• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

FNN WEB by FNN WEB
August 12, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
0
SHARES
0
VIEWS

ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ- ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ, ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରନ୍ତୁ

ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ପୋଲିସ ପଦବୀ ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ୱର : ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ । ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ । ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏଥି ସହିତ ପଡୋଶୀ ରାଜ୍ୟ ସୀମାରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ। ବୈଠକରୁ ଜଣାପଡ଼ିଛି ଯେ, ରାଜ୍ୟରେ ପୋଲିସ ବିଭାଗର ଫଳପ୍ରଦ କାର୍ଯ୍ୟାନୁଷ୍ଠାନ ଯୋଗୁଁ ମୋଟାମୋଟି ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ୧୫ ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି । ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍‍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସର କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗ ଦେଇଥିଲେ ।

Previous Post

ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ ୨୦୨୫ ଏବଂ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ ରେ ସର୍ବଶ୍ରେଷ୍ଠ ପୁରସ୍କାରରେ ଓଡିଶା ସମ୍ମାନିତ

Next Post

ବିକଶିତ ଭାରତ ଲକ୍ଷ୍ୟ ନେଇ ଆଗକୁ ବଢୁଛି ଦେଶ: ପ୍ରଧାନମନ୍ତ୍ରୀ

FNN WEB

FNN WEB

Next Post
ବିକଶିତ ଭାରତ ଲକ୍ଷ୍ୟ ନେଇ ଆଗକୁ ବଢୁଛି ଦେଶ: ପ୍ରଧାନମନ୍ତ୍ରୀ

ବିକଶିତ ଭାରତ ଲକ୍ଷ୍ୟ ନେଇ ଆଗକୁ ବଢୁଛି ଦେଶ: ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.