• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 15, 2025
in ଓଡ଼ିଶା, ମୁଖ୍ୟ ଖବର
0
ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ: ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଏକାଦଶ ନିଯୁକ୍ତି ମେଳା: ୭ ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର : ସରକାରୀ ଚାକିରୀ କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରିନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ମେଳା ଅବସରରେ ନବ ନିଯୁକ୍ତ ଅଧିକାରୀ ମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି। ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଏକାଦଶତମ ନିଯୁକ୍ତି ମେଳା ଆଜି ଅନୁଷ୍ଠିତ ହୋଇଛି। ଏଥିରେ ୭ଟି ବିଭାଗ ଯଥା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୯୮୨ ଜଣ, ଜଳ ସମ୍ପଦ ବିଭାଗରେ ୪୧୩ ଜଣ, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୩୪ ଜଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୩୬ ଜଣ , ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରେ ୨୩ ଜଣ, ଅର୍ଥ ବିଭାଗରେ ୬୧ ଜଣ ଓ ଆଇନ୍ ବିଭାଗରେ ୩୭ ଜଣଙ୍କୁ ଏହିଭଳି ସମୁଦାୟ ୧୬୮୬ ଜଣଙ୍କୁ ବିଭିନ୍ନ ବର୍ଗରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ସରକାରଙ୍କ ଦ୍ବିତୀୟ ବର୍ଷ ପ୍ରାରମ୍ଭର ଏହା ହେଉଛି ଦ୍ବିତୀୟ ନିଯୁକ୍ତି ମେଳା।

ମୁଖ୍ୟମନ୍ତ୍ରୀ ଉପସ୍ଥିତ ନବ ନିଯୁକ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଆପଣ ମାନଙ୍କର କର୍ତ୍ତବ୍ୟ ହେଉଛି ସରକାରଙ୍କ ନୀତି ନିୟମର ମର୍ଯ୍ୟାଦାରେ ରହି ନିଜ କାର୍ଯ୍ୟ ସମ୍ପାଦନ କରିବା। ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସମସ୍ତେ ଭଲ କାମ କରନ୍ତୁ, ସୁନାମ ଅର୍ଜନ କରନ୍ତୁ, ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ। ଅସୀମିତ ଆତ୍ମସନ୍ତୋଷ ପାଇବେ। ସାଧାରଣ ଗରିବ ଜନତାଙ୍କ ଆଶୀର୍ବାଦ ହେବ ଆପଣଙ୍କ ପାଇଁ ସବୁଠାରୁ ବଡ ପୁଞ୍ଜି।

ସେ ପୁଣି କହିଥିଲେ, ସାଂପ୍ରତିକ ପରିସ୍ଥିତିରେ ଯୁବ ସମାଜ ପାଇଁ ସବୁଠାରୁ ବଡ ଆହ୍ୱାନ ହେଉଛି ରୋଜଗାର ବିଶେଷ ଭାବେ ନିଯୁକ୍ତି। ସେଥିପାଇଁ ମାତ୍ର ୧୫ ମାସ ମଧ୍ୟରେ ୧୧ଟି ନିଯୁକ୍ତି ମେଳା ଜରିଆରେ ସରକାରୀ କ୍ଷେତ୍ରରେ ଆମେ ଆଜିକୁ ମିଶାଇ ସମୁଦାୟ ୩୦,୦୩୨ ଟି ପଦବୀରେ ନିଯୁକ୍ତି ପ୍ରଦାନ କରିଛୁ। ସରକାର ଆସିବାର ପ୍ରଥମ ଦୁଇ ବର୍ଷରେ ୬୫ ହଜାର ସରକାରୀ ପଦବୀ ପୂରଣ କରାଯିବାର ଲକ୍ଷ୍ୟ ରହିଥିଲା। ଜୁନ୍ ୨୦୨୬ ଶେଷ ସୁଦ୍ଧା ଆହୁରି ୪୦ ହଜାର ସରକାରୀ ପଦବୀ ପୂରଣ ହେବ। ସରକାରୀ ପଦବୀ ପୂରଣ କରିବାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରାଯାଉଛି, ମେରିଟ୍ ବେସିସ୍‌ରେ ଚୟନ କରାଯାଉଛି। ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ରାଜ୍ୟରେ ଯୁବ ବର୍ଗଙ୍କ ପାଇଁ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯାଉଛି। ୧୫ ମାସ ମଧ୍ୟରେ ସରକାରଙ୍କ ପକ୍ଷରୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୧,୦୭,୯୨୬ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତକରି କହିଥିଲେ ଯେ, ଆମ ସରକାରରେ ଯେତେବି ପରୀକ୍ଷା ହେଉଛି କୌଣସି ଠାରେ ଦୁର୍ନୀତି ବା ଅନିୟମିତତାର ଅଭିଯୋଗ ଆସିନାହିଁ। ଯେତେବେଳେ ବି ସାମାନ୍ୟତମ ସୁରାକ ଆସୁଛି, ତା ଉପରେ ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଆମ ସରକାରର ଲକ୍ଷ୍ୟ ହେଉଛି, ସବୁ ପରୀକ୍ଷାର୍ଥୀଙ୍କୁ Level Playing Field ପ୍ରଦାନ କରିବା, ଯାହା ଦ୍ୱାରା କେବଳ ଯୋଗ୍ୟ ପ୍ରାର୍ଥୀ ହିଁ ସଫଳତା ପାଇବେ। ସେ ନବନିଯୁକ୍ତଙ୍କୁ ଆହୁରି କହିଥିଲେ, ନିଜକୁ ଜନସାଧାରଣଙ୍କ ସେବକ ଭାବି ସାଧାରଣ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଓ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ କାମ କରନ୍ତୁ, ସରକାରୀ ସ୍ତରରେ ଆପଣଙ୍କ ଦ୍ୱାରା ନିଆଯାଉଥିବା ପ୍ରତ୍ୟେକ ନିଷ୍ପତ୍ତି ଓ କାର୍ଯ୍ୟ ଜନମଙ୍ଗଳ ଉପରେ ଯେପରି ଆଧାରିତ ହେବ ସେଥିପ୍ରତି ଯତ୍ନବାନ ହୁଅନ୍ତୁ।

