• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ନବୀନଙ୍କ ସହ କଥା ହେଲେ ରାଜନାଥ

FNN WEB by FNN WEB
August 18, 2025
in ଓଡ଼ିଶା, ମୁଖ୍ୟ ଖବର
0
ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ନବୀନଙ୍କ ସହ କଥା ହେଲେ ରାଜନାଥ
0
SHARES
0
VIEWS

ଭୁବନେଶ୍ବର: ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ସମର୍ଥନ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ ନବୀନଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ସହ ଏନଡିଏ ପ୍ରାର୍ଥୀ ସି.ପି.ରାଧାକ୍ରିଷ୍ଣନ୍‌ଙ୍କୁ ସମର୍ଥନ ଦେବାକୁ ଅନୁରୋଧ କରିଥିବା ଜଣାଯାଇଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ରାଜ୍ୟପାଳ ତଥା ବିଜେପି ନେତା ସିପି ରାଧାକ୍ରିଷ୍ଣନଙ୍କୁ ଉପରାଷ୍ଟ୍ରପତି ପଦ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଆଜି ପ୍ରାର୍ଥୀ ଭାବେ ଘୋଷଣା କରିଛି। ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ କରିବା ନିମନ୍ତେ ଗତକାଲି ବିଜେପି ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଧାକ୍ରିଷ୍ଣନଙ୍କ ନାମ ଘୋଷଣା କରିଥିଲେ। ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ୧୯୫୭ ମସିହା ଅକ୍ଟୋବର ୨୦ ତାରିଖରେ ତାମିଲନାଡୁର ତିରୁପୁରଠାରେ ଜନ୍ମଗ୍ରହଣ କରିଥିଲେ। ସେ ୨୦୦୩ରୁ ୨୦୦୬ ପର୍ଯ୍ୟନ୍ତ ତାମିଲନାଡୁ ରାଜ୍ୟ ବିଜେପି ସଭାପତି ଭାବରେ କାର୍ଯ୍ୟ କରିଥିଲେ। ରାଧାକ୍ରିଷ୍ଣନ ତାଙ୍କ ରାଜନୈତିକ ଯାତ୍ରାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବିରେ ରହିଛନ୍ତି। ୨୦୨୪ ଜୁଲାଇ ୩୧ରେ ସେ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

ମହାରାଷ୍ଟ୍ର ରାଜ୍ୟପାଳ ତଥା ବିଜେପି ନେତା ସିପି ରାଧାକ୍ରିଷ୍ଣନଙ୍କୁ ଉପରାଷ୍ଟ୍ରପତି ପଦ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଆଜି ପ୍ରାର୍ଥୀ ଭାବେ ଘୋଷଣା କରିଛି। ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ କରିବା ନିମନ୍ତେ ଗତକାଲି ବିଜେପି ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଧାକ୍ରିଷ୍ଣନଙ୍କ ନାମ ଘୋଷଣା କରିଥିଲେ। ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ୧୯୫୭ ମସିହା ଅକ୍ଟୋବର ୨୦ ତାରିଖରେ ତାମିଲନାଡୁର ତିରୁପୁରଠାରେ ଜନ୍ମଗ୍ରହଣ କରିଥିଲେ। ସେ ୨୦୦୩ରୁ ୨୦୦୬ ପର୍ଯ୍ୟନ୍ତ ତାମିଲନାଡୁ ରାଜ୍ୟ ବିଜେପି ସଭାପତି ଭାବରେ କାର୍ଯ୍ୟ କରିଥିଲେ।

ଏହା ପୂର୍ବରୁ ସେ ୨୦୨୩ ଫେବ୍ରୁଆରି ୧୮ରୁ ୨୦୨୪ ଜୁଲାଇ ୩୦ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ। ୨୦୨୪ ମାର୍ଚ୍ଚରୁ ଜୁଲାଇ ପର୍ଯ୍ୟନ୍ତ ତେଲେଙ୍ଗାନାର ରାଜ୍ୟପାଳ ଏବଂ ମାର୍ଚ୍ଚରୁ ଅଗଷ୍ଟ ୨୦୨୪ ପର୍ଯ୍ୟନ୍ତ ପୁଡୁଚେରୀ ଉପରାଜ୍ୟପାଳ ଭାବେ ରାଧାକ୍ରିଷ୍ଣନ ଅତିରିକ୍ତ ଦାୟିତ୍ୱ ତୁଲାଇଥିଲେ। ୧୯୯୮ ଓ ୧୯୯୯ରେ ସେ କୋଏମ୍ବାଟୁରରୁ ଲୋକସଭାକୁ ପ୍ରତିନିଧିତ୍ୱ କରିଥିଲେ। ରାଧାକ୍ରିଷ୍ଣନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ଜଣେ ସ୍ବୟଂସେବକ। ସେ ଭାରତୀୟ ଜନସଂଘରୁ ନିଜର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ। ବିଜେପିର ତାମିଲନାଡୁ ସଭାପତି ଭାବରେ ରାଧାକ୍ରିଷ୍ଣନ ନଦୀ ସଂଯୋଗ, ଆତଙ୍କବାଦର ମୁକାବିଲା ଏବଂ ଅସ୍ପୃଶ୍ୟତା ଦୂରୀକରଣ ଆଦି ପ୍ରସଙ୍ଗ ନେଇ ୯୩ଦିନିଆ ରଥଯାତ୍ରା ଆରମ୍ଭ କରିଥିଲେ। ସଂସଦରେ ସେ ବୟନ ଶିଳ୍ପ ସଂକ୍ରାନ୍ତ ସ୍ଥାୟୀ କମିଟିର ଅଧ୍ୟକ୍ଷତା କରିଥିଲେ ଏବଂ ଅର୍ଥ ଓ ସାର୍ବଜନୀନ ଉଦ୍ୟୋଗ ସମ୍ବନ୍ଧୀୟ ଅନେକ କମିଟିରେ ତାଙ୍କର ଯୋଗଦାନ ରହିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ସଂସଦୀୟ ବୋର୍ଡ ବୈଠକରେ ବିଜେପି ଅଧ୍ୟକ୍ଷ ନଡ୍ଡା ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।

Previous Post

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

Next Post

ପୁଣି ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା: ୧୪୭ ରୋଗୀ ଚିକିତ୍ସିତ

FNN WEB

FNN WEB

Next Post
ପୁଣି ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା: ୧୪୭ ରୋଗୀ ଚିକିତ୍ସିତ

ପୁଣି ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା: ୧୪୭ ରୋଗୀ ଚିକିତ୍ସିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.