• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ, ୩୦ହଜାର ଲୋକ ପ୍ରଭାବିତ

FNN WEB by FNN WEB
July 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ, ୩୦ହଜାର ଲୋକ ପ୍ରଭାବିତ
0
SHARES
0
VIEWS

ଆଗାମୀ ୭ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ। ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତିରଖି ମୁଖ୍ୟମନ୍ତ୍ରୀ କହିଥିଲେ ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍‍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି । ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମୁଛି। ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଓ ଜଳକା ଆଦି ନଦୀରେ ପାଣି କମିବାରେ ଲାଗିଛି। ବନ୍ୟାପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। କେନ୍ଦୁଝର ଏବଂ ଅନ୍ୟ କିଛି ଜିଲ୍ଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ଏଥିପାଇଁ ବାଲେଶ୍ୱରରେ ୧୬ଟି, ଭଦ୍ରକରେ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚିନର ବ୍ୟବସ୍ଥା କରାଯାଇଛି । ସମୁଦାୟ ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବନ୍ୟା ପରବର୍ତ୍ତୀ ସମୟରେ ଅନେକ ସମସ୍ୟା ଦେଖାଦିଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଶେଷ କରି ଡାଇରିଆ ଓ ଅନ୍ୟାନ୍ୟ ଜଳ ବାହିତ ରୋଗର ନିୟନ୍ତ୍ରଣ ପାଇ ଜଳ ଉତ୍ସ ଗୁଡିକର ବିଶୁଦ୍ଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ଜାରି ରଖିବା ପାଇଁ ସ୍ଥାନୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୌଣସି ପରିସ୍ଥିତିରେ ଯେପରି ଡାଇରିଆ ରୋଗର ପ୍ରଭାବ ଦେଖାନଯିବ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ।

ଅନେକ ସ୍ଥାନରେ ସାପ କାମୁଡା ପରି ଘଟଣା ଘଟେ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏଥିପାଇଁ ବ୍ୟାପକ ପରିମାଣରେ ଆଣ୍ଟିଭେନମ୍ ଓ ଅନ୍ୟାନ୍ୟ ଆବଶ୍ୟକ ଔଷଧ ମହଜୁଦ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ଅଞ୍ଚଳର କ୍ଷତିଗ୍ରସ୍ତ ଲୋକଙ୍କୁ ସହାୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ, କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ପାଇବା ପରେ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ । ଘର ଭଙ୍ଗା ଏବଂ ଗୋ-ସମ୍ପଦର କ୍ଷୟକ୍ଷତି ରିପୋର୍ଟ ମଗାଯିବା ସହିତ ଯେଉଁ ଗାଁ ଗୁଡ଼ିକରେ ରାସ୍ତା ଖରାପ ହୋଇଯାଇଛି ସେଗୁଡିକ ତୁରନ୍ତ ମରାମତି କରି ଯୋଗାଯୋଗ ବ୍ୟବସ୍ଥା ପୁନସ୍ଥାପିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ପଶୁଖାଦ୍ୟ ଯୋଗାଇ ଦେବା ପାଇଁ ପରାମର୍ଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାଲେଶ୍ବର ଜିଲ୍ଲାରେ ୧୭ଟି ଓଡ୍ରାଫ୍‍ ଓ ୧୩ଟି ଅଗ୍ନିଶମ ସେବା ଟିମ୍‍, ଭଦ୍ରକ ଜିଲ୍ଲାରେ ଗୋଟିଏ NDRF, ଗୋଟିଏ ଓଡ୍ରାଫ୍‍ ଓ ୧୩ଟି ଅଗ୍ନିଶମ ସେବା ଟିମ୍, ଯାଜପୁର ଜିଲ୍ଲାରେ ଗୋଟିଏ ଓଡ୍ରାଫ୍‍ ଓ ୧୪ଟି ଅଗ୍ନିଶମ ସେବା ଟିମ୍‍ ମୁତୟନ କରାଯାଇଛି।

Previous Post

ଅଗଷ୍ଟ ୧ ରୁ ୧୫ ଯାଏଁ “ଆସ ଯିବା ଅଙ୍ଗନବାଡି” ଅଭିଯାନ

Next Post

ଭାରତ ଉପରେ ୨୫% ଶୁଳ୍କ ଲଗାଇଲେ ଟ୍ରମ୍ପ୍‌

FNN WEB

FNN WEB

Next Post
ଭାରତ ଉପରେ ୨୫% ଶୁଳ୍କ ଲଗାଇଲେ ଟ୍ରମ୍ପ୍‌

ଭାରତ ଉପରେ ୨୫% ଶୁଳ୍କ ଲଗାଇଲେ ଟ୍ରମ୍ପ୍‌

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.