• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗବେଷଣା ମାଧ୍ୟମରେ ନବସୃଜନର କଳ୍ପନା କରିବା

FNN WEB by FNN WEB
August 9, 2025
in ଓଡ଼ିଶା, ମୁଖ୍ୟ ଖବର
0
ଗବେଷଣା ମାଧ୍ୟମରେ ନବସୃଜନର କଳ୍ପନା କରିବା
0
SHARES
0
VIEWS


ବ୍ରହ୍ମପୁର : ୨୦୩୬ ମସିହାରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ । ୨୦୪୭ରେ ଦେଶ ସ୍ୱାଧୀନତାର ଶତବାର୍ଷିକୀ ପାଳନ କରିବ । ଏହି ସମୟରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କେବଳ ଡିଗ୍ରୀ ଓ ସାର୍ଟିଫିକେଟ୍ ଦେବାରେ ସୀମିତ ନରହି ଗବେଷଣା ମାଧ୍ୟମରେ ନବସୃଜନର କଳ୍ପନା କରିବା ଉଚିତ୍ ବୋଲି ଶନିବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୬ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାର ମାନ୍ୟବର ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଉପସ୍ଥିତିରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଏବଂ ବିଶ୍ୱ ଆଦିବାସୀ ଦିବସ ମଧ୍ୟ। କଳା, ସଂସ୍କୃତି, ଐତିହ୍ୟ ଓ ପର୍ଯ୍ୟଟନର କେନ୍ଦ୍ରସ୍ଥଳୀ ଗଞ୍ଜାମ ଜିଲ୍ଲା ଜନଜାତି ମାନଙ୍କର ମୂଳ ପେଣ୍ଠସ୍ଥଳ । ବୀର ଚକରା ବିଶୋୟୀ, କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟ ବଳଦେବ ରଥ ଓ ବିଶ୍ୱନାଥ ଦାଶଙ୍କ ପରି ମହାପୁରୁଷମାନେ ଏହି ମାଟିରେ ଜନ୍ମନେଇ ଗଞ୍ଜାମ ମାଟିକୁ ପବିତ୍ର କରିଛନ୍ତି ।

ଓଡ଼ିଶାର ଭାଷା ଆନ୍ଦୋଳନ, ସାହିତ୍ୟ ଆନ୍ଦୋଳନ ସହ ଶ୍ରମଜୀବୀଙ୍କ କ୍ଷେତ୍ରରେ ନୂଆ ବେଞ୍ଚମାର୍କ ତିଆରି କରିବାରେ ଗଞ୍ଜାମର ଅବଦାନ ବହୁତ ଅଧିକ । ଜିଲ୍ଲାର ପରିଶ୍ରମୀ ଲୋକଙ୍କ ହାତରେ ଗୁଜୁରାଟର ସୁରତ ସମେତ ଆମ ରାଜ୍ୟ ଓ ଦେଶର ଅର୍ଥନୀତି ମଜଭୂତ୍ ହୋଇଛି । ତେଣୁ ଏଠାରେ ଲୋକମାନଙ୍କୁ ବାହାରକୁ ନହେଁ ବରଂ ସେମାନଙ୍କର ରୋଜଗାର ବ୍ୟବସ୍ଥା କରାଇବା ପାଇଁ ଦାୟିତ୍ୱ ନେବା ଦରକାର । ଓଡ଼ିଆ ଯୁବକଙ୍କୁ ସୁଯୋଗ ଦେଲେ ସେମାନେ ସବୁ କାମ କରିପାରିବେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ସହ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଡବଲ ଇଞ୍ଜିନ ସରକାର ପିଏମ୍ ଉଷା ଯୋଜନାରେ ୧୦୦ କୋଟି ଟଙ୍କା ସମେତ ରାଜ୍ୟ ବଜେଟରୁ ୭୫ କୋଟି ଟଙ୍କା ଦେଇଛନ୍ତି । ସବୁ ଯୋଜନାକୁ ମିଶାଇଲେ ପ୍ରାୟ ୨୦୦ କୋଟି ଟଙ୍କା ଏହି ବିଶ୍ୱବିଦ୍ୟାଳୟକୁ ପ୍ରଦାନ କରାଯାଇଛି, ଯାହା ଖୁସିର ବିଷୟ ।

ସେ କହିଛନ୍ତି ଯେ ଦେଶରେ ଜାତୀୟ ଶିକ୍ଷା ନୀତି -୨୦୨୦ ଲାଗୁ ହୋଇଛି ଏବଂ ଏହି ଶିକ୍ଷା ନୀତି କାର୍ଯ୍ୟକାରୀ ହେବାର ୫ ବର୍ଷ ପୂର୍ତ୍ତି ହୋଇଛି । ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ଗୁଣାତ୍ମକ ଉଚ୍ଚ ଶିକ୍ଷାନୁଷ୍ଠାନ ସବୁ ରହିଛି । ଆଇଜର ବ୍ରହ୍ମପୁର, ଏମକେସିଜି ମେଡିକାଲ କଲେଜ, ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ, କଲେଜ ଅଫ୍ ଆର୍ଟ ଆଣ୍ଡ୍ କ୍ରାଫ୍ଟସ୍, ଖଲ୍ଲିକୋଟ, ଆର୍ମି ଡିଫେନ୍ସ କଲେଜ, କଲେଜ ଅଫ ଫିସରିଜ ଭଳି ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡ଼ିକ ରହିଛି । ଏଠାରେ ବିରଳ ମୂର୍ତ୍ତିକାର ଖଣିଜ ପଦାର୍ଥ ଓ ଗୋପାଳପୁର ଭଳି ବନ୍ଦର ଅଛି । ପର୍ଯ୍ୟଟନର ଅପାର ସମ୍ଭାବନା ମଧ୍ୟ ରହିଛି ।

