• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

“ଭାରତରେ ପ୍ରାଣୀ ଖାଦ୍ୟ ପରିଚାଳନାର ଅଗ୍ରଗତି” ଶୀର୍ଷକ ପ୍ରଶିକ୍ଷଣ ଓ କର୍ମଶାଳା

FNN WEB by FNN WEB
September 23, 2025
in ଓଡ଼ିଶା, ମୁଖ୍ୟ ଖବର
0
“ଭାରତରେ ପ୍ରାଣୀ ଖାଦ୍ୟ ପରିଚାଳନାର ଅଗ୍ରଗତି” ଶୀର୍ଷକ ପ୍ରଶିକ୍ଷଣ ଓ କର୍ମଶାଳା
0
SHARES
2
VIEWS

 ଦୀର୍ଘସ୍ଥାୟୀ ପ୍ରାଣିପାଳନର ମୂଳ ଆଧାର ହେଉଛି ପ୍ରାଣୀ ଖାଦ୍ୟ ବ୍ୟବସ୍ଥାର ସୁପରିଚାଳନା: ମନ୍ତ୍ରୀ
 ପ୍ରଶିକ୍ଷଣ ଶିବିରରେ ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତିନିଧିଙ୍କ ଯୋଗଦାନ
 ଶୁଭାରମ୍ଭ ହେଲା ଅଫିସିଆଲ୍ ପଡକାଷ୍ଟ ଓ ହ୍ୱାଟସଆପ୍ ଚ୍ୟାନେଲ୍
 ପ୍ରାଣିଖାଦ୍ୟ ପରିଚାଳନା କ୍ଷେତ୍ରରେ ନବସୃଜନ ଓ ସହଯୋଗ ନିମନ୍ତେ ତ୍ରିପାକ୍ଷିକ ଚୁକ୍ତିପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: “ଭାରତରେ ପ୍ରାଣି ଖାଦ୍ୟ ପରିଚାଳନାର ଅଗ୍ରଗତି” ଶୀର୍ଷକ ୫ ଦିନିଆ ପ୍ରଶିକ୍ଷଣ ଓ କର୍ମଶାଳା ଆଜିଠୁ ଆରମ୍ଭ ହୋଇଛି । ସ୍ଥାନୀୟ କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଘାଟନ କରି ମାନ୍ୟବର ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଥିଲେ, ଦୀର୍ଘସ୍ଥାୟୀ ପ୍ରାଣିପାଳନର ମୂଳ ଆଧାର ହେଉଛି ପ୍ରାଣୀ ଖାଦ୍ୟ ବ୍ୟବସ୍ଥାର ସୁପରିଚାଳନା । ଜଳବାୟୁ-ଅନୁକୂଳ ପ୍ରାଣି ଖାଦ୍ୟର ଉତ୍ପାଦନ ଏବଂ ବର୍ଷ ସାରା ଉପଲବ୍ଧ ହେଉଥିବା ଉଚ୍ଚ-ଗୁଣମାନ ଖାଦ୍ୟକୁ ପ୍ରୋତ୍ସାହନ ଦେବାର ଆବଶ୍ୟକତା ରହିଛି । ପ୍ରାଣିସମ୍ପଦର ସମୃଦ୍ଧି ଓ ଗ୍ରାମୀଣ ଜୀବନ-ଜୀବିକାକୁ ଅଧିକ ସଶକ୍ତ କରିବା ପାଇଁ ପ୍ରାଣି ଖାଦ୍ୟ ପରିଚାଳନାରେ ବିବିଧତା ହେଉଛି ସମୟର ଆହ୍ଵାନ। ଏହି ପ୍ରଶିକ୍ଷଣ ଓ କର୍ମଶାଳା ପ୍ରାଣିପାଳନ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ସେ ଆଶା ବ୍ୟକ୍ତ କରିଥିଲେ ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଘାସ ଚାଷ ପାଇଁ ଏକର ପିଛା ୩୫,୦୦୦/- ଟଙ୍କା ହିସାବରେ ସର୍ବାଧିକ ୩,୫୦,୦୦୦/- ଟଙ୍କା ସହାୟତା ଯୋଗାଇ ଦେବାର ପ୍ରାବଧାନ ରହିଛି । ଏହି କ୍ରାନ୍ତିକାରୀ ଯୋଜନା ଗୋପାଳକଙ୍କ ସମୃଦ୍ଧି ଦିଗରେ ବିଶେଷ ସହାୟକ ହୋଇଛି । ଏହି ଯୋଜନାରେ ପାଞ୍ଚ ବର୍ଷ ମଧ୍ୟରେ ପ୍ରାୟ ୧୫ ଲକ୍ଷ ଚାଷୀଙ୍କୁ ସାମିଲ କରି ସେମାନଙ୍କ ଆୟକୁ ବହୁଗୁଣିତ କରିବା ପାଇଁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଲକ୍ଷ୍ୟ ରଖିଛି ।