ମୁଖ୍ୟମନ୍ତ୍ରୀ ୩୦ ଜଣ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ନବନିଯୁକ୍ତଙ୍କ ମଧ୍ୟରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୋଗଦେଇଥିବା ସମ୍ବଲପୁରର ଶିବାନୀ ଷଡଙ୍ଗୀ ଓ ଅର୍ଥ ବିଭାଗରେ ଯୋଗଦେଇଥିବା କଟକ ଜିଲ୍ଲାର ବିଶ୍ୱଜିତ୍ ପ୍ରଧାନ ତାଙ୍କ ଅନୁଭୂତି ଓ ଅଭିଜ୍ଞତାରେ ସରକାରଙ୍କ ସ୍ୱଚ୍ଛ ଓ ନିରପେକ୍ଷ ଚୟନ ପଦ୍ଧତି ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ ନବ ନିଯୁକ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆମ ସରକାର ଯାହା ପ୍ରତିଶ୍ରୁତି ଦିଅନ୍ତି, ତାହା ପୂରଣ କରିଥାନ୍ତି। ଆମର ଲକ୍ଷ୍ୟ ରହିଛି ୫ ବର୍ଷରେ ୧.୫୦ ଲକ୍ଷ ନିଯୁକ୍ତି ପ୍ରଦାନ। ଆଜି ସୁଦ୍ଧା ୩୦ ହଜାରରୁ ଉର୍ଦ୍ଧ୍ୱ ନିଯୁକ୍ତି ପ୍ରଦାନ କରାଗଲାଣି। ପାଞ୍ଚ ବର୍ଷ ଭିତରେ ଆମେ ଖାଲି ଥିବା ସମସ୍ତ ପଦବୀ ପୂରଣ କରିବୁ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ଇଲୋକ୍ଟ୍ରୋନିକସ୍‌ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ଆମ ସରକାର ଆସିବା ପରେ ପ୍ରତିବଦ୍ଧତାର ସହ ଆମେ ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ଗୁଡିକ ପୂରଣ କରିବା ପାଇଁ ନିଯୁକ୍ତି ମେଳା ମାଧ୍ୟମରେ ଉଦ୍ୟମ ଜାରି ରଖିଛୁ। ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆମେ ନିଷ୍ଠାର ସହ କାମ କରୁଛୁ। କାର୍ଯ୍ୟକ୍ରମରେ ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

କିଟ୍‍ ରେ ପ୍ରଥମ କିଟ୍‍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତା ଉଦଯାପିତ

Next Post

୧୨ ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
୧୨ ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

୧୨ ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.