• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପିଲାଙ୍କ ସ୍ୱପ୍ନପୂରଣ ପାଇଁ ଶିକ୍ଷାଦାନ ସହ ସେମାନଙ୍କ ମେଣ୍ଟର ହୁଅନ୍ତୁ, ମାର୍ଗଦର୍ଶନ କରନ୍ତୁ : ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 5, 2025
in ଓଡ଼ିଶା, ମୁଖ୍ୟ ଖବର
0
ପିଲାଙ୍କ ସ୍ୱପ୍ନପୂରଣ ପାଇଁ ଶିକ୍ଷାଦାନ ସହ ସେମାନଙ୍କ ମେଣ୍ଟର ହୁଅନ୍ତୁ, ମାର୍ଗଦର୍ଶନ କରନ୍ତୁ : ମୁଖ୍ୟମନ୍ତ୍ରୀ
0
SHARES
1
VIEWS

ଭୁବନେଶ୍ୱର : ଆଜି କାଲି ବିଭିନ୍ନ କ୍ଷେତ୍ରରେ ସୁଯୋଗ ଅସିମୀତ। ପିଲାମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭାକୁ ଚିହ୍ନଟ କରନ୍ତୁ। ପିଲା ମାନଙ୍କୁ ନିଜ ଇଛାରେ ଉଡିବାକୁ ଦିଅନ୍ତୁ, ସ୍ୱପ୍ନ ଦେଖିବାକୁ ସୁଯୋଗ ଦିଅନ୍ତୁ ଏବଂ ସ୍ୱପ୍ନକୁ ପୂରଣ କରିବା ପାଇଁ ଜଣେ ଜଣେ ମେଣ୍ଟର ଭାବେ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ମହାନ ରାଷ୍ଟ୍ରନୀତିଜ୍ଞ, ଆଦର୍ଶ ଶିକ୍ଷକ ତଥା ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଡଃ ରାଧାକ୍ରଷ୍ଣନ ପ୍ରତ୍ୟେକ ବିଦ୍ୟାର୍ଥୀ ତଥା ପ୍ରତ୍ୟେକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ହେଉଛନ୍ତି ଆଦର୍ଶ। ସେ କେବଳ ଜଣେ ବିଶିଷ୍ଟ ଶିକ୍ଷାବିତ, ଦାର୍ଶନିକ କିମ୍ବା ରାଷ୍ଟ୍ରନୀତିଜ୍ଞ ନଥିଲେ, ସେ ଥିଲେ ଭାରତବର୍ଷର ଜଣେ ଶ୍ରେଷ୍ଠ ଗୁରୁ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିର ଶିକ୍ଷା ପଦ୍ଧତିରେ ଆମ ପାଇଁ ସବୁଠାରୁ ବଡ ଦୁଇଗୋଟି ଆହ୍ୱାନ ରହିଛି। ପ୍ରଥମଟି ହେଲା ଡ୍ରପଆଉଟ୍ ହାରକୁ ଆଶାତୀତ ଭାବେ ହ୍ରାସ କରିବା ଏବଂ ଦ୍ୱିତୀୟଟି ହେଉଛି ସମସ୍ତଙ୍କ ପାଇଁ ଗୁଣାତ୍ମକ ଶିକ୍ଷା ପ୍ରଦାନ ବ୍ୟବସ୍ଥା। ଡ୍ରପ ଆଉଟ୍ ହାରକୁ ରୋକିବା ପାଇଁ ମିଡ୍‌ ଡେ ମିଲ ବା ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଏକ ସଫଳ ପଦକ୍ଷେପ ଭାବେ ସାବ୍ୟସ୍ତ ହୋଇଛି। ବର୍ତ୍ତମାନ ଆମେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମକୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମ୍ପ୍ରସାରିତ କରିଛୁ ଏବଂ ପିଲାମାନଙ୍କ ପାଇଁ ପୁଷ୍ଟିକର ଖାଦ୍ୟର ମଧ୍ୟ ବ୍ୟବସ୍ଥା କରିଛୁ। ଜନଜାତି ବର୍ଗର ପିଲାମାନଙ୍କୁ ମଧ୍ୟ ମଧୋ ସିଂ ହାତଖର୍ଚ୍ଚ ଯୋଜନା ଜରିଆରେ ସହାୟତା ପ୍ରଦାନ କରାଯାଉଛି। ଏହି ସବୁ ଯୋଜନା ଆଗାମୀ ଦିନରେ ଡ୍ରପଆଉଟ୍ ହାର କମ୍‌ କରିବାରେ ନିଶ୍ଚିତ ରୂପେ ସଫଳ ହେବ। ସେହିଭଳି ରାଜ୍ୟର ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂତନ ଶିକ୍ଷାନୀତି ଲାଗୁ କରାଯାଇଛି।

