• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା -୨୦୨୫ :କିଟ୍‍ର ପଦକ ବିଜେତା ଖେଳାଳିଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

FNN WEB by FNN WEB
August 4, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା -୨୦୨୫ :କିଟ୍‍ର ପଦକ ବିଜେତା ଖେଳାଳିଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା
0
SHARES
0
VIEWS


ଭୁବନେଶ୍ୱର: ଜର୍ମାନୀର ରାଇନ୍‍-ରୁହରଠାରେ ଶେଷ ହୋଇଥିବା ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ରେ ଭାରତର ପ୍ରତିନିଧିତ୍ୱ କରି ବିଭିନ୍ନ ବିଭାଗରେ ପଦକ ହାସଲ କରିଥିବା କିଟ୍‍ ବିଶ୍ୱବିଦ୍ୟାଳୟର ୧୧ଜଣ କ୍ରୀଡ଼ାବିତ୍‍ଙ୍କୁ ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗୀତାରେ ରୌପ୍ୟ ପଦକ ହାସଲ କରିଥିବା ପ୍ରତ୍ୟେକ କ୍ରୀଡ଼ାବିତ୍‍ଙ୍କୁ କିଟ୍‍ ଓ କିସ୍‍ ପକ୍ଷରୁ ୩ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିବା ବେଳେ କାଂସ୍ୟ ପଦକ ହାସଲ କରିଥିବା ପ୍ରତ୍ୟେକ ଖେଳାଳୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଭାରତରୁ କିଟ୍ ବିଶ୍ୱବିଦ୍ୟାଳୟର ସର୍ବାଧିକ ଖେଳାଳି ପ୍ରତିନିଧିତ୍ୱ କରିଥିଲେ। ଏହି କ୍ରୀଡ଼ାରେ ଭାରତ ମୋଟ ୧୨ଟି ପଦକ ହାସଲ କରିଥିବା ବେଳେ କେବଳ କିଟ୍ ଖେଳାଳିମାନେ ୬ଟି ପଦକ ହାସଲ କରିଛନ୍ତି। ଏହା କିଟ୍ ତଥା ଓଡ଼ିଶା ପାଇଁ ଗୌରବର ବିଷୟ ବୋଲି ଶ୍ରୀ ସାମନ୍ତ କହିଥିଲେ। ଗତ ୬୫ବର୍ଷ ମଧ୍ୟରେ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ସର୍ବାଧିକ ପଦକ ହାସଲ କରିବାରେ କିଟ୍ ବିଶ୍ୱବିଦ୍ୟାଳୟ ହେଉଛି ପ୍ରଥମ ଭାରତୀୟ ବିଶ୍ୱବିଦ୍ୟାଳୟ।

କିଟ ବିଶ୍ୱବିଦ୍ୟାଳୟର ଅଙ୍କିତା ୩ହଜାର ମିଟର ଷ୍ଟିପ୍ଲେଚେଜ୍‌ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ପ୍ରବୀଣ ଚିତ୍ରାଭେଲ ଟ୍ରିପଲ୍ ଜଂପରେ, ସୀମା ୫ହଜାର ମିଟର ଦୌଡ଼ ଦ୍ୱିତୀୟ ସ୍ଥାନ ଅଧିକାର କରି ରୌପ୍ୟ ପଦକ ହାସଲ କରିଥିଲେ। ସେହିପରି ପୁରୁଷ ୪ଗୁଣା ୧୦୦ ମିଟର ରିଲେରେ ମଣିକାନ୍ତ ହୋବଲିଧର, ଅନିମେଶ କୁଜୁର, ଲାଲୁ ପ୍ରସାଦ ଭୋଇ ଏବଂ ମୃତ୍ୟମ୍ ଜୟରାମ ଦଣ୍ଡପତି ବ୍ରୋଞ୍ଜ ପଦକ ଜିତି କିଟ୍‌ର କ୍ରୀଡ଼ା ପ୍ରତିଭାକୁ ପ୍ରମାଣିତ କରିଥିବା ବେଳେ ମହିଳା ୨୦ କିଲୋମିଟର ରେସ୍ ୱାକ୍ ଦଳଗତ ଇଭେଂଟରେ କିଟର ମୁନିତାପ ରାଜପତି, ମାନସୀ ନେଗି ଏବଂ ସେଜଲ ଅନିଲସିଂହ ଦଳଗତ ମନୋଭାବ ପ୍ରଦର୍ଶନ କରି କାଂସ୍ୟ ପଦକ ହାସଲ କରିଥିଲେ। ବ୍ୟାଡମିଂଟନରେ କିଟର ଅବିନାଶ ମହାନ୍ତି କାଂସ୍ୟ ପଦକ ଜିତି କିଟ ବିଶ୍ୱବିଦ୍ୟାଳୟର ପଦକ ତାଲିକାକୁ ୬ରେ ପହଂଚାଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, କୁଳସଚିବ ପ୍ରଫେସର ଜ୍ଞାନରଞ୍ଜନ ମହାନ୍ତି, କିଟ୍ କ୍ରୀଡ଼ା ମହାନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଆଜି କାର୍ଯ୍ୟକ୍ରମରେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ଶ୍ରାବଣୀ ନନ୍ଦ, ଅମିୟ ମଲ୍ଲିକ, ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ଭବାନୀଦେବୀ ଓ ବିଭିନ୍ନ କୋଚମାନେ ମଧ୍ୟ ଉପସ୍ଥିତ ଥିଲେ।

Previous Post

ବିଜେପି ଷଡଯନ୍ତ୍ରକାରୀ, ଏବିଭିପି ହତ୍ୟାକାରୀ: ବିଜେଡି

Next Post

ସୁଭଦ୍ରା ହିତାଧିକାରୀଙ୍କ ସହିତ କଥା ହେଲେ ଉପମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ସୁଭଦ୍ରା ହିତାଧିକାରୀଙ୍କ ସହିତ କଥା ହେଲେ ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ହିତାଧିକାରୀଙ୍କ ସହିତ କଥା ହେଲେ ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.