• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୨ ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
September 15, 2025
in ଓଡ଼ିଶା, ମୁଖ୍ୟ ଖବର
0
୧୨ ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
0
SHARES
1
VIEWS

‘ଏକ୍ ପେଡ୍ ମା କେ ନାମ୍‌ ୨.୦’ ଅଭିଯାନରେ ସାମିଲ ହେବାପାଇଁ ଶିଳ୍ପସଂସ୍ଥା ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍‌ଚରିଂ ହବ୍ କରାଯିବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଇତିହାସରେ ଆଉ ଏକ ଅଧ୍ୟାୟ ଯୋଡିଛନ୍ତି। ସୂଚନାଯୋଗ୍ୟ ଯେ ୨୭ ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାପାଇଁ ସମୁଦାୟ ୨୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସୁନିଶ୍ଚିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଘୋଷଣା କରିଛନ୍ତି।

ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେତେବେଳେ ଓଡ଼ିଶାକୁ କିଛି ନିବେଶ ଆସୁଛି, ସେତେବେଳେ ଓଡ଼ିଶା ପ୍ରତି ଶିଳ୍ପ ଜଗତର ଭରସା ବୃଦ୍ଧି ପାଉଛି। ଶିଳ୍ପ ସ୍ଥାପନ ପାଇଁ ଓଡ଼ିଶା ସରକାରଙ୍କ ନୀତି ଓ ନିଷ୍ଠା ପ୍ରତି ନିବେଶକ ମାନଙ୍କ ଆସ୍ଥା ବୃଦ୍ଧି ପାଉଛି । ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍‌ଚରିଂ ହବ୍ କରିବା ପାଇଁ ଆମେ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ ଉତ୍ପାଦନ ଦିଗରେ ନିବେଶକ ମାନଙ୍କୁ ଆକୃଷ୍ଟ କରୁଛୁ । ମାନୁଫାକ୍‌ଚରିଂ ଭାଲ୍ୟୁ ଚେନ୍‌ରେ ଆହୁରି ଉପରକୁ ଉଠି ସାରା ବିଶ୍ୱର ବଜାରରେ କମ୍ପିଟ୍‌ କରି ପାରୁଥିବା ଭଳି ପ୍ରଡକ୍ଟ ନିର୍ମାଣ କରୁଛୁ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆମ ସରକାର ମାତ୍ର ୧୫ ମାସ ହେବ ଓଡିଶାର ଶାସନ ଦାୟିତ୍ୱ ନେଇଛନ୍ତି । ଏହି ଅଳ୍ପ ସମୟ ମଧ୍ୟରେ ଆମ ସରକାର ୨୬୦ ଟି ଶିଳ୍ପ ପ୍ରକଳ୍ପ ମଞ୍ଜୁର କରିଛନ୍ତି, ଯାହାଦ୍ୱାରା ୫.୬ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୩.୬ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି । ଏହି ସମୟ ମଧ୍ୟରେ ଆମେ ୮୪ ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛୁ । ଏହା ଦ୍ୱାରା ଓଡ଼ିଶାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ହୋଇପାରିଛି, ଏବଂ ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୃଷ୍ଟି କରାଯାଇପାରିଛି ।

ଶିଳ୍ପପତି ମାନଙ୍କୁ ଭରଷା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶାରେ ଶିଳ୍ପ ସ୍ଥାପନ ପାଇଁ ଉପଯୁକ୍ତ ନୀତି ସହିତ ପ୍ରତ୍ୟେକ କ୍ଷେତ୍ରକୁ ସ୍ୱତନ୍ତ୍ର ପ୍ରୋତ୍ସାହନ ପ୍ରଦାନ କରାଯାଉଛି । ସରକାରୀ ବ୍ୟବସ୍ଥାରେ ବ୍ୟୁରୋକ୍ରାଟିକ୍ ପ୍ରତିବନ୍ଧକକୁ ହଟାଯାଇଛି । ଶିଳ୍ପ ପ୍ରତିଷ୍ଠାର ଯାତ୍ରାରେ, ଶିଳ୍ପପତି ମାନଙ୍କୁ ସହଯୋଗର ହାତ ବଢାଇବା ପାଇଁ, ଆମେ ସବୁ ସମୟରେ ଉପସ୍ଥିତ ଅଛୁ । ଯେକୌଣସି ଅସୁବିଧାରେ ଶିଳ୍ପପତି ମାନଙ୍କ ସମସ୍ୟା ଦୂର କରିବା ପାଇଁ ଆମେ ଆମ ସରକାର ପ୍ରସ୍ତୁତ ଅଛନ୍ତି ।

