• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟରେ ସାର ସଙ୍କଟ : କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

FNN WEB by FNN WEB
August 30, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟରେ ସାର ସଙ୍କଟ : କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
0
SHARES
1
VIEWS

ଭୁବନେଶ୍ବର : ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନଥିବାରୁ ଚାଷୀକୁଳ ହନ୍ତସନ୍ତ ହେଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ଚାଷୀ କୁଳର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇଛନ୍ତି। ଏହାସହ ଓଡିଶା ଚାଷୀ କୂଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଦାବି କରିଛନ୍ତି। କୃଷି ଓଡିଶା ଅର୍ଥନୀତିର ମୁଖ୍ୟ ଆଧାର। ଆମର ୭୦ ଭାଗରୁ ଅଧିକ ଲୋକଙ୍କ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି। କୃଷି କ୍ଷେତ୍ରରେ ବୈଷୟିକ ଜ୍ଞାନର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡିଶାକୁ ଏ ସଫଳତା ଆଣି ଦେଇଥିଲା।

ଓଡିଶାରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବୀ କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନି। ୟୁରିଆ ସରକାରୀ ଦର ଠାରୁ ଅଧିକ ଦାମରେ ବିକ୍ରି ହେଉଛି। ଓଡିଶା ସରକାରଙ୍କ ସଂସ୍ଥା Markfed ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତି ଦରରେ ସାର ବିକୁଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜ ରାସ୍ତାକୁ ଓଲ୍ହାଇବା ଚିନ୍ତାର ବିଷୟ ବୋଲି କହିଛନ୍ତି ନବୀନ ପଟ୍ଟନାୟକ। ଯୋଗାଣ ବ୍ୟବସ୍ଥାକୁ ପରିଚାଳନା ସହିତ ସାର ଅଭାବ ଓ ଦୁର୍ନୀତି ଯୋଗୁଁ ଚାଷୀକୁ ଆଜି ଏ ଅବସ୍ଥାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ। ୨୦୧୮ରେ ଶିଳାନ୍ୟାସ କରାଯାଇଥିବା ତାଳଚେର ସାର କାରଖାନା ୩୬ ମାସରେ ଶେଷ ହେବ ବୋଲି ଘୋଷଣା କରାଯାଇଥିଲେ ବି ସାତ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁଃଖର ବିଷୟ। ଖରିଫ ଋତୁ ଆରମ୍ଭରେ ସାର ଅଭାବ ତଥା ଯୋଗାଣରେ ଚାଲଥିବା ଅବ୍ୟବସ୍ଥାକୁ ରୋକିବାକୁ ଯଦି ପଦକ୍ଷେପ ନିଆ ନଯାଏ ତେଵେ କୃଷି ଉତ୍ପାଦନରେ ବ୍ୟାଘାତ ସୃଷ୍ଟି ସହ ଚାଷୀ ଭାଇ ଭଉଣୀଙ୍କ ଜୀବିକାକୁ ମଧ୍ୟ ଏହା ପ୍ରଭାବିତ କରିବ ବୋଲି ସତର୍କ କରିଛନ୍ତି ବିରୋଧୀ ଦଳ ନେତା।

Previous Post

ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ

Next Post

ଭୁବନେଶ୍ୱରରୁ ଆରମ୍ଭ ହେବ ଅନୁସୂଚିତ ଜାତି ଅନୁସୂଚିତ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ

FNN WEB

FNN WEB

Next Post
ଭୁବନେଶ୍ୱରରୁ ଆରମ୍ଭ ହେବ ଅନୁସୂଚିତ ଜାତି ଅନୁସୂଚିତ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ

ଭୁବନେଶ୍ୱରରୁ ଆରମ୍ଭ ହେବ ଅନୁସୂଚିତ ଜାତି ଅନୁସୂଚିତ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

July 7, 2026
ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

July 7, 2026
ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

July 7, 2026
DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

July 7, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

July 7, 2026
ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

July 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.