• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କେନ୍ଦୁଝର ଠାରେ ଜିରୋ ଆକ୍ସିଡେଣ୍ଟ ଡେ ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 13, 2025
in ଓଡ଼ିଶା, ମୁଖ୍ୟ ଖବର
0
କେନ୍ଦୁଝର ଠାରେ ଜିରୋ ଆକ୍ସିଡେଣ୍ଟ ଡେ ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ସୁରକ୍ଷା କେବଳ ସରକାରଙ୍କର ନୁହେଁ ପ୍ରତିଟି ବ୍ୟକ୍ତିଙ୍କର ସାମୂହିକ ଦାୟିତ୍ବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର : “ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢାଇ ନେଇ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” Zero Accident Day(ZAD) ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରୋ ଆକ୍ସିଡେଣ୍ଟ ସେଲ୍ଫି ପଏଣ୍ଟକୁ ଉଦ୍ଘାଟନ କରିବା ସହିତ ସଡକ ସୁରକ୍ଷା ବାର୍ତ୍ତା ପ୍ରଚାରକ ମାନଙ୍କୁ ସେହିଠାରେ ସମ୍ବର୍ଦ୍ଧିତ କରିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲାର ସମସ୍ତ ୧୩ ଟି ବ୍ଲକରେ ସଡକ ସୁରକ୍ଷା ସଚେତନତା ତଥା ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥର ଶୁଭାରମ୍ଭ କରିଥିଲେ ଓ ସିଂଗନେଚର କ୍ୟାମ୍ପେନକୁ ଉଦ୍ଘାଟନ କରିଥିଲେ।

ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ସୁରକ୍ଷା କେବଳ ସରକାରଙ୍କର ଦାୟିତ୍ବ ନୁହେଁ। ଏଥି ପ୍ରତି ସଚେତନ ହେବା ପ୍ରତ୍ୟେକ ବ୍ୟକ୍ତିଙ୍କର ସାମୂହିକ ଦାୟିତ୍ବ। ଭୁବନେଶ୍ବରରେ ଶୂନ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ କେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି। ଆମର ଲକ୍ଷ୍ୟ ହେବ, ଶୂନ ଦୁର୍ଘଟଣା ଦିବସ ସଚେତନତା ବାର୍ତ୍ତାକୁ ପ୍ରତି ସହର, ଗାଁ ଏପରିକି ଘରେ ଘରେ ପହଞ୍ଚାଇବା। ନିଜେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରାଇବା। ସମସ୍ତ କ୍ଷେତ୍ରରେ ସତର୍କତା ହିଁ ଆମକୁ ଏସବୁ ଦୁର୍ଘଟଣାରୁ ବଞ୍ଚେଇ ପାରିବ।

କେନ୍ଦୁଝର ଜିଲ୍ଲା ହେଉଛି ଏକ ଖଣିବହୁଳ ଅଞ୍ଚଳ। ଦିନରାତି ଏଠାରେ ଖଣିଜ ପଦାର୍ଥ ପରିବହନ ହୋଇଥାଏ। ଏଠାରୁ ପ୍ରତିଦିନ ସହସ୍ର ସଂଖ୍ୟକ ଟ୍ରକ୍, ଲୋଡର୍, ଭାରୀ ଯାନବାହାନ ଯାତାୟାତ କରୁଛି । ଏହା ଅଞ୍ଚଳର ଅର୍ଥନୀତିକୁ ସଚଳ କରୁଛି, କିନ୍ତୁ ଏହା ସହିତ ସଡ଼କ ସୁରକ୍ଷା ପାଇଁ ଏକ ବିଶେଷ ଚାଲେଞ୍ଜ ମଧ୍ୟ ହୋଇ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ କେନ୍ଦୁଝର ଜିଲ୍ଲାର ପ୍ରତ୍ୟେକ ନାଗରିକଙ୍କୁ ଯାତାୟତ ସମୟରେ ସଡକ ସୁରକ୍ଷା ନିୟମାବଳୀ ମାନିବା ସହିତ ସତର୍କତା ଅବଲମ୍ବନ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ ।

