• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବଲାଙ୍କ ନିକଟରେ ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା, ୫ ମୃତ

FNN WEB by FNN WEB
September 25, 2025
in ଓଡ଼ିଶା, ମୁଖ୍ୟ ଖବର
0
ବଲାଙ୍କ ନିକଟରେ ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା, ୫ ମୃତ
0
SHARES
0
VIEWS

ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ସନ୍ଦରଗଡ଼ ଜିଲ୍ଲା କେ.ବଲାଙ୍କ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ହୋଇଛି । ଏକ ବସ୍ ଟ୍ରକ୍ ସହିତ ଧକ୍କା ହେବାରୁ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହା ସହିତ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ୫୨୦ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ରାସ୍ତା ଅସମ୍ପୂର୍ଣ୍ଣ ଯୋଗୁ ଘଟୁଛି। ଏହି ଘଟଣାରେ ମୃତକମାନେ ହେଲେ କରମପାଲ ସିଂ (ପିତା: ସମର ସିଂ), ଶବର ବଳ (ପିତା: ବଂଶୀଧର ବଳ), ପୁଷ୍ପା ଗୋପୀ (ସ୍ୱାମୀ: ଲିଲମୋହନ ଗୋପୀ), ସତ୍ୟଭାମା ଠାକୁର (ସ୍ୱାମୀ: ଭୀମ ଠାକୁର) ଏବଂ ମେରୀ ନାଗ (ସ୍ୱାମୀ: ଅଲିଅସ ନାଗ)। ଏହି ଦୁର୍ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଗୁରୁବାର ସକାଳୁ ଲିଙ୍ଗରାଜ (ଓଡି ୨୩ ସି ୮୭୭୭) ନାମକ ଏକ ଘରୋଇ ବସ୍ ରାଉରକେଲାରୁ କୋଇଡ଼ା ଅଭିମୁଖେ ଆସୁଥିଲା । ପ୍ରାୟ ସାଢ଼େ ୧୧ଟା କେ.ବଲାଙ୍ଗ ଜାତୀୟ ରାଜପଥ-୫୨୦ରେ ରାସ୍ତା ଜାମ୍ ଥିବାରୁ ବସଟି ରଙ୍ଗ୍ ରୁଟରେ ଯାଇଥିଲା । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହିତ ସାମ୍ନାସାମ୍ନି ଧକ୍କା ହୋଇଥିଲା । ଫଳରେ ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ସ୍ଥାନୀୟ ପୋଲିସ, ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକେ ଯାତ୍ରୀମାନଙ୍କୁ ଉଦ୍ଧାର କରିଛନ୍ତି । ସମସ୍ତ ଆହତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ।

ଏହି ଦୁଃଖଦ ଘଟଣାରେ ମୃତକଙ୍କ ପରିବାରକୁ ସାହାଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ମାଧ୍ୟମରେ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଆର୍ଥିକ ସହାୟତା ମୃତକଙ୍କ ପରିବାରକୁ ଏହି ଦୁର୍ଭାଗ୍ୟଜନକ ସମୟରେ କିଛି ମାତ୍ରାରେ ସାହାଯ୍ୟ ପ୍ରଦାନ କରିବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦୁର୍ଘଟଣାରେ ପ୍ରଭାବିତ ପରିବାରମାନଙ୍କ ପ୍ରତି ରାଜ୍ୟ ସରକାରଙ୍କ ସମବେଦନା ଓ ଦାୟିତ୍ୱବୋଧକୁ ପ୍ରତିଫଳିତ କରୁଛି। ଏହି ସହାୟତା ରାଶି ଶୀଘ୍ର ମୃତକଙ୍କ ପରିବାରକୁ ପହଞ୍ଚାଇବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

ସୁନ୍ଦରଗଡ଼ରେ ଏହି ଦୁର୍ଘଟଣା ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକର ପରିବେଶ ସୃଷ୍ଟି କରିଛି। ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଅଧିକ ସଚେତନତା ଓ ସୁରକ୍ଷା ବ୍ୟବସ୍ଥା ଆବଶ୍ୟକ ବୋଲି ଏହି ଘଟଣା ପୁଣି ଥରେ ପ୍ରମାଣ କରିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଅନୁକମ୍ପାମୂଳକ ପଦକ୍ଷେପ ପ୍ରଭାବିତ ପରିବାରମାନଙ୍କୁ କିଛି ମାତ୍ରାରେ ଆର୍ଥିକ ଓ ମାନସିକ ସମବଳ ଯୋଗାଇବ ବୋଲି ଆଶା କରାଯାଉଛି।

Previous Post

ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ଉତ୍କର୍ଷ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

Next Post

୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

FNN WEB

FNN WEB

Next Post
୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.