ଭବାନୀପାଟଣା : ଆସନ୍ତା ଜୁନ ୯ ତାରିଖରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ। ଜୁନ ୯ ତାରିଖ ଦିନ ୧୧ଟାରୁ ସାଢେ ଗୋଟାଏ ମଧ୍ୟରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ନିର୍ବାଚନ ପୂର୍ବରୁ ଆଜି ଭବାନୀପାଟଣା ସଭାରୁ ବଡ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ।
ସୋମବାର କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର କରିବା ଅବସରରେ ମଞ୍ଚ ଉପରୁ ପାଣ୍ଡିଆନ କହିଛନ୍ତି, କଳାହାଣ୍ଡିବାସୀ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ସହଯୋଗରେ ମୁଖ୍ୟମନ୍ତ୍ରୀ ଇତିହାସ ରଚିବେ ଓ ଓଡ଼ିଶା ମଧ୍ୟ ଇତିହାସ ରଚିବ । ଆସନ୍ତା ଜୁନ୍ ୯ ତାରିଖରେ ଓଡ଼ିଶାବାସୀଙ୍କ ପ୍ରିୟ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବେ । ସକାଳ ସାଢେ ୧୧ଟାରୁ ଅପରାହ୍ନ ସାଢେ ୧ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥଗ୍ରହଣ କରିବେ।
ଏଥି ସହିତ ବିଜେପିର ନିର୍ବାଚନୀ ଇସ୍ତାହାରକୁ ନେଇ ମଧ୍ୟ ବର୍ଷିଛନ୍ତି ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। କହିଛନ୍ତି ବିଜେପି କହୁଛି ସରକାରକୁ ଆସିଲେ BSKY ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବ। କିନ୍ତୁ ସେମାନେ ଆୟୁଷ୍ମାନ ଭାରତ ଯୋଜନାରେ ପୁରା ଦେଶ ପାଇଁ ଭାରତ ସରକାର ଯେତିକି ଟଙ୍କା ବଜେଟ୍ ରଖିଛନ୍ତି ତା’ଠାରୁ ଅଧିକ BSKର ବଜେଟ । ଆୟୁଷ୍ମାନ ଭାରତେ ଓଡ଼ିଶାର ଭାଗ ମାତ୍ର ୩ଶହ କୋଟି ପଡ଼ିବ। ଆୟୁଷ୍ମାନ ଭାରତ ଯୋଜନାରେ ୫ ଲକ୍ଷ ଟଙ୍କା କେବଳ ବିପିଏଲ କାର୍ଡ୍ ଧାରୀଙ୍କୁ ମିଳିବ କିନ୍ତୁ ବିଏକେୱାଇ ଯୋଜନାରେ ସବୁ ପରିବାରକୁ ଏହି ସୁବିଧା ମିଳିଥାଏ । ଆୟୁଷ୍ମାନ ଭାରତରେ ବୀମା କମ୍ପାନୀଙ୍କ ଦୟା ଉପରେ ସବୁକିଛି ନିର୍ଭର କରେ । ଆମ ମୁଖ୍ୟମନ୍ତ୍ରୀ ବିଏସକେୱାଇରେ କାର୍ଡ୍ ଦେଇଛନ୍ତି ଯାହା କ୍ରେଡିଟ୍ କାର୍ଡ୍ ଭଳି । ଯେଉଁଥିରେ ଗରିବ ଗୁରୁବାଙ୍କୁ ବୀମା କମ୍ପାନୀଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ । ସେମାନେ ଏହି କାର୍ଡରୁ ଚିକିତ୍ସା ପାଇଁ ଖର୍ଚ୍ଚ କରିପାରିବେ ।