ସେ ପୁଣି କହିଥିଲେ ଯେ ଶୂନ ଦୁର୍ଘଟଣା ଦିବସ ବା ‘Zero Accident Day’ ପାଳନ କରୁଛେ। ଏହା ଏପରି ଏକ ପଦକ୍ଷେପ ଯାହା ଆମର Collective Responsibility କୁ ପ୍ରଦର୍ଶନ କରୁଛି। ଖଣି ଓ ଶିଳ୍ପ କ୍ଷେତ୍ର ସହିତ ସଂଲଗ୍ନ ସମସ୍ତ କମ୍ପାନୀ, ଡ୍ରାଇଭର୍, କର୍ମଚାରୀ ମାନଙ୍କ ସୁରକ୍ଷାକୁ ପ୍ରଥମ ପ୍ରାଥମିକତା ଦିଅନ୍ତୁ। ଭାରୀ ଯାନବାହାନ ଗୁଡିକର ନିୟମିତ ମେଣ୍ଟେନାନ୍‍ସ, ଡ୍ରାଇଭର ମାନଙ୍କୁ ପ୍ରଶିକ୍ଷଣ କୁ ଗୁରୁତ୍ୱ ଦିଅନ୍ତୁ। ଏହି ସବୁକିଛିକୁ କଡ଼ାକଡ଼ି ଭାବରେ ପାଳନ କରିଲେ ଅନେକ ଦୁର୍ଘଟଣାକୁ ରୋକାଯାଇ ପାରିବ ।

ଏହି ଅବସରରେ ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର, କେନ୍ଦୁଝର ସାଂସଦ ଶ୍ରୀ ଅନନ୍ତ ନାୟକ, ଘସିପୁରା ବିଧାୟକ ଶ୍ରୀ ବଦ୍ରି ନାରାୟଣ ପାତ୍ର, ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଡ଼, ପାଟଣା ବିଧାୟକ ଶ୍ରୀ ଅଖିଳ ନାୟକ, ତେଲକୋଇ ବିଧାୟକ ଡା. ଫକୀର ମୋହନ ନାୟକ, ଆନନ୍ଦପୁର ବିଧାୟକ ଶ୍ରୀ ଅଭିମନ୍ୟୁ ସେଠୀ, ପୋଲିସ ଡ଼ି.ଜି. ଶ୍ରୀ. ଯୋଗେଶ ବହାଦୁର ଖୁରାନିଆ, ଏସ.ଟି.ଏ କମିଶନର ଶ୍ରୀ ଅମିତାଭ ଠାକୁର, ଡ଼ି.ଆଇ.ଜି ଶ୍ରୀ ବ୍ରିଜେଶ ରାୟ ଓ ଜିଲ୍ଲାପାଳ ଶ୍ରୀ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବରରେ ଶୂନ୍ୟ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ କେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି। ଆଇ.ଆଇ.ଟି ମାଡ୍ରାସ ସହାୟତାରେ କେନ୍ଦୁଝରରେ ଏଥି ନିମନ୍ତେ ଏକ ୧୪-ଦିନିଆ, କାର୍ଯ୍ୟକ୍ରମ ଆୟୋଜନ ହେଉଛି। ଆଇ.ଆଇ.ଟି ମାଡ୍ରାସ ଦୁର୍ଘଟଣାକୁ କିପରି ପ୍ରତିହତ କରିହେବ, ସେଥିପାଇଁ ମାର୍ଗଦର୍ଶନ କରିବ।

Previous Post

ସମ୍ବଲପୁର ବିଶ୍ୱବିଦ୍ୟାଳୟ ୩୫ତମ ସମାବର୍ତ୍ତନ ଉତ୍ସବ

Next Post

ସାର ଅଭାବକୁ ନେଇ ରାଜଭବନ ଆଗରେ ବିଜେଡିର ଗର୍ଜନ

FNN WEB

FNN WEB

Next Post
ସାର ଅଭାବକୁ ନେଇ ରାଜଭବନ ଆଗରେ ବିଜେଡିର ଗର୍ଜନ

ସାର ଅଭାବକୁ ନେଇ ରାଜଭବନ ଆଗରେ ବିଜେଡିର ଗର୍ଜନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.