• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ୱର ହେବ ବିଶ୍ୱସ୍ତରୀୟ ସହର: ନଗର ଉନ୍ନୟନ ମନ୍ତ୍ରୀ

FNN WEB by FNN WEB
September 1, 2025
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ୱର ହେବ ବିଶ୍ୱସ୍ତରୀୟ ସହର: ନଗର ଉନ୍ନୟନ ମନ୍ତ୍ରୀ
0
SHARES
2
VIEWS


ଭୁବନେଶ୍ୱର : ସହରରେ ଦ୍ରୁତ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ନଜରରେ ରଖି ଭୁବନେଶ୍ୱରକୁ ଏକ ବିଶ୍ୱସ୍ତରୀୟ ସହରରେ ରୂପାନ୍ତରିତ କରିବାର ସ୍ୱପ୍ନ ସହିତ, ସହରର ଅଭିବୃଦ୍ଧି, ରାଜଧାନୀରେ ନିଜର ସ୍ୱପ୍ନର ଘର ଗଢ଼ିବା ପାଇଁ ଚାହୁଁଥିବା ଲୋକଙ୍କ ସ୍ୱପ୍ନକୁ ସଫଳ କରିବା ଦିଗରେ ବିଡିଏର ପ୍ରତିବଦ୍ଧତା ବିଷୟରେ କହିଛନ୍ତି ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଓ ସାଧାରଣ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ତଥା ବିଡିଏ ଅଧ୍ୟକ୍ଷ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ।

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୩ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଏହା କହିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ, ଏକାମ୍ର ଭୁବନେଶ୍ୱରର ବିଧାୟକ ଶ୍ରୀ ବାବୁ ସିଂ, ବିଡିଏ ଉପାଧ୍ୟକ୍ଷ ଡା.ଏନ୍ ତିରୁମାଲା ନାୟକ,ବିଡିଏ ସଚିବ ମାନସ ରଞ୍ଜନ ପାଢ଼ୀ ଓ ବିଡିଏ କର୍ମଚାରୀ ଇଉନାଇଟେଡ଼ ଫୋରମର ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ମନ୍ତ୍ରୀ ଶ୍ରୀ ମହାପାତ୍ର ତାଙ୍କ ଅଭିଭାଷଣରେ ଭୁବନେଶ୍ୱରର ଦ୍ରୁତ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ନଜରରେ ରଖି ସହରୀ ଯୋଜନାର ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ। ସେ ଭୁବନେଶ୍ୱରକୁ ଏକ ବିଶ୍ୱସ୍ତରୀୟ ସହରରେ ରୂପାନ୍ତରିତ କରିବାର ସ୍ୱପ୍ନ ସହିତ, ସହରର ଅଭିବୃଦ୍ଧି, ରାଜଧାନୀରେ ନିଜର ସ୍ୱପ୍ନର ଘର ଗଢ଼ିବା ପାଇଁ ଚାହୁଁଥିବା ଲୋକଙ୍କ ସ୍ୱପ୍ନକୁ ସଫଳ କରିବା ଦିଗରେ ବିଡିଏର ପ୍ରତିବଦ୍ଧତା ବିଷୟରେ ସେ କହିଥିଲେ। ଏବଂ ପରିବେଶର ସବୁଜିମା ସଂରକ୍ଷଣ ଏବଂ ସ୍ୱେରେଜ୍ ତଥା ଜଳ ନିଷ୍କାସନ ବ୍ୟବସ୍ଥାରେ ଉନ୍ନୟନ ଆଣିବା ପାଇଁ ପ୍ରଶାସନ ଓ ସାଧାରଣ ଲୋକଙ୍କ ମଧ୍ୟରେ ମିଳିତ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।

