• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

FNN WEB by FNN WEB
July 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
0
SHARES
0
VIEWS


ମାଛ, କ୍ଷୀର, ଅଣ୍ଡା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ଆମର ଲକ୍ଷ୍ୟ : ମନ୍ତ୍ରୀ

ଭୁବନେଶ୍ୱର : ଆଜି ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ସ୍ଥାନୀୟ କୃଷି ଭବନ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି । ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ବୈଠକରେ ଅଧ୍ୟକ୍ଷତା କରି ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ । ମାଛ, କ୍ଷୀର, ଅଣ୍ଡା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନିଷ୍ଠାପର ଉଦ୍ୟମ କରିବା ପାଇଁ ମାନ୍ୟବର ମନ୍ତ୍ରୀ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିକଶିତ ଓଡ଼ିଶା @୨୦୩୬ ସ୍ଵପ୍ନକୁ ସାକାର କରିବା ପାଇଁ ଆମକୁ ଆତ୍ମନିର୍ଭରଶୀଳ ସହ ମାଛ, ମାଂସ, କ୍ଷୀର, ଅଣ୍ଡା ବିଦେଶକୁ ରପ୍ତାନୀ କରି ଆର୍ଥିକ ଭାବେ ସଶକ୍ତ ହେବା ପାଇଁ ମାନ୍ୟବର ମନ୍ତ୍ରୀ ଆହ୍ଵାନ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାର କାର୍ଯ୍ୟାଦେଶପତ୍ର ବଣ୍ଟନ ଓ ସେଗୁଡିକର ସ୍ଥିତି ଉପରେ ବିଷଦ ଭାବେ ସମୀକ୍ଷା ହୋଇଥିଲା । ଏହି ଯୋଜନାର ସହାୟତା ଯଥା ସମୟରେ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସୂଚନାଯୋଗ୍ୟ, ଆମ ରାଜ୍ୟରେ ଦୈନିକ ପ୍ରାୟ ୭୨ ଲକ୍ଷ ଳିଟର ଦୁଗ୍ଧ ଉତ୍ପାଦନ ହେଉଥିବା ବେଳେ ଆସନ୍ତା ୫ ବର୍ଷରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ମାଧ୍ୟମରେ ଏହାକୁ ଦୁଇ ଗଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଏବେ ପର୍ଯ୍ୟନ୍ତ ୬୪,୦୦୦ ରୁ ଉର୍ଦ୍ଧ୍ଵ ଆବେଦନ ଗ୍ରହଣ କରାଯାଇଛି ।

ରାଜ୍ୟର ପ୍ରାଣିପାଳକମାନଙ୍କ ଆୟ ବୃଦ୍ଧି ପାଇଁ ବିଭାଗ ତରଫରୁ କୁକୁଡ଼ା ପାଳନ, ଗୋ-ପାଳନ ଓ ଦୁଗ୍ଧ ଉତ୍ପାଦନ, ଛେଳି ପାଳନ, ଘୁଷୁରୀ ପାଳନ, ଘାସ ଚାଷ ଆଦି ଅନେକ କାର୍ଯ୍ୟକ୍ରମ କରାଯାଉଛି । ଏହି ସବୁ କାର୍ଯ୍ୟକ୍ରମରେ ଚାଷୀଙ୍କୁ ଠିକ ସମୟରେ ଉଚିତ ପରିମାଣର ରିହାତି ଯୋଗାଇ ଦେଇ ଯୋଜନାକୁ ପ୍ରୋତ୍ସାହିତ କରିବା ସହ ସେମାନଙ୍କ ଅର୍ଥନୈତିକ ବିକାଶ ଦିଗରେ ତତ୍ପର ହେବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସରକାରୀ ଯୋଜନାକୁ ଅଧିକ ଲୋକାଭିମୁଖୀ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।

ଏହା ସହ ପ୍ରାଣୀମାନଙ୍କ ଟୀକାକରଣ, କୃତ୍ରିମ ପ୍ରଜନନ, ୯୦ ପ୍ରତିଶତ ପର୍ଯ୍ୟନ୍ତ ମାଈ ବାଛୁରୀ ପାଇବା ପାଇଁ ଲିଙ୍ଗ ନିରୂପିତ ଶୁକ୍ର ମାଧ୍ୟମରେ କୃତ୍ରିମ ପ୍ରଜନନ, କୁକୁଡ଼ା ପାଳନ, ଛେଳି ପାଳନ, ଗୋ-ପାଳନ, ବୁଲା ଓ ଅସହାୟ ପ୍ରାଣୀଙ୍କୁ ଜରୁରୀକାଳୀନ ଚିକିତ୍ସା ଆଦି କାର୍ଯ୍ୟକ୍ରମ ବିଷୟରେ ମାନ୍ୟବର ମନ୍ତ୍ରୀ ସମୀକ୍ଷା କରିଥିଲେ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ରାଜ୍ୟର ଗ୍ରାମାଞ୍ଚଳରେ ଥିବା ଗୋପାଳକ ଓ ପ୍ରାଣିପାଳକଙ୍କ ନିକଟରେ ପହଞ୍ଚାଇବାକୁ ଅଧିକାରୀମାନଙ୍କୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

