• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ତୀର୍ଥଯାତ୍ରା ଯୋଜନା: ଅଯୋଧ୍ୟା-ବାରଣାସୀ ଗଲେ ବରିଷ୍ଠ ନାଗରିକ

FNN WEB by FNN WEB
September 10, 2025
in ଓଡ଼ିଶା, ମୁଖ୍ୟ ଖବର
0
ତୀର୍ଥଯାତ୍ରା ଯୋଜନା: ଅଯୋଧ୍ୟା-ବାରଣାସୀ ଗଲେ ବରିଷ୍ଠ ନାଗରିକ
0
SHARES
0
VIEWS

୬ଟି ଜିଲ୍ଲାରୁ ୭୭୫ ଜଣ ବରିଷ୍ଠ ନାଗରିକ ଓ ୨୫ ଜଣ ଏସ୍କର୍ଟ ଅଧିକାରୀଙ୍କ ଅଯୋଧ୍ୟା- ବାରଣାସୀ ଅଭିମୁଖେ କଲେ ଯାତ୍ରା

ଭୁବନେଶ୍ୱର : ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଠାରୁ କାଶୀ ବିଶ୍ଵନାଥ ଧାମକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ପ୍ରଥମ ଟ୍ରେନର ଯାତ୍ରା ମଙ୍ଗଳମୟ ହେଉ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି । ୬ଟି ଜିଲ୍ଲାରୁ ୭୭୫ ଜଣ ବରିଷ୍ଠ ନାଗରିକମାନେ ଅଯୋଧ୍ୟାରେ ସନାତନ ଧର୍ମର ପ୍ରାଣକେନ୍ଦ୍ର ତଥା ଭାରତୀୟ ସଂସ୍କୃତିର ପ୍ରତୀକ ପ୍ରଭୁ ଶ୍ରୀ ରାମଲାଲଙ୍କୁ ଦର୍ଶନ କରିବାର ସୁଯୋଗ ପାଇବା ସହ ଭାରତର ପ୍ରସିଦ୍ଧ ଶୈବପୀଠ କାଶୀ ବିଶ୍ଵନାଥ ମନ୍ଦିର ସହ ପବିତ୍ର ଗଙ୍ଗା ଆରତୀ ଓ ଗଙ୍ଗା ଘାଟରେ ଥିବା ମନ୍ଦିରଗୁଡିକୁ ପରିଦର୍ଶନ କରିପାରିବେ । ୨୦୨୫ – ୨୬ ଆର୍ଥିକ ବର୍ଷରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଅଧୀନରେ ୧୦ ଟି ପର୍ଯ୍ୟାୟରେ ପ୍ରାୟ ୮୦୦୦ ବରିଷ୍ଠ ନାଗରିକମାନଙ୍କୁ ଭାରତର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ କରିବାର ସୁଯୋଗ ଦେବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମତବ୍ୟକ୍ତ କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦିଗଦର୍ଶନରେ ଆଜି ରାଜ୍ୟସରକାରଙ୍କ ପର୍ଯ୍ୟଟନ ବିଭାଗ ଓ ଇଣ୍ଡିଆନ ରେଲୱେ କ୍ୟାଟରିଙ୍ଗ, ଟୁରିଜିମ କର୍ପୋରେସନ (IRCTC) ଓ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ସହଭାଗିତାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ପ୍ରଥମ ଟ୍ରେନ ଆଜି ଭୁବନେଶ୍ୱର ରେଳ ଷ୍ଟେସନ ଠାରୁ ଅଯୋଧ୍ୟା – ବାରଣାସୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଯୋଗ ଦେଇ ୭୭୫ ଜଣ ବରିଷ୍ଠ ନାଗରିକମାନଙ୍କୁ ଶୁଭକାମନା ଜଣେଇବା ସହ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ମାଧ୍ୟମରେ ଭାରତର ବିଭିନ୍ନ ସଂସ୍କୃତିକୁ ଯୋଡିବାର ପ୍ରୟାସକୁ ପ୍ରଶଂସା କରିଥିଲେ ।

ପ୍ରଥମ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଓ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ସମେତ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ସମ୍ପଦ ଚରଣ ସ୍ଵାଇଁ, ଭୁବନେଶ୍ୱର-ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ପୁରୀ ବିଧାୟକ ଶ୍ରୀ ସୁନିଲ ମହାନ୍ତି, କେନ୍ଦ୍ରାପଡ଼ା ବିଧାୟକ ଶ୍ରୀ ଗଣେଶ୍ଵର ବେହେରା, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଶ୍ରୀ ଓମ ପ୍ରକାଶ ମିଶ୍ର, ମହାକାଳପଡ଼ା ବିଧାୟକ ଶ୍ରୀ ଦୁର୍ଗା ପ୍ରସନ୍ନ ନାୟକ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମୃତ ଋତୁରାଜ ପ୍ରମୁଖ ଯୋଗ ଦେଇ ପ୍ରଥମ ଟ୍ରେନ ଯାତ୍ରା ପାଇଁ ବରିଷ୍ଠ ନାଗରିକମାନଙ୍କୁ ଶୁଭକାମନା ଜଣାଇଥିଲେ । ଶେଷରେ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ ଶ୍ରୀ ରୁଦ୍ର ନାରାୟଣ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଯାତ୍ରାରେ ଖୋର୍ଦ୍ଧା ଜିଲ୍ଲାରୁ ୧୬୯ ଜଣ, ପୁରୀରୁ ୧୨୭ ଜଣ, କଟକରୁ ୧୯୭ଜଣ, ଜଗତସିଂହପୁର ୮୫ଜଣ, କେନ୍ଦ୍ରାପଡ଼ାରୁ ୮୯ଜଣ, ଢେଙ୍କାନାଳରୁ ୧୦୮ ଜଣ ପ୍ରମୁଖ ୭୭୫ଜଣ ବରିଷ୍ଠ ନାଗରିକଙ୍କ ସହ ୨୫ ଜଣ ସହାୟକ (ଏସ୍କର୍ଟ) ଅଧିକାରୀ ଭୁବନେଶ୍ୱର ରେଳ ଷ୍ଟେସନରୁ କେନ୍ଦ୍ର ସରକାରଙ୍କ ଭାରତ ଗର୍ବ ଟ୍ରେନରେ ଅଯୋଧ୍ୟା – ବାରଣାସୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ।

Previous Post

ସୁଭଦ୍ରା ଯୋଜନା: ହିତାଧିକାରୀଙ୍କୁ ସାମିଲ ପାଇଁ ଡୋର ଟୁ ଡୋର ହେବ ସର୍ଭେ

Next Post

କ୍ୟାବିନେଟ୍ ନିଷ୍ପତ୍ତି ସଂକଳନ ଜାରି: ବର୍ଷକରେ ୨୫ ବୈଠକ,୧୪୯ ନିଷ୍ପତ୍ତି

FNN WEB

FNN WEB

Next Post
କ୍ୟାବିନେଟ୍ ନିଷ୍ପତ୍ତି ସଂକଳନ ଜାରି: ବର୍ଷକରେ ୨୫ ବୈଠକ,୧୪୯ ନିଷ୍ପତ୍ତି

କ୍ୟାବିନେଟ୍ ନିଷ୍ପତ୍ତି ସଂକଳନ ଜାରି: ବର୍ଷକରେ ୨୫ ବୈଠକ,୧୪୯ ନିଷ୍ପତ୍ତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.