ଏ ଅଞ୍ଚଳର ସମ୍ଭାବନାକୁ ଆଧାର କରି ବ୍ରହ୍ମପୁରକୁ ନ୍ୟୁ ଏଜ୍ ଇକେନୋମୀ ବା ନୂଆ ସମୟର ଅର୍ଥନୀତି କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି । ଏହାସହ ବିକଶିତ ଗଞ୍ଜାମ ଓ ବିକଶିତ ଓଡ଼ିଶାର ସ୍ୱପ୍ନକୁ ପୂରଣ କରିବା ଏବଂ ବ୍ରହ୍ମପୁରକୁ ଅର୍ଥନୈତିକ ଓ ଜ୍ଞାନର ପେଣ୍ଠସ୍ଥଳ କରିବା ଦିଗରେ ସହଯୋଗୀ ହେବ ଶ୍ରୀ ପ୍ରଧାନ ଦୃଢୋକ୍ତି ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ଆଜିର ଶୁଭ ଅବସରରେ ଦେଶର ବିଶିଷ୍ଟ ବୈଜ୍ଞାନିକ ତଥା ଭାରତର କ୍ଷେପଣାସ୍ତ୍ର ମହିଳା ଡକ୍ଟର ଟେସୀ ଥୋମସ, ମିଲେଟ୍ ରାଣୀ ରାଈମତି ଘିଉରିଆ ଏବଂ ବୈଜ୍ଞାନିକ ଡକ୍ଟର ଅଜିତ୍ କୁମାର ମହାନ୍ତି ସମ୍ମାନିତ ହୋଇଥିବାରୁ ଅଭିନନ୍ଦନ । ଏହି ବ୍ୟକ୍ତିବିଶେଷମାନେ ଆମ ଦେଶକୁ ଗର୍ବିତ କରିଛନ୍ତି । ପିଏଚଡ଼ି ଓ ସ୍ନାତକଧାରୀ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ ଏହି ସମାବର୍ତ୍ତନ ଉତ୍ସବ ନୂତନ ଯାତ୍ରାର ଅୟମାରମ୍ଭ ଏବଂ ଡିଗ୍ରି ଲାଭ କରୁଥିବା ପ୍ରତ୍ୟେକ ଛାତ୍ରଛାତ୍ରୀ ହେଉଛନ୍ତି ଜଣେ ପରିବର୍ତ୍ତନର ବାହକ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅବସରରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଶିକ୍ଷାତ୍ମକ ଭବନ -୧ର ଉଦଘାଟନ କରିଥିଲେ । ଏହାସହ ବହୁମୁଖୀ ଶିକ୍ଷା ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ (ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ) ଯୋଜନା ଅନ୍ତର୍ଭୃକ୍ତ ପ୍ରକଳ୍ପ ସମୂହ ଯଥା ଗବେଷକ ଓ ଗବେଷିକା ଛାତ୍ରାବାସ, ସ୍ନାତକୋତ୍ତର ଛାତ୍ରାବାସ ଓ ଛାତ୍ରୀ ନିବାସ, ଦକ୍ଷିଣ ଓଡ଼ିଶା ସାଂସ୍କୃତିକ ସଂଗ୍ରହାଳୟ ପାଇଁ ବହୁଉଦ୍ଦେଶ୍ୟ ସାଧନ କେନ୍ଦ୍ର, କେନ୍ଦ୍ରୀୟ କମ୍ପ୍ୟୁଟର ପରୀକ୍ଷାଗାର, ନୂତନ ସାମାଜିକ ବିଜ୍ଞାନ ଏବଂ ମାନସିକ ବିଷୟ ସମୂହ ଶିକ୍ଷାତ୍ମକ ଭବନ, ନୂତନ ବିଜ୍ଞାନ ଶିକ୍ଷାତ୍ମକ ଭବନ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଏହି ସବୁ ପ୍ରକଳ୍ପ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ପୂରଣ କରିବା ସହ ବିଶ୍ୱବିଦ୍ୟାଳୟର ପରିଚୟକୁ ଆଗେଇ ନେବାରେ ସହାୟକ ହେବ । ଏହି ସମାବର୍ତ୍ତନ କାର୍ଯ୍ୟକ୍ରମରେ ଓଡ଼ିଶାର ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ, ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ ଓ ଅଞ୍ଚଳର ବିଧାୟକମାନେ ପ୍ରମୁଖ ଯୋଗଦେଇଥିଲେ।

Previous Post

ଲୋକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

Next Post

କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି: ୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

FNN WEB

FNN WEB

Next Post
କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି: ୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି: ୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.