• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି: ୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

FNN WEB by FNN WEB
August 9, 2025
in ଓଡ଼ିଶା, ମୁଖ୍ୟ ଖବର
0
କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି: ୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା
0
SHARES
1
VIEWS


ଖୁବ୍‌ଶୀଘ୍ର ଜୟପୁରରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ
ଓଡିଶା ମହିଳାଙ୍କ ଅଶାର କିରଣ ସାଜିଛି ‘ସୁଭଦ୍ରା’
୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ବ୍ୟୟରେ ୪୩୬ ଟି ପ୍ରକଳ୍ପ ଭିତ୍ତି ପ୍ରସ୍ତର ସ୍ଥାପନ
୩୦୯ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବ୍ୟୟରେ ୧୨୬ ଟି ପ୍ରକଳ୍ପର ଶୁଭ ଉଦଘାଟନ
ଜୟପୁର ସ୍ଥିତ ପେପର ମିଲ ପୁନର୍ବାର ଚାଲୁ ହେବ
ଜୟପୁର ଠାରେ ଏକ ନୂତନ କଲେଜ ସ୍ଥାପନ ହେବ

ଭୁବନେଶ୍ୱର/ଜୟପୁର : “ସୁଭଦ୍ରା ଯୋଜନା” ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ  ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି ଆଜି କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତିକରଣ ଯୋଜନା “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ, କୋରାପୁଟ ଜିଲ୍ଲାରେ, ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ୪୩୬ ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହିତ ୩୦୯.୪୨ କୋଟି ଟଙ୍କା ମୂଲ୍ୟର ୧୨୬ ଟି ନୂତନ ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ।

ସୂଚନା ଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀଙ୍କ କରକମଳରେ କୋରାପୁଟ ଜିଲ୍ଲାରେ ୭୬୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, ସେତୁ, ସଡକ, ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉନ୍ନୟନମୂଳକ ପ୍ରକଳ୍ପ ରହିଛି । ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ ହେଲେ ଜିଲ୍ଲାର ବିକାଶ ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଖୁବ ଶୀଘ୍ର ଜୟପୁର ରୁ ଭୁବନେଶ୍ୱର, ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହା ମଧ୍ଯ ଘୋଷଣା କରିଛନ୍ତି ଯେ, ଜୟପୁର ସ୍ଥିତ ପେପର ମିଲ ପୁନର୍ବାର ଚାଲୁ ହେବ ଓ ଜୟପୁର ଠାରେ ଏକ ନୂତନ କଲେଜ ସ୍ଥାପନ ହେବ।

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଆର୍ଥିକ ଅଭାବରୁ ଯେଉଁ ମା’ ମାନେ ନିଜ ସ୍ୱପ୍ନକୁ ଛାଡ଼ିବାକୁ ବାଧ୍ୟ ହେଉଛନ୍ତି, ସେମାନଙ୍କ ପାଇଁ ଆଶାର କିରଣ ସାଜିଛି ‘ସୁଭଦ୍ରା’। ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା ଓ ଆତ୍ମନିର୍ଭର ଭାରତ ଗଢିବାରେ ସାମିଲ ହେବା। ଏହି ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ମା’ ମାନେ ନିଜ ନିଜ ଛୋଟ ବଡ ବ୍ୟବସାୟ ଆରମ୍ଭ କରିପାରିଛନ୍ତି, ଆଉ କିଛି ଅଧିକ ପୁଞ୍ଜି ବିନିଯୋଗ କରି ନିଜ ନିଜର କ୍ଷୁଦ୍ର ବ୍ୟବସାୟକୁ ବୃଦ୍ଧି କରିଛନ୍ତି।  

