• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୭ ରୁ ୧୩ ଅଗଷ୍ଟ ପର୍ଯ୍ୟନ୍ତ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ

FNN WEB by FNN WEB
August 5, 2025
in ଓଡ଼ିଶା, ମୁଖ୍ୟ ଖବର
0
୭ ରୁ ୧୩ ଅଗଷ୍ଟ ପର୍ଯ୍ୟନ୍ତ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ
0
SHARES
3
VIEWS

 ଜନତା ମଇଦାନଠାରେ ପାଳନ ହେବ ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ଓ ‘ଏକତା’ ଉତ୍ସବ
 ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ୭ ଅଗଷ୍ଟରେ ଜାତୀୟ ହସ୍ତତନ୍ତ ଦିବସର ଶୁଭ ଉଦ୍ଘାଟନ କରିବେ
 ଜାତୀୟ ହସ୍ତତନ୍ତ ଦିବସ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ଚଳଚିତ୍ର ତାରକା ମାଧୁରୀ ଦୀକ୍ଷିତ ନେନେ
 ଅଗଷ୍ଟ ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ‘ଏକତା’ ଉତ୍ସବ
 ୭ ରୁ ୯ ଅଗଷ୍ଟ ପର୍ଯ୍ୟନ୍ତ ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ
 ଫ୍ୟାଶନ୍ ଶୋ ସହ ଲେଜର୍ ସୋ ଆୟୋଜନ
 ୭ ରୁ ୧୩ ଅଗଷ୍ଟ ପର୍ଯ୍ୟନ୍ତ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ
 ଫୁଡ୍ କୋର୍ଟ, ପ୍ଲେ ଜୋନ୍ ସହ ୬୦ଟି ଷ୍ଟଲ ସ୍ଥାପନ
 ଅଂଶଗ୍ରହଣ କରିବେ ୧୫୦୦ ରୁ ଅଧିକ ବୁଣାକାର, ପୁରସ୍କୃତ ହେବେ ବୁଣାକାର
 ଆୟୋଜନ ହେବ କ୍ରେତା-ବିକ୍ରେତା-ନିର୍ମାତା ସମ୍ମିଳନୀ, ଡିଜାଇନର ଓ କାରିଗରମାନଙ୍କ ସହ ୱାନ୍ ଟୁ ୱାନ୍ ଅଧିବେଶନ ଓ ବିଭିନ୍ନ କର୍ମଶାଳା
 ଉତ୍ସବରେ ଅଂଶଗ୍ରହଣ କରିବାକୁ ଜନସାଧାରଣଙ୍କୁ ନିବେଦନ କଲେ ମନ୍ତ୍ରୀ ପ୍ରଦିପ ବଳସାମନ୍ତ

ଭୁବନେଶ୍ଵର : ଓଡ଼ିଶାର ବୁଣାକାରମାନେ ଆମ ସାଂସ୍କୃତିକ ଐତିହ୍ୟର ଆତ୍ମା । ଆମ ହସ୍ତତନ୍ତ କେବଳ ଖଣ୍ଡେ କପଡ଼ା ନୁହେଁ, ଏହା ଆମ ଐତିହ୍ୟ । ଓଡ଼ିଶାର ହସ୍ତତନ୍ତ – ଐତିହ୍ୟର ସୂତ୍ରଧର ବୋଲି କହିଛନ୍ତି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ । ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ଓ ‘ଏକତା’ ଉତ୍ସବ ଆୟୋଜନ ଉପଲକ୍ଷେ ରାଜ୍ୟ ଅତିଥି ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଆଜି ଏହା କହିଛନ୍ତି ମନ୍ତ୍ରୀ ଶ୍ରୀ ବଳସାମନ୍ତ ।

ସୂଚନାଯୋଗ୍ୟ; ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୁଲ୍ୟରେ ଅଗଷ୍ଟ ୭ ତାରିଖରେ ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ପାଳନ, ଅଗଷ୍ଟ ୮ ଓ ୯ ତାରିଖରେ ବୟନ ଶିଳ୍ପର ଅଗ୍ରଗତି ନିମନ୍ତେ ପ୍ରଦର୍ଶନୀ ଦ୍ଵାରା ଜ୍ଞାନ ପ୍ରଦାନ କାର୍ଯ୍ୟକ୍ରମ “ଏକତା” ଉତ୍ସବ ଆୟୋଜନ ଏବଂ ଏହି ଉପଲକ୍ଷେ ୭ ରୁ ୧୩ ଅଗଷ୍ଟ, ୨୦୨୫ ପର୍ଯ୍ୟନ୍ତ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜନ କରାଯିବ । ସ୍ଥାନୀୟ ରାଜ୍ୟ ଅତିଥି ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ ଏ ସମ୍ପର୍କରେ ଆଜି ବିସ୍ତୃତ ସୂଚନା ଦେଇଛନ୍ତି । ଜାତୀୟ ହସ୍ତତନ୍ତ ଦିବସକୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୭ ଅଗଷ୍ଟ ୨୦୨୫ରେ ଉଦଘାଟନ କରିବେ । ଜାତୀୟ ହସ୍ତତନ୍ତ ଦିବସ କାର୍ଯ୍ୟକ୍ରମରେ ଚଳଚିତ୍ର ଜଗତର ସ୍ଵନାମଧନ୍ୟ ତାରକା ଶ୍ରୀମତୀ ମାଧୁରୀ ଦୀକ୍ଷିତ ନେନେ ଯୋଗଦାନ କରିବେ ।