ଭାରତ ସରକାରଙ୍କ ସେଣ୍ଟର ଫର୍ ଏକ୍ସେଲେନ୍ସ୍ ଇନ୍ ଆନିମଲ୍ ହଜବେଣ୍ଡ୍ରି, ବେଙ୍ଗାଲୁରୁ ଏବଂ ଭେଟେରିନାରି ଅଫିସର୍ସ’ ଟ୍ରେନିଂ ଇନ୍ସ୍ଟିଟ୍ୟୁଟ୍, ଭୁବନେଶ୍ୱରର ମିଳିତ ସହଭାଗିତାରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ଏହି ପ୍ରଶିକ୍ଷଣ ଶିବିରରେ ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତିନିଧିମାନେ ଯୋଗଦାନ କରିଛନ୍ତି । ଏହି ପାଞ୍ଚ ଦିନିଆ ପ୍ରଶିକ୍ଷଣ ଶିବିରରେ ପ୍ରାଣି ଖାଦ୍ୟ ଉତ୍ପାଦନରେ ବ୍ୟବହାର ହେଉଥିବା ନୂତନ ପ୍ରଯୁକ୍ତି ବିଦ୍ୟା, ନୂତନ ପ୍ରଜାତିର ପ୍ରାଣିଖାଦ୍ୟ ଶସ୍ୟ, ଯୋଗାଣ ବ୍ୟବସ୍ଥା ଆଦି ବିଷୟରେ ଅଂଶଗ୍ରହଣକାରୀମାନେ ଅବଗତ ହେବେ ।

ଏହି ଅବସରରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ଅଫିସିଆଲ୍ ପଡକାଷ୍ଟ ଓ ହ୍ୱାଟସଆପ ଚ୍ୟାନେଲକୁ ମାନ୍ୟବର ମନ୍ତ୍ରୀ ଶୁଭାରମ୍ଭ କରିଥିଲେ । ଏହା ପ୍ରାଣିପାଳନକୁ ଅଧିକ ପ୍ରୋତ୍ସାହିତ କରିବ ଓ ପ୍ରାଣିପାଳକଙ୍କ ନିକଟରେ ପହଞ୍ଚିବାରେ ସହାୟକ ହେବ । ପ୍ରାଣିଖାଦ୍ୟ ପରିଚାଳନା ଏବଂ ପ୍ରାଣିପାଳନ କ୍ଷେତ୍ରରେ ନବସୃଜନ ଓ ସହଯୋଗକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ “କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ- ପ୍ରାଣି ଚିକିତ୍ସକ ପ୍ରଶିକ୍ଷଣ ପ୍ରତିଷ୍ଠାନ- ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶାଳୟ” (CIWA-VOTI-DAH&VS) ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତିପତ୍ର ସ୍ଵାକ୍ଷରିତ ହୋଇଛି । ଆମ ରାଜ୍ୟରେ ପ୍ରାଣିପାଳନର ସଫଳତାକୁ ନେଇ ଏକ ବୃତ୍ତଚିତ୍ର ପ୍ରଦର୍ଶିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ସିୱାର ନିର୍ଦ୍ଦେଶକ ମୃଦୁଳା ଦେବୀ, ବେଙ୍ଗାଲୁରୁ ସିଇଏଏଚ୍ ର ନିର୍ଦ୍ଦେଶକ ଡକ୍ଟର ମହେଶ, ଅତିରିକ୍ତ ଶାସନ ସଚିବ ରିନା ମହାପାତ୍ର, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

୧୦ ଦେଶର ରାଷ୍ଟ୍ରଦୂତ କିଟ ଓ କିସ ପରିଦର୍ଶନ ସହ ଏସଡିଜି ବୈଠକ

Next Post

ବିଧାନସଭାରେ ବାଚସ୍ପତିଙ୍କୁ ଭେଟିଲେ କର୍କଟ ଯୋଦ୍ଧା

FNN WEB

FNN WEB

Next Post
ବିଧାନସଭାରେ ବାଚସ୍ପତିଙ୍କୁ ଭେଟିଲେ କର୍କଟ ଯୋଦ୍ଧା

ବିଧାନସଭାରେ ବାଚସ୍ପତିଙ୍କୁ ଭେଟିଲେ କର୍କଟ ଯୋଦ୍ଧା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.