• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ପ୍ରାଥମିକ ଶିକ୍ଷାକୁ ପ୍ରୋତ୍ସାହନ ଆମ ସରକାର ବଦ୍ଧ ପରିକର’

FNN WEB by FNN WEB
August 23, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ପ୍ରାଥମିକ ଶିକ୍ଷାକୁ ପ୍ରୋତ୍ସାହନ ଆମ ସରକାର ବଦ୍ଧ ପରିକର’
0
SHARES
1
VIEWS


କଟକ: ଗୋଟିଏ ସମୟରେ କଟକକୁ ବନ୍ୟାଜଳରୁ ରକ୍ଷା କରିବା ପାଇଁ ବାଇମୁଣ୍ଡି କାଠଯୋଡିରେ ପଥର ବନ୍ଧ କରିଥିଲେ। ଆଜିର ସମୟରେ ମଧ୍ୟ ଛାତ୍ରଛାତ୍ରୀଙ୍କୁ ଅପପୁଷ୍ଟିରୁ ରକ୍ଷା କରିବା ପାଇଁ ସେମାନଙ୍କୁ ପୁଷ୍ଟିକର ଆହାର ଯୋଗଦେବା ଦିଗରେ କଟକବାସୀ ଆଗଭର ହେବା ସହ ଏ ଦିଗରେ ଦେଶରେ ଉଦାହରଣ ତିଆରି କରିବା ଉଚିତ୍ ବୋଲି ସହରବାସୀଙ୍କୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କଟକ ଠାରେ ରେଭେନ୍ସା କଲିଜିଏଟ୍ ସ୍କୁଲର ୧୭୫ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ। ୨୦୪୭ରେ ଦେଶ ସ୍ୱତନ୍ତ୍ରତାର ୧୦୦ ବର୍ଷ ପୂରଣ କରିବ। ଏହି ସମୟ ମଧ୍ୟରେ ଆମର ଦୁଇଟି ଦାୟିତ୍ୱ ଅଛି, ଗୋଟିଏ ହେଲା ମାତୃଭାଷାରେ ଶିକ୍ଷା ଏବଂ ଛାତ୍ରଛାତ୍ରୀଙ୍କୁ ଉପଯୁକ୍ତ ପୋଷଣ। ଯେଉଁ କଟକରେ ବାଇମୁଣ୍ଡି କାଠଯୋଡ଼ିରେ ପଥର ବନ୍ଧ କରି ସହରକୁ ବନ୍ୟାଜଳରୁ ରକ୍ଷା କରିଥିଲେ, ସେହି କଟକରେ ଏକ ଦାୟିତ୍ୱବାନ ସମାଜ ଭାବରେ ସ୍କୁଲ ଯାଉଥିବା ଛାତ୍ରଛାତ୍ରୀମାନଙ୍କ ପୋଷଣର ଦାୟିତ୍ୱ ଆମେ କାହିଁକି ନେଇପାରିବା ନାହିଁ ? କେବଳ ସରକାର ନୁହେଁ ସମାଜ ମଧ୍ୟ ଏ ଦିଗରେ ନିଜର ଦାୟିତ୍ୱ ନିର୍ବାହ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ରେଭେନ୍ସା କଲିଜିଏଟ ସ୍କୁଲ ସହ ମୋର ଅନେକ ଦିନର ସ୍ମୃତି ଜଡ଼ିତ। ଏହା ସବୁ ଓଡ଼ିଆଙ୍କ ପାଇଁ ଏକ ସର୍ବପୁରାତନ ହାଇସ୍କୁଲ ନୁହେଁ ବରଂ ଏକ ତୀର୍ଥକ୍ଷେତ୍ର ସହ ସମାନ। କାରଣ ଏହି ହାଇସ୍କୁଲ ମଣିଷ ତିଆରି କରେ ନାହିଁ ବରଂ ଜଣେ ଜଣେ ନେତୃତ୍ୱଙ୍କୁ ତିଆରି କରେ। ଏହି ସ୍କୁଲ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଭଳି ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ତିଆରି କରିଛି, ଯେଉଁମାନେ ଆମର ରାଷ୍ଟ୍ରର ଗୌରବ ବଢାଇଛନ୍ତି। ୬ ସେପ୍ଟେମ୍ବର, ୨୦୧୯ରେ ଏହି ସ୍କୁଲକୁ ଆସିଥିବା ବେଳେ ଭାରତ ସରକାରଙ୍କ ତୈଳ ରାଷ୍ଟ୍ରାୟତ ଉଦ୍ୟୋଗ ଏଚପିସିଏଲର ସିଏସଆର୍ ଫଣ୍ଡରୁ ପାଖାପାଖି ୨ କୋଟି ଟଙ୍କା ବ୍ୟୟରେ ନେତାଜୀ ବିଜ୍ଞାନ ପ୍ରୟୋଗଶାଳା ଏବଂ ପାଠାଗାର ଉଦଘାଟନ କରିବାର ସୁଯୋଗ ମିଳିଥିଲା।

ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ ଡବଲ ଇଞ୍ଜିନ ସରକାର ଆସିବା ପରେ ଓଡ଼ିଆ ସମାଜ ସହ ଜଡ଼ିତ ଐତିହ୍ୟ ସମ୍ପନ୍ନ ବିଦ୍ୟାଳୟର ଜିର୍ଣ୍ଣୋଧାର କରିବା ପାଇଁ ନୀତି ଆଣିଛନ୍ତି। ଅବିଳମ୍ବେ ଜାତୀୟ ଶିକ୍ଷାନୀତି -୨୦୨୦ର କ୍ରିୟାନ୍ୱୟନ ସହ ଏହାର ପରାମର୍ଶ ଅନୁସାରେ ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ପ୍ରାଥମିକ ଶିକ୍ଷାକୁ ପ୍ରୋତ୍ସାହନ ସହ ଶିକ୍ଷକଙ୍କୁ ସମ୍ମାନର ସହ ଜୀବନ ବଞ୍ଚିବା ପାଇଁ ଆମ ସରକାର ବଦ୍ଧ ପରିକର। ଛାତ୍ରଛାତ୍ରୀମାନେ କେବଳ ଚାକିରି କରିବେ ନାହିଁ ବରଂ ଚାକିରିଦାତା ଭାବେ ନିଜର ନୂଆ ପରିଚୟ ତିଆରି କରିବେ ବୋଲି ସେ କହିଛନ୍ତି।

‘ଜାତୀୟ ମହାକାଶ ଦିବସ’ ଅବସରରେ କଟକ ରେଭେନ୍ସା କଲିଜିଏଟ୍ ସ୍କୁଲ ପରିସରରେ ଆୟୋଜିତ ‘ବିଜ୍ଞାନ ମେଳା’ ବୁଲିବା ସହ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ଓ ପ୍ରଦର୍ଶିତ ଉପକରଣ ଦେଖି ପ୍ରଶଂସା କରିଥିଲେ। ଏହି ଅବସରରେ ଶ୍ରୀ ପ୍ରଧାନ ମେଧାବୀ ଛାତ୍ରଛାତ୍ରୀ ଏବଂ ପୁରାତନ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିବା ସହ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ପୁରାତନ ଛାତ୍ର ସଂସଦର ଓ୍ୱେବସାଇଟ୍ ଉନ୍ମୋଚନ କରିଥିଲେ। ଅନୁଷ୍ଠାନ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ‘ଶିକ୍ଷା ଜ୍ୟୋତି ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କଟକ ସାଂସଦ ଭର୍ତ୍ତୃହରି ମହତାବ, ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ବାରବାଟୀ –କଟକ ବିଧାୟକା ସୋଫିଆ ଫିର୍ଦ୍ଦୋଶ, ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ପଦ୍ମଶ୍ରୀ ଡ଼ଃ ଶ୍ୟାମାମଣୀ ଦେବୀ ପ୍ରମୁଖ ଯୋଗଦେଇଥିଲେ।

Previous Post

ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ୬୧ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Next Post

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.