• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି

FNN WEB by FNN WEB
August 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି
0
SHARES
0
VIEWS


ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିୟମିତ ଅଭିଯୋଗ ଶୁଣାଣି ଯୋଗୁ ବିଭିନ୍ନ କାରଣରୁ ସମସ୍ୟାରେ ଥିବା ଲୋକମାନେ ଆଶା ଓ ଭରସା ନେଇ ଆସୁଛନ୍ତି ଏବଂ ସେମାନଙ୍କ ସମସ୍ୟାର ସମାଧାନ ମଧ୍ୟ କରାଯାଉଛି। ଗତ ୧୩ଟି ପାଳିରେ ଗ୍ରହଣ କରାଯାଇଥିବା ୧୨,୨୫୨ଟି ଅଭିଯୋଗ ମଧ୍ୟରୁ ୧୦,୮୦୭ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୮ ପ୍ରତିଶତ ଅଟେ । ବାକି ଅଭିଯୋଗ ଗୁଡ଼ିକ ପ୍ରକ୍ରିୟା ମଧ୍ୟରେ ରହିଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି।

ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ପ୍ରଥମେ ଆସି ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଓ ଜଟିଳ ରୋଗରେ ପୀଡିତ ପ୍ରାୟ ୪୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଜଣ ଜଣ କରି ଭେଟିଥିଲେ ଏବଂ ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ। ମୁଖ୍ୟମନ୍ତ୍ରୀ, ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ କିଛି ଜଣ ନିଜ ନିଜ ସମସ୍ୟାକୁ ନେଇ ବିଚଳିତ ହେଉଥିବାରୁ, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥାରେ ଚିନ୍ତିତ ଲୋକମାନଙ୍କ ମୁହଁରେ ଆଶାର କିରଣ ଦେଖାଦେଇଥିଲା ଏବଂ ସେମାନେ ଆଶ୍ୱସ୍ତ ହୋଇ ଫେରିଥିଲେ।

ଆଜି ପ୍ରକୋଷ୍ଠ ମଧ୍ୟରେ ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୮ ଜଣ ବରିଷ୍ଠ ମନ୍ତ୍ରୀ ଆଜି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ। ରାଜ୍ୟ ସରକାରଙ୍କ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରାଜ୍ୟସ୍ତର ସହିତ ଜିଲ୍ଲାସ୍ତରରେ ମଧ୍ୟ ଅନୁଷ୍ଠିତ ହେଉଛି । ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜରିଆରେ ଅନେକ ଲୋକଙ୍କର ବର୍ଷ ବର୍ଷ ଧରି ପଡି ରହିଥିବା ସମସ୍ୟାର ସମାଧାନ ହୋଇପାରୁଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

Previous Post

କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ବୟନ ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ

Next Post

ମହିଳା ଅସୁରକ୍ଷିତ ନେଇ ଓଡ଼ିଶା ନିନ୍ଦିତ, ରାଜ୍ୟ ସରକାର ସୁଭଦ୍ରା ପ୍ରଚାରରେ ବ୍ୟସ୍ତ: ବିଜେଡି

FNN WEB

FNN WEB

Next Post
ମହିଳା ଅସୁରକ୍ଷିତ ନେଇ ଓଡ଼ିଶା ନିନ୍ଦିତ, ରାଜ୍ୟ ସରକାର ସୁଭଦ୍ରା ପ୍ରଚାରରେ ବ୍ୟସ୍ତ: ବିଜେଡି

ମହିଳା ଅସୁରକ୍ଷିତ ନେଇ ଓଡ଼ିଶା ନିନ୍ଦିତ, ରାଜ୍ୟ ସରକାର ସୁଭଦ୍ରା ପ୍ରଚାରରେ ବ୍ୟସ୍ତ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.