• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିସ୍‍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍

FNN WEB by FNN WEB
September 24, 2025
in ଓଡ଼ିଶା, ମୁଖ୍ୟ ଖବର
0
କିସ୍‍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍
0
SHARES
1
VIEWS

ଭୁବନେଶ୍ୱର: କିସ୍‍ ଏକ ବିଶ୍ୱବିଦ୍ୟାଳୟ ହୋଇପାରିଥିବାରୁ ଜନଜାତି ତଥା ଦୁର୍ବଳ ଜନଜାତି ବର୍ଗର ବହୁ ଜନଜାତି ଛାତ୍ରଛାତ୍ରୀ ଉପକୃତ ହୋଇପାରୁଛନ୍ତି। ତାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କିସ ବିଶ୍ୱବିଦ୍ୟାଳୟ ଛାତ୍ରୀ ଜାମିନୀ ଝାଙ୍କର। ସେ ଚକୁଟିଆ ଭୁଞ୍ଜିଆ ଜନଜାତି ସମ୍ପ୍ରଦାୟର ପ୍ରଥମ ରିସର୍ଚ୍ଚ ସ୍କଲାର ହେବାର ଗୌରବ ଅର୍ଜନ କରିଛନ୍ତି। ଜାମିନୀ କିସ୍‍ ବିଶ୍ୱବିଦ୍ୟାଳୟରେ ରିସର୍ଚ୍ଚ ସ୍କଲାର ଭାବେ ଯୋଗ ଦେଇଥିଲେ। କିସ୍‍ ବିଶ୍ୱବିଦ୍ୟାଳୟରୁ ସେ ତାଙ୍କର ଗବେଷଣା ସଫଳତାର ସହ ଶେଷ କରି ପିଏଚଡ଼ି ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଜାମିନୀ ହେଉଛନ୍ତି ଚକୁଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର। ସେ ବୈଦିକ ଚିକିତ୍ସାରେ ଗବେଷଣା କରୁଥିଲେ। ବାପା ବିଜୟ ଝାଙ୍କର ଓ ମାଆ ବୈଦେହୀଙ୍କ ଶିକ୍ଷା ପ୍ରତି ସଚେତନତା ଯୋଗୁଁ ଜାମିନୀଙ୍କ ସହ ଅନ୍ୟ ୬ ଭଉଣୀ ମଧ୍ୟ ଏବେ ଶିକ୍ଷାରତ। ଜାମିନୀଙ୍କ ଏହି ସଫଳତା ପାଇଁ ତାଙ୍କୁ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ରାଜ୍ୟ ଅନୁସୂଚୀତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ଟୁଇଟ୍‍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି। ଆଜି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଜାମିନୀ ବ୍ୟକ୍ତିଗତ ଭାବେ ସାକ୍ଷାତ କରି ଆଶୀର୍ବାଦ ନେଇଥିଲେ। ଶ୍ରୀ ସାମନ୍ତ ଜାମିନୀଙ୍କ ସଫଳତାର ଭୂୟସୀ ପ୍ରଶଂସା କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ନୂଆପଡ଼ା ଜିଲ୍ଲାର ଘଞ୍ଚ ଜଙ୍ଗଲ ଘେରା ଏକ ଦୁର୍ଗମ ଗାଁ ସାନବାହାଲିର ଝିଅ ଜାମିନୀ ଆଜି ଜନଜାତି ସମ୍ପ୍ରଦାୟର ପିଲାମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି। କିସ୍‍ ହେଉଛି ବିଶ୍ୱର ସର୍ବବହୃତ ଜନଜାତି ଅନୁଷ୍ଠାନ। କିସ୍‍ ହେଉଛି ଏକ ବିଦ୍ୟାଳୟ, ଏକ ମହାବିଦ୍ୟାଳୟ ଓ ଏକ ବିଶ୍ୱବିଦ୍ୟାଳୟ। କିସ୍‍ ରେ ପାଠପଢି ବହୁ ଗରିବ ଜନଜାତି ଛାତ୍ରଛାତ୍ରୀ ଆଜି ଡ଼ାକ୍ତର, ଇଞ୍ଜିନିୟର, ଅଧ୍ୟାପକ, ଓଏଏସ ଓ ଓଜେଏସ୍‍ ହୋଇପାରିଥିବା ବେଳେ ଅନେକ ଛାତ୍ରଛାତ୍ରୀ ଆଇଆଇଟି, ଏନଆଇଟି, ଆଇଆଇଏମ୍‍ ଭଳି ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନରେ ଉଚ୍ଚତର ଶିକ୍ଷା ଲାଭ କରୁଛନ୍ତି। ଶିକ୍ଷା ବ୍ୟତିରେକ କିସ୍‍ର ଛାତ୍ରଛାତ୍ରୀମାନେ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ଭାଗନେଇ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣି ଦେଉଛନ୍ତି। ଜାମିନୀ ନିଜ ସଫଳତା ପାଇଁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନିଜର କୃତଜ୍ଞତା ଜଣାଇଛନ୍ତି। ଏହା ସହ କିସ୍‍ ବିଶ୍ୱବିଦ୍ୟାଳୟ ଏବଂ ତାଙ୍କ ଗାଇଡ୍‍ ଡ. ରଶ୍ମି ମହାପାତ୍ରଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

Previous Post

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ

Next Post

ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ଉତ୍କର୍ଷ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

FNN WEB

FNN WEB

Next Post
ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ଉତ୍କର୍ଷ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ଉତ୍କର୍ଷ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.