ଆମ ସରକାର ନିଜର ଆନ୍ତରିକ ପ୍ରଚେଷ୍ଟାରେ କୋଟିଆ ଗ୍ରାମ ପଞ୍ଚାୟତ ରେ ବସବାସ କରୁଥିବା ମହିଳା ମାନଙ୍କୁ ସଫଳ ଭାବେ ‘ସୁଭଦ୍ରା’ ଯୋଜନା ସହ ଯୋଡି ପାରିଛନ୍ତି । କୋଟିଆ ଗ୍ରାମ ପଞ୍ଚାୟତରେ ମୋଟ ୨୦୭୮ଟି ଆବେଦନ ମଧ୍ୟରୁ ୧୭୯୭ ଜଣ ପ୍ରଥମ କିସ୍ତି ଓ ୧୭୯୫ ଜଣ ଦ୍ୱିତୀୟ କିସ୍ତି ଅର୍ଥ ରାଶି ପାଇଛନ୍ତି । ଆଜି ତୃତୀୟ କିସ୍ତି ବାବଦରେ କୋଟିଆର ୧୭୮୩ ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏହି ସହାୟତା ରାଶି ସିଧାସଳଖ ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ, ଆମ ସରକାରଙ୍କ ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ସେମାନେ କେବଳ ଏକ ଭୋଟ ବ୍ଯାଙ୍କ ନୁହନ୍ତି। ପ୍ରାୟ ଦୁଇ ଦଶନ୍ଧି ଧରି ମହିଳା ସଶକ୍ତିକରଣ ନାଁ ରେ ରାଜ୍ୟର କୋଟି କୋଟି ମହିଳାଙ୍କୁ କେବଳ ରାଜନୈତିକ ପଶାପାଲିରେ ଗୋଟିଭାବେ ବ୍ୟବହାର କରାଯାଉଥିଲା। ଏହା ସମଗ୍ର ନାରୀ ସମାଜ ପାଇଁ ଅପମାନ। ଆମ ସରକାର ଆସିବାର ପ୍ରାୟ ଏକ ବର୍ଷ ମଧ୍ୟରେ ମହିଳା ସଶକ୍ତିକରଣକୁ ଏକ ନୂତନ ଦିଗନ୍ତ ଦେବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏହାର ଉଦାହରଣ ହେଉଛି, ‘ଲକ୍ଷପତି ଦିଦି’। ମାନନୀୟ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ପରିକଳ୍ପିତ ଏହି ସଶକ୍ତିକରଣ କାର୍ଯ୍ୟକ୍ରମରେ ଆଜି ପର୍ଯ୍ୟନ୍ତ ଆମ ଓଡ଼ିଶାରେ ପ୍ରାୟ ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି ହୋଇଛନ୍ତି। ସୁଭଦ୍ରା ଯୋଜନା ଅଧିନରେ ଆମର ମା’ମାନଙ୍କୁ ସଶକ୍ତ କରିବା ପାଇଁ ସୁଭଦ୍ରା ପ୍ଲସ, ଉଦ୍ୟୋଗୀ କରିବା ପାଇଁ ସୁଭଦ୍ରା ଶକ୍ତି ମେଳା କାର୍ଯ୍ୟକାରୀ କରାଯାଇଥିବା ବେଳେ କିଶୋରୀମାନଙ୍କ ପାଇଁ ସୁଭଦ୍ରା କିଶୋରୀ, ସଞ୍ଚୟ ପାଇଁ ସୁଭଦ୍ରା ସଞ୍ଚୟ, ସୁରକ୍ଷା ପାଇଁ ସୁଭଦ୍ରା ସୁରକ୍ଷା ଏବଂ ସାମୁହିକ ନେତୃତ୍ୱର ବିକାଶ ପାଇଁ ସୁଭଦ୍ରା ସଖୀ ଯୋଜନା କାର୍ଯ୍ୟକାରୀ କରାଯାଇଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେଯେ କୋରାପୁଟର କୋଟିଆ ଗ୍ରାମ ପଞ୍ଚାୟତରେ ମୋଟ ୨୦୭୮ଟି ଆବେଦନ ମଧ୍ୟରୁ ୧୭୯୭ ଜଣ ପ୍ରଥମ କିସ୍ତି ଓ ୧୭୯୫ ଜଣ ଦ୍ୱିତୀୟ କିସ୍ତି ଅର୍ଥ ରାଶି ପାଇଛନ୍ତି । ଆଜି ତୃତୀୟ କିସ୍ତି ବାବଦରେ କୋଟିଆର ୧୭୮୩ ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏହି ସହାୟତା ରାଶି ସିଧାସଳଖ ପ୍ରଦାନ କରାଯାଇଛି। ଖୁସିର କଥା ଆମ ସରକାରଙ୍କ ଆନ୍ତରିକ ପ୍ରଚେଷ୍ଟାରେ କୋଟିଆ ଗ୍ରାମ ପଞ୍ଚାୟତର ମହିଳାମାନେ ମଧ୍ୟ ଆମ ସୁଭଦ୍ରା ଯୋଜନା ସହିତ ଯୋଡି ହୋଇଛନ୍ତି । ସୁଭଦ୍ରା ମାଧ୍ୟମରେ ଆମେ କେବଳ ଆର୍ଥିକ ସ୍ୱାଧୀନତା ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରୁନାହୁଁ ବରଂ ଶିକ୍ଷା, ଦକ୍ଷତା, ଏବଂ ରୋଜଗାରର ସୁଯୋଗ ମଧ୍ୟରେ ଥିବା ବ୍ୟବଧାନକୁ ମଧ୍ୟ ଦୂର କରୁଛୁ । ସୁଭଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ସହାୟତାକୁ ପୁଞ୍ଜି ଭାବେ ବ୍ୟବହାର କରି ଆଜି ରାଜ୍ୟର ଲକ୍ଷ ଲକ୍ଷ ମା’ ଓ ଭଉଣୀମାନେ ଛୋଟ ବଡ ବ୍ୟବସାୟ ଆରମ୍ଭ କରି ନିଜ ପରିବାରର ଆର୍ଥିକ ସ୍ଥିତିକୁ ବଦଳାଇ ପାରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ନିଜ ଅଭିଭାଷଣରେ କହିଛନ୍ତି।