ଏକ୍ ପେଡ ମା କି ନାମ୍ ୨.୦ ଅଭିଯାନକୁ ସଫଳ କରିବା ପାଇଁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ସମସ୍ତ ଉଦ୍ୟୋଗୀ ତଥା ଶିଳ୍ପାନୁଷ୍ଠାନ ଗୁଡିକ ନିଜ ନିଜ ଅଂଚଳରେ ଯେତେ ଅଧିକ ସମ୍ଭବ ଚାରା ରୋପଣ କରନ୍ତୁ । ବିକାଶ ଓ ପରିବେଶ ପରସ୍ପରର ପରିପୁରକ ହୋଇ କାର୍ଯ୍ୟ କରିବା ଉଚିତ। ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ ପାଳନ ହେବ । ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାକୁ ସମ୍ମାନ ଜଣାଇ, ତାଙ୍କ ପ୍ରତି ଏକ ଉପହାର ସ୍ୱରୂପ, ଓଡ଼ିଶାବାସୀ ସେହି ଗୋଟିଏ ଦିନରେ ୭୫ ଲକ୍ଷ ଗଛ ଲଗେଇବା ପାଇଁ ନିଷ୍ପତ୍ତି କରିଛନ୍ତି। ଏହି ଅଭିଯାନରେ ଶିଳ୍ପସଂସ୍ଥା ମାନଙ୍କୁ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୂତନ ଭାବେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ଶିଳ୍ପପତି ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଗଞ୍ଜାମ, ଖୋର୍ଦ୍ଧା, ଝାରସୁଗୁଡା, କୋରାପୁଟ ଓ ଅନୁଗୋଳ ଠାରେ ଆଭାସୀ ମାଧ୍ୟମରେ ସେ ଅଞ୍ଚଳରେ କାର୍ଯ୍ୟକାରୀ ହେବାକୁଥିବା ଶିଳ୍ପପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଥିଲେ ସୁଦକ୍ଷ ପ୍ରଶାସନିକ ବ୍ୟବସ୍ଥା ଏବଂ ଶିଳ୍ପ ଅନୁକୂଳ ପରିବେଶ ହିଁ ଆଜି ଓଡିଶାକୁ ଶିଳ୍ପ ସମୃଦ୍ଧ ଭାବେ ଏକ ପ୍ରମୁଖ ସମ୍ଭାବନାର ରାଜ୍ୟ ଭାବେ ଗଢିତୋଳିବା ପାଇଁ ସକ୍ଷମ ହୋଇଛି। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ଭରଷା ଓ ବିଶ୍ୱାସ ଆଜି ଆମ ରାଜ୍ୟର ସାମଗ୍ରିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିରେ ଉପାଦେୟ ସାବ୍ୟସ୍ତ ହୋଇଛି।

ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ ପ୍ରତ୍ୟେକ ବ୍ୟକ୍ତି ଯାହାର ଇଚ୍ଛା ଓ ଦୃଢ ମନୋବଳ ଅଛି ସେ ଦିନେ ନା ଦିନେ ସଫଳ ହେବ। ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ସର୍ବଦା ରହିଆସିଛି ଯେ କିଭଳି ଗ୍ରାଉଣ୍ଡ ଜିରୋରୁ ସଫଳତା ମିଳିବ। ଏହି ଭରଷାରେ ରାଜ୍ୟ ସରକାର ଆଜି ଶିଳ୍ପକ୍ଷେତ୍ରରେ ଅଗ୍ରଗତି କରୁଛନ୍ତି। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଏବଂ ପ୍ରମୁଖ ଶିଳ୍ପପତି ମାନେ ମଞ୍ଚାସୀନ ଥିଲେ। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଦକ୍ଷତା ବିକାଶ ବିଭାଗର କମିଶନର ତଥା ସଚିବ ଶ୍ରୀ ଭୁପେନ୍ଦ୍ର ସିଂ ପୁନିଆ ଧନ୍ୟବାଦ ଦେଇଥିଲେ।

Previous Post

ସଚ୍ଚୋଟତାକୁ ୱାର୍କ କଲ୍‌ଚରର ଅବିଚ୍ଛେଦ୍ୟ ଅଙ୍ଗ ବନାନ୍ତୁ: ମୁଖ୍ୟମନ୍ତ୍ରୀ

Next Post

ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର : ଧର୍ମେନ୍ଦ୍ର ପ୍ରଧାନ

FNN WEB

FNN WEB

Next Post
ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର : ଧର୍ମେନ୍ଦ୍ର ପ୍ରଧାନ

ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର : ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.