ନୂତନ ଶିକ୍ଷା ନୀତି ଅଧୀନରେ ଛାତ୍ରଛାତ୍ରୀ ମାନଙ୍କୁ ସୃଜନଶୀଳ ଓ ସ୍ୱାବଲମ୍ବୀ କରିବା ପାଇଁ ଷ୍ଟେଟ୍ କରିକୁଲମ ଫ୍ରେମୱାର୍କ ଆରମ୍ଭ କରାଯାଉଛି। ପିଲାମାନଙ୍କ ପାଇଁ ଗପ, ଗୀତ, ଖେଳ ଓ ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟ ମାଧ୍ୟମରେ ଭାଷା ସମ୍ପର୍କିତ ଦକ୍ଷତା ବୃଦ୍ଧି ପାଇଁ ନିପୁଣ ଓଡିଶା କାର୍ଯ୍ୟକ୍ରମ ଗତବର୍ଷଠାରୁ ଆରମ୍ଭ ହୋଇଛି। ଆଜିଠାରୁ ପଢିବା, ଗଢିବା ଓଡିଶା କାର୍ଯ୍ୟକ୍ରମ ଆରମ୍ଭ ହେଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକୁ ସୁନ୍ଦର ଓ ଆକର୍ଷଣୀୟ ପଠନ ସ୍ଥାନରେ ପରିଣତ କରି ସରଳ କାହାଣୀ ପୁସ୍ତକ ମାଧ୍ୟମରେ ପିଲାମାନଙ୍କର ପଢିବା ଓ ବୁଝିବା ଶକ୍ତିକୁ ବିକଶିତ କରାଯିବ।

ସେ ଆହୁରି କହିଥିଲେ, ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଆରମ୍ଭ ହୋଇଛି। ଏହି ଯୋଜନାରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେବ। ପ୍ରଥମ ପର୍ଯ୍ୟାୟରେ ୫ରୁ ୭ କୋଟି ଟଙ୍କା ଖର୍ଚ୍ଚରେ ୮୩୫ଟି ବିଦ୍ୟାଳୟ ନିର୍ମାଣ ପାଇଁ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଥି ସହିତ ତିନି ବର୍ଷ ମଧ୍ୟରେ ପ୍ରାଥମିକ ସ୍ତରରେ ୪୫ ହଜାର ଶିକ୍ଷକ ପଦବୀ ମଧ୍ୟ ପୂରଣ କରାଯିବ। ସେ ପୁଣି କହିଥିଲେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମର ଲକ୍ଷ୍ୟ ରହିଛି। ବର୍ତ୍ତମାନର ଛାତ୍ରଛାତ୍ରୀଙ୍କ ପ୍ରତିଭା ଉପରେ ଆମ ସମୃଦ୍ଧ ଓଡିଶାର ଭିତ୍ତି ନିର୍ଭରଶୀଳ। ପିଲାମାନଙ୍କୁ କିପରି ଗାଇଡ୍ କରି ଭଲ ମଣିଷ କରିବେ ତାହା ଆପଣ ମାନେ ଭଲଭାବେ ଜାଣନ୍ତି। ସେ ସବୁ ପ୍ରତିଭାକୁ ବିକଶିତ କରିବାର ଦାୟିତ୍ୱକୁ ଆପଣମାନେ ସୁଚାରୁରୂପେ ତୁଲାଇବେ ବୋଲି ମୋର ବିଶ୍ୱାସ।

ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର କାର୍ଯ୍ୟକ୍ରମରେ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଶ୍ରେଷ୍ଠତା ଅର୍ଜନ କରି ପ୍ରଥମ ସ୍ଥାନରେ ଥିବା ଝାରସୁଗୁଡା ଜିଲ୍ଲାକୁ ୩ କୋଟି ଟଙ୍କା, ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ଜିଲ୍ଲାକୁ ୨ କୋଟି ଟଙ୍କା ଏବଂ ତୃତୀୟ ସ୍ଥାନରେ ଥିବା ଜଗତସିଂହପୁର ଜିଲ୍ଲାକୁ ୧ କୋଟି ଟଙ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ସେହିଭଳି ୭୦ ଜଣ ଶିକ୍ଷକଙ୍କ ସମେତ ତିନୋଟି ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ, ତିନି ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ୧୦ ଜଣ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ପୁରସ୍କୃତ କରିଛନ୍ତି। ଏଥିସହିତ ନିଟ୍ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ଅନୁସୂଚିତ ଜନଜାତି ବର୍ଗର ଦୁଇ ଜଣ ଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜାତୀୟ ଶିକ୍ଷା ନୀତି ଉପରେ ଆଧାରିତ Odisha Curriculum Framework for School Education -2025 ପୁସ୍ତକ, ନିପୁଣ ଓଡିଶା ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ କଫି ଟେବୁଲ ବୁକ୍ ଉନ୍ମୋଚନ କରିବା ସହିତ ପଢିବା, ଗଢିବା ଓଡିଶା ଅଭିଯାନର ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ କହିଥିଲେ ଆମ ସମାଜରେ ଗୁରୁ ଶିଷ୍ୟର ପରମ୍ପରା ଆଦିମ କାଳରୁ ରହିଆସିଛି। ଶିକ୍ଷକ ମାନେ ବିଦ୍ୟାର୍ଥୀ ମାନଙ୍କୁ ବ୍ୟକ୍ତିତ୍ଵ ନିର୍ମାଣ, ଶୃଙ୍ଖଳା, ଆଦର୍ଶ ସମାଜ ନିର୍ମାଣ ଆଦି ବିଷୟରେ ଶିକ୍ଷା ଦେଇ ସେମାନଙ୍କୁ ଗଢି ତୋଳିଥାନ୍ତି। ରାଜ୍ୟରେ ସର୍ବୋତ୍ତମ ଶିକ୍ଷାଦାନ ବ୍ୟବସ୍ଥା ପାଇଁ ଆମ ସରକାର ପ୍ରଚେଷ୍ଟା କରୁଛନ୍ତି। ଜୀବନ କୌଶଳ, AI, ଧନ୍ଦାମୂଳକ ଶିକ୍ଷା ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କରାଯାଉଛି ଯାହାଫଳରେ ଆଗାମୀ ଦିନରେ ଛାତ୍ରଛାତ୍ରୀ ମାନେ ପାଠପଢ଼ା ଶେଷ କରିବା ପରେ ଆତ୍ମନିର୍ଭର ହୋଇପାରିବେ। ରାଜ୍ୟରେ ଡ୍ରପ ଆଉଟ୍ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଚାଇଲ୍ଡ ଟ୍ରାକିଂ ସର୍ଭେ ମାଧ୍ୟମରେ ଅଧାରୁ ପାଠ ଛାଡିଥିବା ପିଲାମାନଙ୍କୁ ପୁଣିଥରେ ବିଦ୍ୟାଳୟକୁ ଫେରେଇ ଆଣିବା ପାଇଁ ଉଦ୍ୟମ କରାଯାଉଛି ଯାହା ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଛି। ଶିକ୍ଷା ବିଭାଗର ବଜେଟ୍‌ରେ ସର୍ବାଧିକ ୩୧ ହଜାର କୋଟି ଟଙ୍କାର ପ୍ରାବଧାନ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ, ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର‘ରେ ସମ୍ମାନିତ କଲେ ରାଷ୍ଟ୍ରପତି

Next Post

‘ଚାଷୀଙ୍କୁ ଆବଶ୍ୟକ ପରିମାଣର ସାର ଯୋଗାଇଦେବା ରାଜ୍ୟ ସରକାରଙ୍କ ପ୍ରାଥମିତା ରହିଛି’

FNN WEB

FNN WEB

Next Post
‘ଚାଷୀଙ୍କୁ ଆବଶ୍ୟକ ପରିମାଣର ସାର ଯୋଗାଇଦେବା ରାଜ୍ୟ ସରକାରଙ୍କ ପ୍ରାଥମିତା ରହିଛି’

‘ଚାଷୀଙ୍କୁ ଆବଶ୍ୟକ ପରିମାଣର ସାର ଯୋଗାଇଦେବା ରାଜ୍ୟ ସରକାରଙ୍କ ପ୍ରାଥମିତା ରହିଛି’

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.