• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନରେ ରାଜ୍ୟର ଦେଢ଼ କୋଟି ମହିଳା ଉପକୃତ ହେବେ’

FNN WEB by FNN WEB
September 17, 2025
in ଓଡ଼ିଶା, ମୁଖ୍ୟ ଖବର
0
‘ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନରେ ରାଜ୍ୟର ଦେଢ଼ କୋଟି ମହିଳା ଉପକୃତ ହେବେ’
0
SHARES
0
VIEWS

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧାର୍‌ ଠାରେ ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନର ଦେଶବ୍ୟାପୀ ଶୁଭାରମ୍ଭ କରିଛନ୍ତି। ମହିଳା ମାନଙ୍କ ସ୍ୱାସ୍ଥ୍ୟ, ପୋଷଣ ଉପରେ ଫୋକସ ହୋଇଥିବା ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଅନୁଷ୍ଠିତ ହେଉଛି। ଏହି ଅବସରରେ ଆଜି ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ ଓ ନେତୃମଣ୍ଡଳୀ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସହ ଯୋଡିହୋଇଥିଲେ। କାର୍ଯ୍ୟକ୍ରମରେ ଆୟୋଜିତ ହେଲଥ୍ ସ୍କ୍ରିନିଂ ଷ୍ଟଲ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରି ବୁଲି ଦେଖିଥିଲେ।

ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ ଓ ନେତୃମଣ୍ଡଳୀ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସହ ଯୋଡିହୋଇଥିଲେ।
କାର୍ଯ୍ୟକ୍ରମ ପରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ମହିଳାଙ୍କ ସଶକ୍ତୀକରଣ କ୍ଷେତ୍ରରେ ଏକ ଶୁଭଙ୍କର ଦିନ। ଗତ ବର୍ଷ ଏହି ଦିବସରେ ମୋଦୀଜୀ ଓଡିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ଆଉ ଆଜି ସାରା ଦେଶର ମା’ ମାନଙ୍କ ପାଇଁ ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନ ଆରମ୍ଭ କରିଛନ୍ତି। ଶିକ୍ଷା, ସ୍ୱାସ୍ଥ୍ୟ ଠାରୁ ଆରମ୍ଭ କରି ଆର୍ଥିକ ସଶକ୍ତୀକରଣ ପର୍ଯ୍ୟନ୍ତ ନାରୀ ଜୀବନର ପ୍ରତ୍ୟେକ ଫେଜ୍‌ରେ ମୋଦୀଜୀଙ୍କ ଯୋଜନା ସେମାନଙ୍କୁ ସହଯୋଗର ହାତ ବଢ଼ାଇଛି। ଉଜ୍ଜ୍ୱଳା ଯୋଜନା, କିଶୋରୀ ଶକ୍ତି ଯୋଜନା, ନୟୀ ରୋସ୍‌ନୀ ଯୋଜନା, ବେଟି ବଚାଓ ବେଟି ପଢାଓ, ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ପରି ଅନେକ ଯୋଜନା ମହିଳାଙ୍କ ଜୀବନରେ ବ୍ୟାପକ ପରିବର୍ତ୍ତନ ଆଣିଛି।

ସେ ପୁଣି କହିଥିଲେ, ଏହି ଅଭିଯାନରେ ମହିଳା ସ୍ୱାସ୍ଥ୍ୟ, ପୋଷଣ, ଉପଯୁକ୍ତ ଖାଦ୍ୟ ପାନୀୟ ସମ୍ପର୍କରେ ସଚେତନତା କ୍ୟାମ୍ପେନ କରାଯିବ। ରକ୍ତ ଦାନ ଶିବିର ମଧ୍ୟ ଆୟୋଜନ କରାଯିବ। ଏହି ଅଭିଯାନ ମାଧ୍ୟମରେ ଉଚ୍ଚରକ୍ତ ଚାପ, ମଧୁମେହ, କର୍କଟ, ରକ୍ତ ହୀନତା, ଯକ୍ଷ୍ମା, ସିକିଲ୍‌ସେଲ୍‌ ଆଦି ରୋଗ ସହ ମାତୃ ସ୍ୱାସ୍ଥ୍ୟ ଓ କିଶୋରୀ ସୁସ୍ଥତା ସମ୍ବନ୍ଧିତ ରୋଗ ଗୁଡିକ ଚିହ୍ନଟ କରିବା ପାଇଁ ସ୍କ୍ରିନିଂ କରାଯିବ ଏବଂ ଚିକିତ୍ସା ପାଇଁ ବ୍ୟବସ୍ଥା ମଧ୍ୟ କରାଯିବ। ରାଜ୍ୟର ୩୦ଟି ଜିଲ୍ଲାରୁ ୧.୫ କୋଟି ମା ଓ ଭଉଣୀ ଏହି ଅଭିଯାନ ଜରିଆରେ ଉପକୃତ ହେବେ। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜନ ହୋଇଛି। ଏହି ଅଭିଯାନରେ ଆଜି ଦିନ ୧.୩୦ ସୁଦ୍ଧା ରାଜ୍ୟରେ ୭୦ ହଜାରରୁ ଊର୍ଦ୍ଧ୍ୱ ମା ଓ ଭଉଣୀ ମାନଙ୍କ ବିଭିନ୍ନ ଶିବିରରେ ସ୍କ୍ରିନିଂ କରାଯାଇ ଓଡ଼ିଶା ଦେଶରେ ଚତୁର୍ଥ ସ୍ଥାନରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସେ କହିଥିଲେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ଏହି ଯୋଜନା ଦ୍ୱାରା ନାରୀ ଓ ଶିଶୁ ସ୍ୱାସ୍ଥ୍ୟ କ୍ଷେତ୍ରର ସୂଚକାଙ୍କ ଗୁଡିକରେ ଆହୁରି ଉନ୍ନତି ଆସିବ ଏବଂ ସାରା ଦେଶରେ ସୁସ୍ଥ ସମାଜ ଗଠନ ଦିଗରେ ଏହା ଅତ୍ୟନ୍ତ ପ୍ରଭାବଶାଳୀ ସାବ୍ୟସ୍ତ ହେବ।

Previous Post

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଉପମୁଖ୍ୟମନ୍ତ୍ରୀଙ୍କ ମାରାଥନ୍‌ କାର୍ଯ୍ୟକ୍ରମ

Next Post

ସ୍ଥାୟୀ, ସୁସ୍ଥ ଏବଂ ପାରମ୍ପରିକ ଖାଦ୍ୟ ବ୍ୟବସ୍ଥାକୁ ପ୍ରାଥମିକତା ନିମନ୍ତେ ଦକ୍ଷିଣ ଏସୀୟ ଆଲୋଚନାଚକ୍ର ଦିଲ୍ଲୀରେ ଅନୁଷ୍ଠିତ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.