ମେୟର ଶ୍ରୀମତୀ ସୁଲୋଚନା ଦାସ ଭୁବନେଶ୍ୱରକୁ ସମସ୍ତଙ୍କ ପାଇଁ ଉପଯୁକ୍ତ ସହରରେ ଗଢ଼ିବାରେ ବିଡିଏର ମୁଖ୍ୟ ଭୂମିକା ଉପରେ ଆଲୋକପାତ କରିଥିଲେ। ସହରର ଦ୍ରୁତ ଅଭିବୃଦ୍ଧି ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସହରାଞ୍ଚଳ ବାସହୀନଙ୍କୁ ଆଶ୍ରୟ ପ୍ରଦାନ କରୁଥିବା ପ୍ରକଳ୍ପଗୁଡ଼ିକୁ ପ୍ରାଥମିକତା ଦେବାକୁ ଏକାମ୍ର ବିଧାୟକ ବାବୁ ସିଂହ ବିଡିଏକୁ କହିଥିଲେ । ବିଡିଏ ଉପାଧ୍ୟକ୍ଷ ସହରର ବ୍ୟାପକ ବିକାଶ ଓ ବାସିନ୍ଦାଙ୍କ ଜୀବନଧାରଣ ମାନ ବୃଦ୍ଧି ଦିଗରେ କର୍ତ୍ତୃପକ୍ଷଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ। ବିଡିଏ କର୍ମଚାରୀ ଇଉନାଇଟେଡ଼ ଫୋରମର ସଭାପତି ସମୀର ମହାନ୍ତି ବିଡିଏ କର୍ମଚାରୀଙ୍କ ପାଇଁ ପେନସନ୍ ଯୋଜନା କାର୍ଯ୍ୟକାରୀ କରିବାକୁ ଦାବି ଦୋହରାଇଛନ୍ତି। ଏହି ଅବସରରେ ବିଡିଏ ସଚିବ ମାନସ ରଞ୍ଜନ ପାଢ଼ୀ ବାର୍ଷିକ ବିବରଣୀ ପାଠ କରିଥିଲେ। ମାନ୍ୟବର ମନ୍ତ୍ରୀ ବିଡିଏର ବାର୍ଷିକ ବିବରଣୀ ଉନ୍ମୋଚନ କରିଥିଲେ । ଶେଷରେ ବିଡିଏର ଅତିରିକ୍ତ ଆୟୁକ୍ତ ଶ୍ରୀମତୀ ସ୍ନିଗ୍ଧା ରାଣୀ ଧଳ ଧନ୍ୟବାଦ ଅର୍ପଣ କରିଥିଲେ।

ଆଜି ପ୍ରତିଷ୍ଠା ଦିବସ ଅବସରରେ ମନ୍ତ୍ରୀ ଶ୍ରୀ ମହାପାତ୍ର କଳିଙ୍ଗ ବିହାର କେ୯ବି ଅଞ୍ଚଳରେ ଏକ ଖେଳପଡ଼ିଆ ଓ ପାର୍କର ଉଦଘାଟନ କରିଥିଲେ । ଏହି ଖେଳପଡ଼ିଆ ୨.୩ ଏକର ଏବଂ ପାର୍କ ୧.୩୬ ଏକର ଜାଗାରେ ନିର୍ମିତ ହୋଇଛି। ଉଭୟ ପ୍ରକଳ୍ପ ମିଳିତ ଭାବେ ପ୍ରାୟ ୫.୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି। ଏହି ସଂଯୋଜିତ ପାର୍କ ଓ ଖେଳପଡ଼ିଆରେ ସ୍ପ୍ରିଙ୍କଲର ଜଳସେଚନ ବ୍ୟବସ୍ଥା, ଭୂମିଗତ ଜଳ ଭଣ୍ଡାର, ଚାରିପାଖରେ ଚେନ୍‌ ଲିଙ୍କ ସହିତ କାନ୍ଥ, ଶୌଚାଳୟ, ଚେଞ୍ଜିଂ ରୁମ୍, ଓପନ ଜିମ୍, ଯୋଗ ପିଣ୍ଡି ଏବଂ ଚାଲିବା ପାଇଁ ଟ୍ରାକ୍ ଭଳି ଅନେକ ସୁବିଧା ରହିଛି। ଅନ୍ୟପଟେ ବିଡିଏ ପକ୍ଷରୁ ବର୍ତ୍ତମାନ କେ୯ବି ଖେଳପଡ଼ିଆ ସମେତ ମୋଟ ୨୦ଟି ଖେଳପଡ଼ିଆ ପ୍ରାୟ ୯୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରୁଛି। ବାକି ୧୯ଟି ଖେଳପଡ଼ିଆର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ରହିଛି।

Previous Post

ସାର ଯୋଗାଣରେ ବ୍ୟତିକ୍ରମ ସ୍ପଷ୍ଟ: ବିଜେଡି

Next Post

୨୦୩୬ ସୁଦ୍ଧା ଓଡିଶାରେ ୧୫ଟି ବିମାନବନ୍ଦର

FNN WEB

FNN WEB

Next Post
୨୦୩୬ ସୁଦ୍ଧା ଓଡିଶାରେ ୧୫ଟି ବିମାନବନ୍ଦର

୨୦୩୬ ସୁଦ୍ଧା ଓଡିଶାରେ ୧୫ଟି ବିମାନବନ୍ଦର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.