• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
August 22, 2025
in ଓଡ଼ିଶା, ମୁଖ୍ୟ ଖବର
0
ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀ କରଣର ଗୁରୁଦାୟିତ୍ୱ ଏହି ବିଭାଗ ଉପରେ ନ୍ୟସ୍ତ ରହିଛି। ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି।

ବିଭିନ୍ନ ସ୍କିମ୍ ଓ ବଜେଟ୍‌ ମାଧ୍ୟମରେ ବିଭାଗକୁ ମିଳୁଥିବା ଅର୍ଥରାଶିର ଶତପ୍ରତିଶତ ଉପଯୋଗ କରି ରାଜ୍ୟବାସୀଙ୍କୁ ଉନ୍ନତ ମାନର ଗମନା ଗମନ ସୁବିଧା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏଥିସହିତ ରାସ୍ତା ଓ ସେତୁ ଗୁଡିକର ଗୁଣବତ୍ତା ସହିତ ଏହାର ରକ୍ଷଣା ବେକ୍ଷଣ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ନିମ୍ନ ମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପାହାଡିଆ ଅଞ୍ଚଳରେ ଥିବା ଗ୍ରାମଗୁଡିକରେ ଲୋକଙ୍କ ଗମନାଗମନ ପାଇଁ ଉତ୍ତମ ମାନର ରାସ୍ତା ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା କଣ୍ଟ୍ରାକ୍ଟର ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକର ଆଲୋଚନାରୁ ଜଣାପଡିଛି ଯେ, ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଅଦ୍ୟାବଧି ଅନୁମୋଦନ ପ୍ରାପ୍ତ ୭୩,୯୮୪.୮୮ କିଲୋମିଟର ରାସ୍ତା ମଧ୍ୟରୁ ୭୦,୭୧୧.୨୪ କିଲୋମିଟର ରାସ୍ତା ନିର୍ମାଣ କରି ଓଡିଶା ଭାରତ ବର୍ଷରେ ଚତୁର୍ଥ ସ୍ଥାନ ହାସଲ କରିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମାର୍ଗଦର୍ଶିକା ଅନୁଯାୟୀ କାମ କରାଯାଉଥିଲା। ବର୍ତ୍ତମାନ ଏହାର ଚତୁର୍ଥ ପର୍ଯ୍ୟାୟର କାମ ମଧ୍ୟ ହାତକୁ ନିଆଯାଇଛି। ଏହି ପର୍ଯ୍ୟାୟରେ ଆଦିବାସୀ ଅଧ୍ୟୁସିତ ଅଞ୍ଚଳ, ଆକାଂକ୍ଷୀ ବ୍ଲକ, ନକ୍ସଲ ପ୍ରଭାବିତ ଅଞ୍ଚଳ ମାନଙ୍କରେ ସଡକ ଓ ସେତୁ ନିର୍ମାଣ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୧,୦୨୧ଟି ଯୋଗାଯୋଗ ବିହୀନ ଜନ ବସତି ପାଇଁ ୯୪୨ଟି ସଡକ ଓ ୮ଟି ସେତୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି।

ସେହିଭଳି ୧୦୦ରୁ ଅଧିକ PVTG ବର୍ଗର ଜନବସତି ଗୁଡିକର ସଂଯୋଗୀ କରଣ ପାଇଁ ପିଏମ୍ ଜନମନ୍ ଯୋଜନାରେ ୭୩ଟି ଗ୍ରାମରେ ୬୬ଟି ରାସ୍ତା ଓ ୪ଟି ସେତୁ ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୪୫୦୦.୩୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୪୬୯.୯୪ କୋଟି ଟଙ୍କା ବ୍ୟୟବରାଦରେ ୫୦୦୦ କିଲୋମିଟର ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା କରାଯାଇଛି।

ସେତୁବନ୍ଧନ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୧୮୬ଟି ସେତୁ ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୦୦ ଟି ସେତୁ ନିର୍ମାଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଏଥିସହିତ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ଯଥା-ଛାତ୍ରାବାସ, ମହାବିଦ୍ୟାଳୟ ଗୃହ ନିର୍ମାଣ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ, ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପ ଇତ୍ୟାଦି ନିର୍ମାଣ କାର୍ଯ୍ୟ ମଧ୍ୟ ଜାରିରହିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ବିଭାଗ ପକ୍ଷରୁ ୪୫୧ଟି ବିଭିନ୍ନ କୋଠାବାଡି ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୧୨୨୯ଟି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ବୈଠକରେ ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ୟାମିନୀ ଷଡଙ୍ଗୀ, ସର୍ବୋଚ୍ଚ ଯନ୍ତ୍ରୀ ଇଂ ପ୍ରସନ୍ନ କୁମାର ସାହୁ ଏବଂ ଇଂ ପ୍ରଦୀପ କୁମାର ଜେନା ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

କମଳାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

ଆଇଆରସିଟିସି ର ପର୍ଯ୍ୟଟନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା।

FNN WEB

FNN WEB

Next Post
ଆଇଆରସିଟିସି ର ପର୍ଯ୍ୟଟନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା।

ଆଇଆରସିଟିସି ର ପର୍ଯ୍ୟଟନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା।

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.