ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଟୁଇଟ୍ କରି ମୋହନ ମାଝୀ କହିଛନ୍ତି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି। ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଏକ ଅଭାବନୀୟ ତଥା ଦୁର୍ଭାଗ୍ୟଜନକ ଅଘଟଣ ପରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କର ପରଲୋକ ଘଟିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଏ ଦୁଖଃଦ ପରିସ୍ଥିତିରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଡାକ୍ତରୀ ଦଳ ଏବଂ ସରକାରଙ୍କ ସମସ୍ତ ପ୍ରକାର ଚେଷ୍ଟା ସତ୍ତ୍ଵେ ବଞ୍ଚାଇ ପାରିନଥିବାରୁ ଆମେ ଅତ୍ୟନ୍ତ ଦୁଃଖିତ।
ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ପିସିସି ସଭାପତି ଭକ୍ତ ଦାସଙ୍କ ଶୋକ ପ୍ରକାଶ କରିଛନ୍ତି। ବଳଙ୍ଗା ପୀଡ଼ିତାଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।














