• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାର ପର୍ଯ୍ୟଟନ ବିକାଶ ପାଇଁ ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ

FNN WEB by FNN WEB
August 21, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାର ପର୍ଯ୍ୟଟନ ବିକାଶ ପାଇଁ ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ
0
SHARES
4
VIEWS


• ଏହି ବୁଝାମଣାପତ୍ର ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତାକୁ ବିଶ୍ୱସ୍ତରରେ ପହଞ୍ଚାଇବ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା
• ଓଡ଼ିଶାର ଅତୁଳନୀୟ ସାଂସ୍କୃତିକ ଐତିହ୍ୟକୁ ପୁନର୍ଜୀବିତ ଏବଂ ପ୍ରୋତ୍ସାହିତ କରିବ: ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ବର : ଆଜି ଲୋକସେବା ଭବନରେ ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଓଡ଼ିଶାର ପର୍ଯ୍ୟଟନର ବିକାଶରେ ଯୋଡ଼ି ହୋଇଥିବା ଏହି ନୂତନ ଫର୍ଦ୍ଦର ଉନ୍ମୋଚନ ଅବସରରେ ମୁଖ୍ୟଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଯୋଗ ଦେଇଛନ୍ତି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତିନୋଟି ବୁଝାମଣାପତ୍ର ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତା ବିଶ୍ୱସ୍ତରରେ ଏହାର ପ୍ରଭାବ ବିସ୍ତାର କରିବାରେ ସହାୟକ ହେବ । ଏଥିସହ ଏହି ପ୍ରକଳ୍ପଗୁଡ଼ିକୁ ମିଶନ୍ ମୋଡରେ କାର୍ଯ୍ୟକାରୀ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଉପମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି ।

ସେହିପରି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବୌଦ୍ଧ ପର୍ଯ୍ୟଟନ ପଦକ୍ଷେପକୁ ଏକ ଐତିହାସିକ ସହଭାଗୀତା ଭାବରେ ବର୍ଣ୍ଣନା କରିଛନ୍ତି, ଯାହା ଓଡ଼ିଶାର ଅତୁଳନୀୟ ସାଂସ୍କୃତିକ ଐତିହ୍ୟକୁ ପୁନର୍ଜୀବିତ ଏବଂ ପ୍ରୋତ୍ସାହିତ କରିବ । ମୁଖ୍ୟ ଶାସନ ସଚିବ ଓଡ଼ିଶା ଭିଜନ 2036 ରେ ପର୍ଯ୍ୟଟନର ଭୂମିକା ଉପରେ ଗୁରୁତ୍ୱାରୋପ କରି କହିଥିଲେ ଯେ ପର୍ଯ୍ୟଟନ କେବଳ ଆର୍ଥିକ ବିକାଶରେ ଯୋଗଦାନ ଦେଉନାହିଁ ବରଂ ସଂସ୍କୃତିକୁ ସଂରକ୍ଷଣ ଏବଂ ଜୀବିକା ସୃଷ୍ଟି କରିବାରେ ମଧ୍ୟ ସାହାଯ୍ୟ କରୁଛି ।

