• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସରକାର ରାଜ୍ୟର ପ୍ରତିଟି ଜିଲ୍ଲାକୁ ଶିଳ୍ପାୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ସରକାର ରାଜ୍ୟର ପ୍ରତିଟି ଜିଲ୍ଲାକୁ ଶିଳ୍ପାୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି: ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର: ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ ଅବସରରେ ଆଜି ସମ୍ବଲପୁରରେ ଏକ ଭବ୍ୟ ସମାରୋହ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଭେଟଘାଟକୁ ପାରମ୍ପରିକ କାର୍ଯ୍ୟକ୍ରମ ନୁହେଁ ବରଂ ଏହା ଆମ ସମାଜର, ପାରିବାରିକ ପ୍ରେମର ଓ ସମୃଦ୍ଧିର ପର୍ବ ବୋଲି କହିଥିଲେ। ସମ୍ବଲପୁର ହେଉଛି ବୀରତ୍ୱର ମାଟି। ଏଣୁ ସମ୍ବଲପୁର ଐତିହାସିକ ସ୍ୱାଧୀନତା ସଂଗ୍ରାମ ପୀଠ ଖିଣ୍ଡା ସମେତ ଅନ୍ୟାନ୍ୟ ସଂଗ୍ରାମ ପୀଠ ଗୁଡିକର ଉନ୍ନତିକଣାର ନିମନ୍ତେ ରାଜ୍ୟ ସରକାର ସମସ୍ତ କାର୍ଯ୍ୟପନ୍ଥା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଧାନ କେବଳ ଖାଦ୍ୟଶସ୍ୟ ନୁହେଁ, ଏହା ଚାଷୀ ଭାଇ ଓ ଭଉଣୀଙ୍କ ଝାଳବୁହା ପରିଶ୍ରମର ଫଳ। ପ୍ରତ୍ୟେକ ଧାନର ଦାନାରେ ଜଣେ କୃଷକଙ୍କ ଶ୍ରମ, ସହନଶୀଳତା ଓ ସ୍ୱପ୍ନ ଲୁଚିଥାଏ। ନୂଆଁଖାଇ ଆମକୁ ସେହି କୃଷକଙ୍କ ପ୍ରତି କୃତଜ୍ଞ କରିଥାଏ। ଏହି ପର୍ବରେ ସେମାନଙ୍କର ସମ୍ମାନ ସବୁଠାରୁ ଅଧିକ। ସମ୍ବଲପୁର ପଶ୍ଚିମ ଓଡିଶାର ଏକ ବିଶେଷ ସ୍ଥାନ, ଯାହା କଳା, ସଂସ୍କୃତିର ବିଶେଷ ବାର୍ତ୍ତା ବହନ କରେ। କେବଳ ସମ୍ବଲପୁର ନୁହେଁ ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲା ଓଡ଼ିଶା ପାଇଁ ସ୍ୱତନ୍ତ୍ରତା ବହନ କରନ୍ତି।

