• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ

FNN WEB by FNN WEB
August 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ
0
SHARES
1
VIEWS

ବିଧାନସଭାର ଗବେଷଣା ଶାଖା ପକ୍ଷରୁ ସଂକଳିତ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍‌କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ । ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ । ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକି୍ରୟ ଯୋଗଦାନ କରିଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ ଅଳଙ୍କୃତ କରିଥିଲେ । ସେ ଥିଲେ ଏକାଧାରରେ ସଂଗ୍ରାମୀ, ସଂସ୍କାରକ, ଅଧ୍ୟାପକ, ଶିକ୍ଷାବିତ୍‌, ରାଜନେତା, ବାଗ୍ମୀ ଓ ସୁଲେଖକ । ଓଡ଼ିଶା ଇତିହାସରେ ତାଙ୍କର କୃତି ଓ କୀର୍ତ୍ତି ଚିର ଉଜ୍ଜ୍ୱଳ ରହିବ ।

ପଣ୍ଡିତ ନୀଳକଣ୍ଠ ଦାସଙ୍କର ୧୪୧ତମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ଗଣେଶ୍ୱର ବେହେରା ଓ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା, ପୂଜ୍ୟପୂଜା ସଂସଦର ସଭାପତି ଶ୍ରୀ ପ୍ରଦୁ୍ୟମ୍ନ ଶତପଥି, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ ମିଶ୍ର, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ ପ୍ରମୁଖ ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ବାଚସ୍ପତି ଓ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ସଂକଳିତ ପୁସ୍ତକ “Speeches of Finance Minister of Odisha from 2022 to 2025-26″କୁ ଉନ୍ମୋଚନ କରିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ୧୯୩୬ ମସିହା ଅପ୍ରେଲ ପହିଲାରେ ବ୍ରିଟିଶ ଶାସନାଧିନ ଭାରତ ବର୍ଷରେ ଏକ ଭାଷାଭିତ୍ତିକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ଓଡ଼ିଶା ଶାସନଗତ କ୍ଷମତା ହାସଲ କରିଥିଲା । ସ୍ୱତନ୍ତ୍ର ଓଡ଼ିଶାର (ପ୍ରାକ୍‌-ସ୍ୱାଧୀନତା) ପ୍ରଥମ ବିଧାନସଭା ୧୯୩୬ ମସିହାଠାରୁ ୨୦୨୦-୨୧ ମସିହା ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବିଧାନସଭାରେ ମାନ୍ୟବର ଅର୍ଥମନ୍ତ୍ରୀଙ୍କ ଦ୍ୱାରା ବଜେଟ ଅଭିଭାଷଣ ଗବେଷଣା ଉପବିଭାଗ ଦ୍ୱାରା ସଂଗ୍ରହ କରାଯାଇ ପୁସ୍ତକର ଅଷ୍ଟମ ଖଣ୍ଡ (ଅଷ୍ଟମ ସଂସ୍କରଣ) ପ୍ରକାଶିତ ହୋଇଛି । ଏହି ପରିପ୍ରେକ୍ଷୀରେ ୨୦୨୧-୨୨ଠାରୁ ୨୦୨୫-୨୬ ଆର୍ଥିକ ବର୍ଷ ବଜେଟର ନବମ ସଂସ୍କରଣ ଆଜି ଉନ୍ମୋଚିତ ହୋଇଛି । କାର୍ଯ୍ୟକ୍ରମ ଶେଷରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ଶ୍ରୀ ଅବିନାଶ ପାଣି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Previous Post

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁକେଶ ମହାଲିଙ୍ଗ

Next Post

୭ ରୁ ୧୩ ଅଗଷ୍ଟ ପର୍ଯ୍ୟନ୍ତ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ

FNN WEB

FNN WEB

Next Post
୭ ରୁ ୧୩ ଅଗଷ୍ଟ ପର୍ଯ୍ୟନ୍ତ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ

୭ ରୁ ୧୩ ଅଗଷ୍ଟ ପର୍ଯ୍ୟନ୍ତ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.