• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଯୌତୁକ ନିଷେଧ ଆଇନ ଓ ଘରୋଇ ହିଂସା ଆଇନ ମହିଳାମାନଙ୍କୁ ସୁରକ୍ଷା ଦେବା ସହ ସଶକ୍ତ କରୁଛି : ଉପମୁଖ୍ୟମନ୍ତ୍ରୀ

FNN WEB by FNN WEB
September 9, 2025
in ଓଡ଼ିଶା, ମୁଖ୍ୟ ଖବର
0
ଯୌତୁକ ନିଷେଧ ଆଇନ ଓ ଘରୋଇ ହିଂସା ଆଇନ ମହିଳାମାନଙ୍କୁ ସୁରକ୍ଷା ଦେବା ସହ ସଶକ୍ତ କରୁଛି : ଉପମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଭୁବନେଶ୍ୱର : ଯୌତୁକ ନିଷେଧ ଆଇନ ୧୯୬୧ ଓ ଘରୋଇ ହିଂସା ଆଇନ ୨୦୦୫ ଦେଶର ମହିଳାମାନଙ୍କୁ ସୁରକ୍ଷା ଦେବା ସହ ସଶକ୍ତ କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମତପ୍ରକାଶ କରିଛନ୍ତି । ଆଜି ଲୋକସେବା ଭବନ ସମ୍ମେଳନ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଘରୋଇ ହିଂସାରୁ ମହିଳାମାନଙ୍କ ସୁରକ୍ଷା ଅଧିନିୟମ ୨୦୦୫ ଏବଂ ଯୌତୁକ ନିଷେଧ ଅଧିନିୟମ ୧୯୬୧ ବିଷୟରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଲେ ଯେ ବିପଦ ସମୟରେ ଯିଏ ପାଖରେ ରହି ଆହା କହେ, ସେ ରକ୍ତ ସମ୍ପର୍କ ଠାରୁ ବି ଅଧିକ ନିଜର । ଏହି ପରିପ୍ରେକ୍ଷୀରେ ଉପସ୍ଥିତ ସଦସ୍ୟମାନେ ନିଜ ନିଜ ପ୍ରଚେଷ୍ଟାରେ ପ୍ରତି ଜିଲ୍ଲାରେ ୫ ଜଣ ନିଃସହାୟ ମହିଳାଙ୍କ ଜୀବନରେ ନୂତନ ଊର୍ଜା ଓ ଉତ୍ସାହ ଆଣନ୍ତୁ ବୋଲି ସେ ସମସ୍ତଙ୍କୁ ଆହ୍ଵାନ ଦେଇଥିଲେ । କୁଟୀର ଶିଳ୍ପ ଭଳି ବହୁ କ୍ଷେତ୍ରରେ ମହିଳାମାନଙ୍କ ଅବଦାନ ଆଜି ପୁରୁଷମାନଙ୍କ ଠାରୁ ଅଧିକ । ମହିଳାମାନଙ୍କ ନିରାପତ୍ତା ଓ ସୁରକ୍ଷା ମହିଳାକୈନ୍ଦ୍ରିକ ଅର୍ଥନୀତି ଓ ମହିଳା କୈନ୍ଦ୍ରିକ ବିକଶିତ ଓଡ଼ିଶାର ପ୍ରାଥମିକତା ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଦୃଢ ମତ ରଖିଛନ୍ତି। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ତୃଣମୂଳସ୍ତରରେ ମହିଳା ସୁରକ୍ଷା କେସ ସହ ଜଡ଼ିତ ଆହ୍ଵାନଗୁଡିକୁ ବିଷୟରେ ପ୍ରତିନିଧିମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଯୌତୁକ ନିଷେଧ ଆଇନ ୧୯୬୧ ଓ ଘରୋଇ ହିଂସା ଆଇନ ୨୦୦୫ ର ଆବଶ୍ୟକତା ବିଷୟରେ ଆଲୋଚନା କରିବା ସହ ସେ ସମ୍ପର୍କିତ ମହିଳା ଓ ଶିଶୁ ବିକାଶ ବିଭାଗର ଯୋଜନା ଓ କାର୍ଯ୍ୟକାରିତା ଉପରେ ମଧ୍ୟ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ମୋନିଷl ବାନାର୍ଜୀ ଓ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ସୁମିତ୍ରା ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ । ପ୍ରତି ଜିଲ୍ଲାର ଶକ୍ତି ସଦନ, ୱାନ ଷ୍ଟପ ସେଣ୍ଟର, ପୋଲିସ ପ୍ରଶାସନିକ, ସୁରକ୍ଷା ଅଧିକାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନର ୧୮୦ ଜଣ ପ୍ରତିନିଧିବୃନ୍ଦ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

ବିଶିଷ୍ଟ ଆଇନଜୀବୀ ଶ୍ରୀମତୀ ମାନସୀ ପାଢୀ ଆଇନଗତ ଢାଞ୍ଚା ଏବଂ ସୁରକ୍ଷା ଅଧିକାରୀଙ୍କ ଭୂମିକା, DIR ଦାଖଲ, କୋର୍ଟ ସମନ୍ୱୟ ଏବଂ ରିପୋର୍ଟିଂ ବ୍ୟବସ୍ଥା ସମ୍ପର୍କରେ, କ୍ଷେତ୍ରସ୍ତରୀୟ ଆହ୍ଵାନ ଏବଂ ସମନ୍ୱୟ ମଡେଲ, ପୋଲିସର ଭୂମିକା ଏବଂ ସେବା ପ୍ରଦାନକାରୀଙ୍କ ଭୂମିକା, ଯୌତୁକ ନିଷେଧ ଆଇନର ସାରାଂଶ, ମୁଖ୍ୟ ବ୍ୟବସ୍ଥା ଏବଂ ଦଣ୍ଡ ବିଧାନ ସମ୍ବନ୍ଧରେ, ଆଇନର ଅଭିଯୋଗ ପରିଚାଳନା, ତଦନ୍ତ ଏବଂ ସମନ୍ୱୟ, ପିଡବ୍ଲୁଡ଼ିଭିଏ ଓ ଡିପି ନିୟମର ଓଭରଲାପିଙ୍ଗ ମାମଲା ସମ୍ବନ୍ଧରେ ୬ଟି ଅଧିବେଶନ ମାଧ୍ୟମରେ ସୂଚନା ଉପସ୍ଥାପନ ପ୍ରଦାନ କରିବା ସହ ବିଶଦ ବିବରଣୀ ରଖିଥିଲେ। ଶେଷରେ ବିଭାଗୀୟ ଅତିରିକ୍ତ ସଚିବ ଶ୍ରୀମତୀ ସୁମିତ୍ରା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ବିଜେଡିରୁ ଇସ୍ତଫା ଦେଲେ ଏନ ଭାସ୍କର ରାଓ ଓ ଲାଲ୍ ବିହାରୀ ହିମିରିକା

Next Post

ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି

FNN WEB

FNN WEB

Next Post
ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି

ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.