ଗୋଟିଏ ବର୍ଷ ତଳେ ମହିଳାଙ୍କ ଆଖିରେ ଯେଉଁ ବିଶ୍ୱାସ ଆମେ ଦେଖିଥିଲୁ, ସେ ବିଶ୍ୱାସ ଆଜି ଫଳପ୍ରଦ। ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା । ଏହି ଯୋଜନା ମାଧ୍ୟମରେ ସରକାର ମହିଳାମାନଙ୍କ ଜୀବନର ଏକାଧିକ ଦିଗରୁ ଉନ୍ନତ କରିବାର ଲକ୍ଷ୍ୟ ରଖିଛନ୍ତି ଏବଂ  ଏହା ସେମାନଙ୍କ ସାମାଜିକ ଅବସ୍ଥାକୁ ମଜବୁତ କରିବା, ସଫଳତା ପାଇଁ ସାଧନ ଓ ସୁଯୋଗ ଆଦି ଯୋଗାଇବା ଦିଗରେ ସରକାରଙ୍କ ଦୃଢ ସଂକଳ୍ପକୁ  ପ୍ରତିପାଦନ କରୁଅଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏହି ଅବସରରେ କହିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟମନ୍ତ୍ରୀଙ୍କ ହାତରେ ସୁଭଦ୍ରା ରାକ୍ଷୀ ବାନ୍ଧି ଏହି ସମାରୋହକୁ ପାରମ୍ପାରିକ ଭାବେ ଅନୁଷ୍ଠାନ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଏକ କୋଟି ମହିଳା ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ଏଥି ସହିତ ମଞ୍ଚ ଉପରେ ସୁଭଦ୍ରା ଯୋଜନାରୁ ସଫଳତା ପାଇଥିବା ମହିଳାଙ୍କୁ ଓ ଏହି ଯୋଜନାକୁ ସଫଳ କରାଉଥିବା ମହିଳାଙ୍କୁ ସମ୍ମାନିତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ଖଣି ଓ ଷ୍ଟିଲ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ନାୟକ, ନବରଙ୍ଗପୁର ସାଂସଦ, ଶ୍ରୀଯୁକ୍ତ ବଳଭଦ୍ର ମାଝି ବିଧାୟକ ଶ୍ରୀଯୁକ୍ତ ରଘୁରାମ ମାଛ, ନରସିଂହ ମାଡକାମୀ, ଗୌରୀ ଶଙ୍କର ମାଝୀ, ମହିଳା ଓ ଶିଶୁ ବିକାଶ ବିଭାଗ, ପ୍ରମୁଖ ଶାସନ ସଚିବ, ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ଓ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଂଚାସୀନ ଥିଲେ। କାର୍ଯ୍ୟକ୍ରମରେ ଜୟପୁର ବିଧାୟକ ଶ୍ରୀଯୁକ୍ତ ତାରା ପ୍ରସାଦ ବାହିନୀପତି ସ୍ୱାଗତ ଭାଷଣ ଦେଇଥିବା ବେଳେ କୋଟପାଡ଼ ବିଧାୟକ ଶ୍ରୀଯୁକ୍ତ ରୁପୁ ଭତ୍ରା ଧନ୍ୟବାଦ ଦେଇଥିଲେ।

Previous Post

ଗବେଷଣା ମାଧ୍ୟମରେ ନବସୃଜନର କଳ୍ପନା କରିବା

Next Post

କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ

FNN WEB

FNN WEB

Next Post
କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ

କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.