ଅଗଷ୍ଟ ୭ ରୁ ୯ ତାରିଖ ପର୍ଯ୍ୟନ୍ତ ତିନି ଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ, ଯେଉଁଥିରେ ଓଡ଼ିଶୀ ନୃତ୍ୟ, ସମ୍ବଲପୁରୀ ଲୋକନୃତ୍ୟ, ସମସାମୟିକ ନୃତ୍ୟ ପ୍ରଦର୍ଶନ ସହ ଫ୍ୟାଶନ୍ ସୋ, ଲେଜର୍ ସୋ କାର୍ଯ୍ୟକ୍ରମ ଆୟୋଜନ ହେବ । ଅଗଷ୍ଟ ୭ ରୁ ୧୩ ତାରିଖ ପର୍ଯ୍ୟନ୍ତ ଏକ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟୋଜନ ହେବ । ଓଡ଼ିଶାର ସମୃଦ୍ଧ ବୟନ ଐତିହ୍ୟ ଓ ହସ୍ତଶିଳ୍ପ ପ୍ରଦର୍ଶନ ପାଇଁ ୬୦ଟି ଷ୍ଟଲ ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ସମଗ୍ର ରାଜ୍ୟରୁ ୧୫୦୦ ରୁ ଅଧିକ ହସ୍ତତନ୍ତ ବୁଣାକାର ଅଂଶଗ୍ରହଣ କରିବେ । ରାଜ୍ୟର ବିବିଧ ହସ୍ତତନ୍ତ ଅସ୍ମିତା ସହ ବୟନ ମନ୍ତ୍ରାଳୟ ସହଯୋଗରେ ୮ ରୁ ଅଧିକ ରାଜ୍ୟର ବୁଣାକାରମାନେ ସେମାନଙ୍କ ହସ୍ତତନ୍ତ ପ୍ରଦର୍ଶନ କରିବେ । ଫୁଡ୍ କୋର୍ଟ, ପ୍ଲେ ଜୋନ୍, ଆଦିର ବ୍ୟବସ୍ଥା ହୋଇଛି ।

ଏହି କାର୍ଯ୍ୟକ୍ରମଗୁଡ଼ିକରୁ ଫଳପ୍ରଦ ଫଳାଫଳ ପାଇବା ପାଇଁ ବିଭିନ୍ନ କର୍ମଶାଳା, କ୍ରେତା-ବିକ୍ରେତା-ନିର୍ମାତା ସମ୍ମିଳନୀ, ଡିଜାଇନର ଓ କାରିଗରଙ୍କ ସହ ବିଶେଷ ଅଧିବେଶନ ଆୟୋଜନ କରାଯିବ । ଯୋଗ୍ୟ ବୁଣାକାରମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯିବ । ଏହି ସାମ୍ବାଦିକ ସମ୍ମିଳନୀରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ପ୍ରେମଚନ୍ଦ୍ର ଚୌଧାରୀ, ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ୭ ରୁ ୧୩ ଅଗଷ୍ଟ ପର୍ଯ୍ୟନ୍ତ ଆୟୋଜନ ହେବାକୁ ଥିବା ସମସ୍ତ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶ ଗ୍ରହଣ ପାଇଁ ମାନ୍ୟବର ମନ୍ତ୍ରୀ ଜନ ସାଧାରଣଙ୍କୁ ନିବେଦନ କରିଛନ୍ତି ।

Previous Post

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ

Next Post

ରୌପ୍ୟ ତାରକସି ସର୍ବସାଧାରଣ ସୁବିଧା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ

FNN WEB

FNN WEB

Next Post
ରୌପ୍ୟ ତାରକସି ସର୍ବସାଧାରଣ ସୁବିଧା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ

ରୌପ୍ୟ ତାରକସି ସର୍ବସାଧାରଣ ସୁବିଧା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.