ସୂଚନାଯୋଗ୍ୟ, ଭାରତୀୟ ପ୍ରଯୁକ୍ତିବିଦ୍ୟା ସଂସ୍ଥାନ, ମାଡ୍ରାସ (IIT-M), ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ୱାଟର ସ୍ପୋର୍ଟ୍ସ (NIWS), ଗୋଆ ଏବଂ ଲାଇଟ୍ ଅଫ୍ ବୁଦ୍ଧଧର୍ମ ଫାଉଣ୍ଡେସନ୍ ଇଣ୍ଟରନ୍ୟାସନାଲ୍ (LBDFI) ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । କାର୍ଯ୍ୟକ୍ରମରେ ବିଭିନ୍ନ ସଂଗଠନର ୨୦ ରୁ ଅଧିକ ଅଂଶଗ୍ରହଣ କରିଥିଲେ । ଆଇଆଇଟି ମାଡ୍ରାସ ସହିତ ହୋଇଥିବା ବୁଝାମଣାପତ୍ର ଅନୁଯାୟୀ, ଓଡ଼ିଶା ଐତିହ୍ୟ ସ୍ମାରକୀଗୁଡ଼ିକର ସାଇଣ୍ଟିଫିକ୍ ଷ୍ଟ୍ରକ୍ଚରାଲ୍ ଅଡ଼ିଟ୍ ଓ ସଂରକ୍ଷଣ ନିମନ୍ତେ ଉନ୍ନତ ବୈଜ୍ଞାନିକ କୌଶଳ ବ୍ୟବହାର କରାଯିବ । ଏହି ସହଯୋଗରେ ବିସ୍ତୃତ ଡକ୍ୟୁମେଣ୍ଟେସନ୍, ସାମଗ୍ରୀ ପରୀକ୍ଷଣ, ଭୂ-ବୈଷୟିକ ତଦନ୍ତ ଓ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତି ଅନ୍ତର୍ଭୁକ୍ତ ହେବ । ଏଥିରେ ସ୍ଥାୟୀ ପୁନଃବ୍ୟବହାର ଯୋଜନା ଓ ପ୍ରକଳ୍ପ ପରିଚାଳନା ପରାମର୍ଶ ସହାୟତା ମଧ୍ୟ ଅନ୍ତର୍ଭୁକ୍ତ, ଯାହାର ଲକ୍ଷ୍ୟ ଓଡ଼ିଶାର ଐତିହାସିକ ସ୍ଥାନଗୁଡ଼ିକର ଦୀର୍ଘକାଳୀନ ସଂରକ୍ଷଣ ସୁନିଶ୍ଚିତ କରିବା । ଏହି ବୁଝାମଣାପତ୍ର ଓଡ଼ିଶାର ଅମୂଲ୍ୟ ଐତିହ୍ୟ ସମ୍ପତ୍ତିଗୁଡ଼ିକୁ ସଂରକ୍ଷଣ ଏବଂ ପୁନରୁଦ୍ଧାର କରିବା ଉପରେ ଧ୍ୟାନ ଦେବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଦ୍ବିତୀୟରେ ଓଡ଼ିଶାରେ ଜଳଭିତ୍ତିକ ଦୁଃସାହସିକ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ୱାଟର ସ୍ପୋର୍ଟ୍ସ (NIWS), ଗୋଆ ସହିତ ବୁଝାମଣାପତ୍ର ସ୍ବାକ୍ଷର କରିଛି ପର୍ଯ୍ୟଟନ ବିଭାଗ । ଏହି ବୁଝାମଣାପତ୍ର ଅଧୀନରେ NIWS ଅନ୍ତର୍ଜାତୀୟ ମାନଦଣ୍ଡ ସହିତ ବୈଷୟିକ ବିଶେଷଜ୍ଞତା ପ୍ରଦାନ କରିବ, ସୁରକ୍ଷା ଅଡିଟ୍ କରିବ । ଏଥିସହ ଅପରେଟର, ଲାଇଫଗାର୍ଡ ଓ ଦୁଃସାହସିକ ଖେଳାଳୀମାନଙ୍କୁ ପ୍ରଶିକ୍ଷଣ ଦେବ । ଓଡ଼ିଶାରେ ଜଳଭିତ୍ତିକ ଦୁଃସାହସିକ ପର୍ଯ୍ୟଟନରେ ଏହା ଏକ ନୂତନ ଫର୍ଦ୍ଦ ଯୋଡିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ତୃତୀୟତଃ, ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଏବଂ ଲାଇଟ୍ ଅଫ୍ ବୁଦ୍ଧଧର୍ମ ଫାଉଣ୍ଡେସନ୍ ଇଣ୍ଟରନ୍ୟାସନାଲ୍ (LBDFI) ମିଳିତ ଭାବେ ବୌଦ୍ଧ ତୀର୍ଥ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବେ । ଏହି ସହଭାଗିତ ଦ୍ବାରା ବାର୍ଷିକ ବୌଦ୍ଧ ପ୍ରାର୍ଥନା ସମାରୋହ ଆୟୋଜନ, ପରିଦର୍ଶକଙ୍କ ସୁବିଧାର ବିକାଶ, ପବିତ୍ର ସ୍ଥାନଗୁଡ଼ିକର ସୌନ୍ଦର୍ଯ୍ୟକରଣ, ଗୁରୁ ପଦ୍ମସମ୍ଭବଙ୍କ ଜୀବନୀ ଓ ଆଦର୍ଶର ସଂରକ୍ଷଣ ଉପରେ ଧ୍ୟାନ ଦିଆଯିବ । ଏହି ବୁଝାମଣାପତ୍ର ଦ୍ବାରା ଓଡ଼ିଶାର ବୌଦ୍ଧ ଐତିହ୍ୟକୁ Global Pilgrimage Circuits ସହିତ ସଂଯୋଗ କରିବା ଏବଂ ଆଧ୍ୟାତ୍ମିକ, ସାଂସ୍କୃତିକ ପର୍ଯ୍ୟଟନର କେନ୍ଦ୍ର ଭାବରେ ଓଡ଼ିଶାର ସ୍ଥିତିକୁ ସୁଦୃଢ଼ କରିବାକୁ ଆଶା ରଖିଛୁ ବୋଲି ମତବ୍ୟକ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମରେ ଉପସ୍ଥିତ ବରିଷ୍ଠ ଅଧିକାରୀମାନେ କହିଛନ୍ତି ଯେ ଏହି ସହଯୋଗଗୁଡ଼ିକ ଓଡ଼ିଶା ପାଇଁ ଏକ ସ୍ଥିର, ଅନ୍ତର୍ଭୁକ୍ତ ଏବଂ ଭବିଷ୍ୟତ ପାଇଁ ପ୍ରସ୍ତୁତ ପର୍ଯ୍ୟଟନ ଇକୋସିଷ୍ଟମ ଗଠନରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ । ଐତିହ୍ୟ ସଂରକ୍ଷଣ ଓ ସାଂସ୍କୃତିକ ପର୍ଯ୍ୟଟନ ଉପରେ ମିଳିତ ଧ୍ୟାନ ଦେଇ, ରାଜ୍ୟ ଆଗାମୀ ବର୍ଷଗୁଡ଼ିକରେ ଭାରତର ସବୁଠାରୁ ଆକର୍ଷଣୀୟ ସ୍ଥଳୀ ଭାବରେ ଉଭା ହେବାକୁ ଲକ୍ଷ୍ୟ ରଖିଛି ।

Previous Post

କେନ୍ଦ୍ର କୃଷି ମନ୍ତ୍ରୀଂକ ଦ୍ବାରା ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାୟୀ ଯୋଜନାର ସମୀକ୍ଷା

Next Post

ସେପ୍ଟେମ୍ବର ୧୮ ରୁ ବିଧାନସଭା ଅଧିବେଶନ

FNN WEB

FNN WEB

Next Post
ସେପ୍ଟେମ୍ବର ୧୮ ରୁ ବିଧାନସଭା ଅଧିବେଶନ

ସେପ୍ଟେମ୍ବର ୧୮ ରୁ ବିଧାନସଭା ଅଧିବେଶନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.