• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସାର ଯୋଗାଣର ସଠିକ୍‍ ତଦାରଖ କର : ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ସାର ଯୋଗାଣର ସଠିକ୍‍ ତଦାରଖ କର : ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଭୁବନେଶ୍ୱର : ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାରେ ଥିବା ପାକସ୍‍ ଏବଂ ଲାମ୍ପସ୍‍ ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ (ମନିଟରିଂ) କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାପାଳଙ୍କୁ କଡାକଡି ନିର୍ଦ୍ଦେଶ ଦେଇଛନ୍ତି । କୌଣସି ପ୍ରକାର କଳାବଜାରୀ କିମ୍ବା ଗଚ୍ଛିତ କିମ୍ବା ନକଲି ସାରର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯାଞ୍ଚ ସ୍ଥାନରେ ସାରକୁ ଜବତ ନକରି ସେହି ସାରକୁ ନିକଟସ୍ଥ ପାକସ୍‍ କିମ୍ବା ଲାମ୍ପସ୍‍ କୁ ସ୍ଥାନାନ୍ତରିତ କରି ଚାଷୀଙ୍କୁ ଆବଣ୍ଟନ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ରାଜ୍ୟରେ ସାରର କୌଣସି ଅଭାବ ନାହିଁ। ସମସ୍ତ ଜିଲ୍ଲାରେ ଆବଶ୍ୟକତା ଅନୁଯାୟୀ ସାର ଆବଣ୍ଟନ କାର୍ଯ୍ୟ ସୁରୁଖୁରରେ ଚାଲିଛି । ସୂଚନା ଅନୁଯାୟୀ, ୨୦୨୫ ଖରିଫ ଋତୁରେ ସେପ୍ଟେମ୍ବର ୩୦ ସୁଦ୍ଧା ସମୁଦାୟ ୯,୫୫,୦୦୦ ମେଟ୍ରିକ ଟନ ସାର ଆବଶ୍ୟକ ଥିବାବେଳେ କେନ୍ଦ୍ର ସରକାର ଏହି ପରିମାଣର ସାର ଆବଣ୍ଟନ କରିଛନ୍ତି । ଆବଶ୍ୟକ ହେଲେ ଅଧିକ ସାର ପାଇଁ ଅନୁରୋଧ କରାଯିବ । ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ପାଖରେ ସମୁଦାୟ ମହଜୁଦ ଥିବା ୧୧,୬୬,୭୩୩ ମେଟ୍ରିକ ଟନ ସାର ମଧ୍ୟରୁ ୯,୮୫,୯୬୭ ମେଟ୍ରିକଟନ ସାର ବିକ୍ରି ହୋଇସାରିଛି।

ବୈଠକରେ, ଜିଲ୍ଲାରେ ସାରର ଷ୍ଟକ ସ୍ଥିତି ଏବଂ ଆବଶ୍ୟକତା ଅନୁସାରେ ପାକସ୍‍ ଏବଂ ଲାମ୍ପସ୍‍ କୁ ବିଭିନ୍ନ ଗ୍ରେଡ଼ର ସାର ଯୋଗାଇଦେବା ପାଇଁ କୃଷି ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି, ମାର୍କଫେଡ଼ ର ଅଧିକାରୀ ମାନଙ୍କୁ ସାରଯୋଗାଣ ତ୍ୱରାନ୍ୱିତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟମିତ ଭାବରେ ବେଆଇନ କାର୍ଯ୍ୟକଳାପ ଉପରେ ଯାଞ୍ଚ କରିବା, କଳାବଜାରୀ ରୋକିବା ପାଇଁ ଚଢଉ କୁ ଅଧିକ କଡାକଡି କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତ୍ୟେକ ଜିଲ୍ଲାରେ ଫସଲ ବଦଳାଇବା ଏବଂ ସମନ୍ବିତ କୃଷି ବ୍ୟବସ୍ଥା କୁ ଅଧିକ ଗୁରୁତ୍ୱ ଦେବା, ତୈଳବୀଜ ଏବଂ ଡାଲି ଜାତୀୟ ଫସଲ କରିବା ପାଇଁ ପ୍ରୋତ୍ସାହନ ଦେବାପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି । ଏଣୁ, ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ ଚାଷ କାର୍ଯ୍ୟକୁ ବହୁଗୁଣିତ କରିବା ପାଇଁ ଆମର ଯେଉଁ ଲକ୍ଷ୍ୟ ଅଛି, ତାହା ସଫଳ ହୋଇ ପାରିବ । ବନ୍ୟାଞ୍ଚଳରେ କ୍ଷୟକ୍ଷତି ଆକଳନ କରି ସେଠାରେ ଚାଷୀ ମାନଙ୍କୁ ଯଥା ସୁବିଧା ଯୋଗାଇ ଦିଆ ଯାଉଛି ଏବଂ ଯେପରି ସେହି ଅଂଚଳରେ ଚାଷୀ ମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେ ବିଷୟରେ ଧ୍ୟାନ ଦିଆଯିବା ଆବଶ୍ୟକ ବୋଲି ସେ କହିଥିଲେ।

ଏହି ଅବସରରେ ଆଭାସୀ ମାଧ୍ୟମରେ ଯୋଡି ହୋଇଥିବା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ, ପ୍ରତ୍ୟେକ ଜିଲ୍ଲାରେ ସାର ବଣ୍ଟନ କାର୍ଯ୍ୟକଳାପ ବିଷୟରେ ପଚାରି ବୁଝି ଥିଲେ ଏବଂ କୌଣସି ସ୍ଥାନରେ ଚାଷୀ ମାନଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗନେଇଥିଲେ।

Previous Post

ଘର ତିଆରି ଖାଦ୍ୟକୁ ଆପଣାନ୍ତୁ ସୁସ୍ଥ ରୁହନ୍ତୁ : ଉପମୁଖ୍ୟମନ୍ତ୍ରୀ

Next Post

ପଞ୍ଚାୟତ ସମିତିର କ୍ଷମତାକୁ ସଙ୍କୁଚିତ କରିବା ନିଷ୍ପତ୍ତି ଅଗଣତାନ୍ତ୍ରିକ: ବିଜେଡି

FNN WEB

FNN WEB

Next Post
ପଞ୍ଚାୟତ ସମିତିର କ୍ଷମତାକୁ ସଙ୍କୁଚିତ କରିବା ନିଷ୍ପତ୍ତି ଅଗଣତାନ୍ତ୍ରିକ: ବିଜେଡି

ପଞ୍ଚାୟତ ସମିତିର କ୍ଷମତାକୁ ସଙ୍କୁଚିତ କରିବା ନିଷ୍ପତ୍ତି ଅଗଣତାନ୍ତ୍ରିକ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.