୨୦୨୪-୨୫ ଆର୍ଥିକ ବର୍ଷରେ ୧.୫ କୋଟି ପ୍ରାଣିଙ୍କ ଚିକିତ୍ସା କରାଯାଇଥିବା ବେଳେ ୫ କୋଟିରୁ ଉର୍ଦ୍ଧ୍ଵ ଟୀକାକରଣ କରାଯାଇଛି । ପ୍ରାଣିସ୍ୱାସ୍ଥ୍ୟ ଓ ରୋଗ ନିୟନ୍ତ୍ରଣ ସମ୍ବନ୍ଧୀୟ ସେବା ଯୋଗାଇଦେବା ପାଇଁ ରାଜ୍ୟରେ ୫୪୧ ପ୍ରାଣିଚିକିତ୍ସାଳୟ, ୩୧୪ ଭ୍ରାମ୍ୟମାଣ ପ୍ରାଣିଚିକିତ୍ସା ୟୁନିଟ, ୩୨୩୯ ପ୍ରାଣିସମ୍ପଦ ସହାୟତା କେନ୍ଦ୍ର କାର୍ଯ୍ୟ କରୁଛି । ଗାଁ ଗାଁ ବୁଲି ଭ୍ରାମ୍ୟମାଣ ପ୍ରାଣିଚିକିତ୍ସା ୟୁନିଟ ଦ୍ଵାରା ଲୋକଙ୍କ ନିକଟରେ ପ୍ରାଣୀ ସେବା ପହଞ୍ଚାଇବା ଉପରେ ମାନ୍ୟବର ମନ୍ତ୍ରୀ ଗୁରୁତ୍ଵାରୋପ କରିଥିଲେ । ପ୍ରାଣିପାଳକମାନଙ୍କ ଆୟ ବୃଦ୍ଧି ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ସମୀକ୍ଷା ବୈଠକରେ ମାନ୍ୟବର ମନ୍ତ୍ରୀ କହିଥିଲେ ।

ବୁଲା ଓ ଅସହାୟ ପ୍ରାଣୀଙ୍କୁ ଜରୁରୀକାଳୀନ ଚିକିତ୍ସା ସେବା ଯୋଗାଇଦେବା ପାଇଁ ରାଜ୍ୟରେ ୧୪ ଗୋଟି ପ୍ରାଣୀ ଆମ୍ବୁଲାନ୍ସ କାର୍ଯ୍ୟ କରୁଛି । ଏ ଦିଗରେ ୨୪ ଘଣ୍ଟିଆ ଆନିମଲ ହେଲ୍ପ ଲାଇନ କାର୍ଯ୍ୟ କରୁଛି । ଏହାକୁ ଆହୁରି ବ୍ୟାପକ କରି ରାଜ୍ୟର ସବୁ ଜିଲ୍ଲାର ସହରାଞ୍ଚଳରେ ପ୍ରାଣୀ ଆମ୍ବୁଲାନ୍ସ ଯୋଗାଇଦେବା ପାଇଁ ଲକ୍ଷ୍ୟ ରହିଛି ।

ଏହି ସମୀକ୍ଷା ବୈଠକରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ରୀନା ମହାପାତ୍ର, ଏପିକଲର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରାଂଶୁ ମିଶ୍ର, ସିୱାର ନିର୍ଦ୍ଦେଶକ ମୃଦୁଳା ଦେବୀ, ସମସ୍ତ ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀ, ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଗତକାଲି ମଙ୍ଗଳବାର, ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।

Previous Post

ରାଜ୍ୟରେ ଛାତ୍ରୀ ଓ ମହିଳା ସୁରକ୍ଷା ପ୍ରସଙ୍ଗ: ଅପାରଗତା ଲୁଚାଇବା ପାଇଁ ବିଜେପି ଯୁବ ଓ ମହିଳା ମୋର୍ଚ୍ଚାର ଅପଚେଷ୍ଟା: ବିଜେଡି

Next Post

ଅଗଷ୍ଟ ୧ ରୁ ୧୫ ଯାଏଁ “ଆସ ଯିବା ଅଙ୍ଗନବାଡି” ଅଭିଯାନ

FNN WEB

FNN WEB

Next Post
ଅଗଷ୍ଟ ୧ ରୁ ୧୫ ଯାଏଁ “ଆସ ଯିବା ଅଙ୍ଗନବାଡି” ଅଭିଯାନ

ଅଗଷ୍ଟ ୧ ରୁ ୧୫ ଯାଏଁ “ଆସ ଯିବା ଅଙ୍ଗନବାଡି” ଅଭିଯାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.