ନୂଆଁଖାଇ ହେଉଛି ଚାଷ ଭିତ୍ତିକ ପର୍ବ, କୃଷକଙ୍କ ପରିଶ୍ରମ ପାଇଁ ଆମେ ପାଳୁଥିବା ପର୍ବ। ରାଜ୍ୟର କୃଷକ ପରିବାରଙ୍କ ଆୟ କେବଳ ଦୁଇ ଗୁଣ ନୁହେଁ, ବହୁ ଗୁଣିତ କରିବା ପାଇଁ ସରକାର ପ୍ରତିବଦ୍ଧ। ଆମ ସରକାର ହେଉଛି ଲୋକଙ୍କ ସରକାର, ଆପଣଙ୍କ ସରକାର। କେବଳ କାଗଜପତ୍ର କି ପ୍ରଚାର ପାଇଁ ନୁହେଁ। ଗତ ଏପ୍ରିଲ ୨୧ ତାରିଖ ଦିନ ମୁଁ ପୁରା କ୍ଯାବିନେଟ ଓ ପ୍ରଶାସନକୁ ନେଇ ଆସିଥିଲି ଆପଣଙ୍କ କଥା ଶୁଣିବାକୁ। ସମ୍ବଲପୁର ଅଭିଯୋଗ ଶୁଣାଣିରେ ମୋତେ ପ୍ରାୟ ୯ ହଜାର ୩୭୭ ଗୋଟି ଅଭିଯୋଗ ମିଳିଥିଲା ଯାହା ମଧ୍ୟରୁ ତୁରନ୍ତ on-the-spot ୮୮ ପ୍ରତିଶତ ସମାଧାନ କରା ଯାଇଥିଲା। ତେଣୁ ଆଗାମୀ ଦିନରେ ଓଡିଶାର ବିଭିନ୍ନ ଆଭ୍ଯନ୍ତରୀଣ ଜିଲ୍ଲାକୁ ଯାଇ କେବଳ ଅଭିଯୋଗ ଶୁଣିବ ତାହା ନୁହେଁ, ଯଦି ଆବଶ୍ଯକ ହୁଏ, ମୁଁ କ୍ଯାବିନେଟ ମିଟିଂ ବି କରିବି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ ଯେ ଆମ ସରକାର ରାଜ୍ୟର ପ୍ରତିଟି ଜିଲ୍ଲାକୁ ଶିଳ୍ପାୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦ୍ରୁତ ବିକାଶ ପାଇଁ ଅନ୍ୟ ଏକ ମୁଖ୍ୟ ପ୍ରସଙ୍ଗ ହେଉଛି ଗମନାଗମନ। ଏଣୁ ରାଜ୍ୟ ସରକାର ପୂର୍ବ ଓଡିଶାରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ- ପାରାଦୀପ-ଚୌଦ୍ବାର-ଢେଙ୍କାନାଳ-ଅନୁଗୁଳ-ସମ୍ବଲପୁର-ଝାରସୁଗୁଡ଼ା-ସୁନ୍ଦରଗଡ଼-ରାଉରକେଲା କୁ ସଂଯୋଗ କରୁଥିବା ଏକ ଶିଳ୍ପ କରିଡର ବିକଶିତ କରିବେ। ଏହା ନିରବଚ୍ଛିନ୍ନ ସେବାକୁ ସୁଗମ କରି ଦ୍ରୁତ ଏବଂ ସମନ୍ବିତ ଅଭିବୃଦ୍ଧିକୁ ସୁନିଶ୍ଚିତ କରିବ। ଆମେ ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ଏକ ସ୍ବତନ୍ତ୍ର ପର୍ଯ୍ୟଟନ କ୍ଷେତ୍ର ବିକଶିତ କରିବାକୁ ଯୋଜନା କରୁଛୁ। ଏଥିରେ ହୀରାକୁଦ ଜଳଭଣ୍ଡାର, ଦେବ୍ରିଗଡ଼ ଜଙ୍ଗଲର ଆକର୍ଷଣୀୟ ସୌନ୍ଦର୍ଯ୍ୟ ଓ ବନ୍ୟପ୍ରାଣୀ ଏବଂ ନିକଟବର୍ତ୍ତୀ ସମ୍ବଲପୁର ସହର ଏବଂ ମା ସମଲେଇଙ୍କ ମନ୍ଦିରର ବିକାଶ କାର୍ଯ୍ୟ ହାତକୁ ନିଆଯିବ। ହରିଶଙ୍କର-ନୃସିଙ୍ଘନଥ ପୀଠକୁ ସ୍ଵତନ୍ତ୍ର ଭାବେ ବିକଶିତ କରାଯିବ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ ନୂଆଖାଇ କେବଳ ଗୋଟିଏ ଦିନର କି ଦୁଇ ଦିନର ପର୍ବ ନୁହେଁ। ଏହା ହେଉଛି ଗଣପର୍ବ। ବହୁତ ଦିନ ଧରି ଏହା ଚାଲେ, ବାସି, ତିଆସି ଭାବେ। ଏଣୁ ପଶ୍ଚିମ ଓଡିଶାବାସୀଙ୍କ ଭାବାବେଗକୁ ସମ୍ମାନ ଜଣାଇ, ଆମ ସରକାର ଚଳିତ ବର୍ଷ ନୂଆଖାଇ ପରଦିନକୁ ମଧ୍ୟ ସରକାରୀ ଛୁଟି ଭାବେ ଘୋଷଣା କରିଥିଲେ। ନୂଆଖାଇ ଆମକୁ କହେ- ପରିବାରରେ ଏକତା ରଖ। ସମାଜରେ ଶାନ୍ତି ଓ ସହଯୋଗକୁ ବଢାଅ।ପ୍ରକୃତିକୁ ମା’ ଭାବି ସମ୍ମାନ କର। କୃଷକଙ୍କୁ ସମ୍ମାନ ଦେଇ, ସେମାନଙ୍କ ପରିଶ୍ରମକୁ ସଫଳ ରୂପାୟନ କରିବାରେ ନିଜକୁ ସାମିଲ କରିବା। ନୂଆଖାଇ କେବଳ ପର୍ବ ନୁହେଁ- ଏହା ଆମର ‘ଅସ୍ତିତ୍ୱର ପରିଚୟ’।

Previous Post

ସାର ଉପଲବ୍ଧତାର ସ୍ଥିତି ସମୀକ୍ଷା କଲେ ସମବାୟ ମନ୍ତ୍ରୀ

Next Post

କାଲି ଚନ୍ଦ୍ରଗ୍ରହଣ : ମଧ୍ୟାହ୍ନ ୧୨ଟା ୫୭ରୁ ପାକତ୍ୟାଗ ଓ ଦେବ ନୀତି ନିଷେଧ

FNN WEB

FNN WEB

Next Post
କାଲି ଚନ୍ଦ୍ରଗ୍ରହଣ : ମଧ୍ୟାହ୍ନ ୧୨ଟା ୫୭ରୁ ପାକତ୍ୟାଗ ଓ ଦେବ ନୀତି ନିଷେଧ

କାଲି ଚନ୍ଦ୍ରଗ୍ରହଣ : ମଧ୍ୟାହ୍ନ ୧୨ଟା ୫୭ରୁ ପାକତ୍ୟାଗ ଓ ଦେବ ନୀତି ନିଷେଧ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.