• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା

FNN WEB by FNN WEB
August 2, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା
0
SHARES
0
VIEWS


ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୀଡ଼ିତା ଆଉ ନାହାନ୍ତି। ଜୀବନ ଯୁଦ୍ଧରେ ସେ ହାରି ଯାଇଛନ୍ତି। ଏମ୍ସ ଦିଲ୍ଲୀରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଡାକ୍ତରମାନେ ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି। ଏହି ଖବର ଜଣାପଡ଼ିବା ପରେ ବଳଙ୍ଗାରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରୀ ଦଳ ପୁରା ଉଦ୍ୟମ କରିଥିଲେ। ଏମ୍ସ ଭୁବନେଶ୍ବରରେ ଏକ ୧୪ ଜଣିଆ ଟିମ୍‌ ତାଙ୍କର ଚିକିତ୍ସା କରୁଥିଲେ। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଏବଂ ବିରୋଧୀ ଦଳ ଏମ୍ସ ଦିଲ୍ଲୀ ଏୟାରଲିଫ୍ଟ ଦାବି କରିଥିଲେ। ସରକାର ମଧ୍ୟ ଏହାକୁ ସମ୍ବେଦନଶୀଳ ମାମଲା ମନେ କରି ଏମ୍ସ ଦିଲ୍ଲୀ ସ୍ଥାନାନ୍ତରିତ କରାଯାଇଥିଲା। ଆସନ୍ତାକାଲି ଦିଲ୍ଲୀ ଏମ୍‌ସରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ। ଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍‌ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା। ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍‌ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା। ଏଥି ପାଇଁ ଏମ୍ସ ଭୁବନେଶ୍ବରରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ କରିଡ଼ର କରାଯାଇଥିଲା। ଏହି ସମ୍ବେଦନଶୀଳ ଘଟଣା ନେଇ ରାଜ୍ୟ ସରକାର ଖୁବ ତତ୍ପରତା ପ୍ରକାଶ କରିଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇ ଏମ୍ସରେ ପୀଡ଼ିତାଙ୍କୁ ଭେଟିଥିଲେ ଓ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ। ସେ ପରିବାର‌ ଲୋକଙ୍କ ସହିତ କଥା ହୋଇ ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗର ହାତ ବଢ଼ାଇବେ ବୋଲି କହିଥିଲେ।

Previous Post

୪ଟି ବିଭାଗର ୫ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ

Next Post

ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଅଗ୍ନିବୀରଙ୍କୁ ରାଜ୍ୟର ୟୁନିଫର୍ମ ସେବାରେ ମିଳିବ ୧୦% ସଂରକ୍ଷଣ: ମୁଖ୍ୟମନ୍ତ୍ରୀ

ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.