ପ ସଂସ୍ଥାଗୁଡ଼ିକୁ ପ୍ରଶଂସା କରିଛନ୍ତି। ଆଧୁନିକ ପ୍ରଯୁକ୍ତିବିଦ୍ୟାରେ ସଜ୍ଜିତ ଏହି କ୍ଷେପଣାସ୍ତ୍ର ବିପଦ ବିରୁଦ୍ଧରେ ଦେଶର ସେନାବାହିନୀକୁ ଆହୁରି ପ୍ରଯୁକ୍ତି ଆଧାରିତ ପ୍ରୋତ୍ସାହନ ଦେବ ବୋଲି ସେ କହିଛନ୍ତି। ପ୍ରତିରକ୍ଷା ଗବେଷଣା ତଥା ବିକାଶ ବିଭାଗର ସଚିବ ଏବଂ ଡିଆରଡିଓର ଅଧ୍ୟକ୍ଷ ଡକ୍ଟର ସମୀର ଭି କାମତ ଏହି କ୍ଷେପଣାସ୍ତ୍ର ପ୍ରସ୍ତୁତ କରିଥିବା ଦଳଗୁଡ଼ିକୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ ଏହି ପର୍ଯ୍ୟାୟ-୧ ଉଡ଼ାଣ ପରୀକ୍ଷଣର ସଫଳ ସମାପ୍ତି ନିକଟ ଭବିଷ୍ୟତରେ ସଶସ୍ତ୍ର ବାହିନୀରେ ଏହି ପ୍ରଣାଳୀକୁ ସାମିଲ କରିବା ପାଇଁ ପଥ ପ୍ରଶସ୍ତ କରୁଛି।

Previous Post

ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଆଗକୁ ନେଉଛନ୍ତି : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

Next Post

ସଂସଦ ପରିସରରେ ବିଜେଡି ସାଂସଦଙ୍କ ଧାରଣା

FNN WEB

FNN WEB

Next Post
ସଂସଦ ପରିସରରେ ବିଜେଡି ସାଂସଦଙ୍କ ଧାରଣା

ସଂସଦ ପରିସରରେ ବିଜେଡି ସାଂସଦଙ୍କ ଧାରଣା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.