• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓସିଏସ୍‌ ପରୀକ୍ଷା-୨୦୨୩: ପ୍ରିୟାଂଶୁ ପାଲ ଟପ୍ପର

FNN WEB by FNN WEB
September 26, 2025
in ଓଡ଼ିଶା, ମୁଖ୍ୟ ଖବର
0
ଓସିଏସ୍‌ ପରୀକ୍ଷା-୨୦୨୩: ପ୍ରିୟାଂଶୁ ପାଲ ଟପ୍ପର
0
SHARES
1
VIEWS

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଓଡ଼ିଶା ସିଭିଲ ସର୍ଭିସ-୨୦୨୩ ପରୀକ୍ଷାର ଫଳ ପ୍ରକାଶ ପାଇଛି। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ୩୯୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୪୪ ଜଣ ମହିଳା ଅଛନ୍ତି। ଅନୁଗୋଳର ପ୍ରିୟାଂଶୁ ପାଲ ଟପ୍ପର ହୋଇଛନ୍ତି। ପ୍ରଥମ ଦଶ ଜଣଙ୍କ ମଧ୍ୟରେ କେବଳ ଜଣେ ମହିଳା ଅଛନ୍ତି। ତାଙ୍କ ନାଁ ଅନନ୍ୟା ମିଶ୍ର। ସେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଶୋଭନ ପଟ୍ଟନାୟକ ତୃତୀୟ ସ୍ଥାନରେ ରହିଥିବା ବେଳେ ମିର୍ଜା ଫୈଜ ଅହମଦ କାଦ୍ରୀ ଚତୁର୍ଥ, ଚିନ୍ମୟ ସାହୁ ପଞ୍ଚମ, ଅନ୍ତିମ ସ୍ୱାଇଁ ଷଷ୍ଠ, ଶୈଳେଶ କୁମାର ଭୋଇ ସପ୍ତମ, ମହମ୍ମଦ ନଜିଫ ହତିଫ ଅଷ୍ଟମ, ଚିନ୍ମୟ କୁମାର ପାଢ଼ୀ ନବମ ଓ ମିଲନ ମହାପାତ୍ର ଦଶମ ସ୍ଥାନରେ ରହିଛନ୍ତି।

ଟପ୍‌ ଟେନ୍‌ରେ ଜଣେ ମହିଳା ଥିଲେ ହେଁ ଟପ୍‌ ଟ୍ୱେଣ୍ଟିରେ ୯ ଜଣ ମହିଳା ଅଛନ୍ତି। ସେମାନେ ହେଉଛନ୍ତି ଅନନ୍ୟା ମିଶ୍ର (୨), ପୂଜା ଯୋଶୀ (୧୧), ସ୍ୱରୂପିଣୀ ପଟନାୟକ (୧୨), ସ୍ନେହା ଦାସ ମହାପାତ୍ର (୧୪), ଦୀପସୀତା ବେହେରା (୧୬), ସୁପ୍ରିୟା ମିଶ୍ର (୧୭), ଅସୀମା ଅନ୍ୱେଷା (୧୮), ଏମ୍‌ଜି ସୁବର୍ଣ୍ଣା ମହାନ୍ତି (୧୯) ଓ ଆକାଂକ୍ଷା ମହାନ୍ତି (୨୦)। ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ କୃତକାର୍ଯ୍ୟ ହୋଇଥିବା ଏହି ୩୯୮ ଜଣ ପରୀକ୍ଷାର୍ଥୀଙ୍କୁ ଓଡ଼ିଶା ପ୍ରଶାସନିକ ସେବା (ଗ୍ରୁପ୍‌-ଏ ଓ ବି) ୨୦୨୩ ଅଧୀନରେ ନିଯୁକ୍ତି ଦେବାକୁ ସୁପାରିଶ କରିଛନ୍ତି। ଓସିଏସ୍‌ ପରୀକ୍ଷା-୨୦୨୩ ପାଇଁ ଚଳିତ ବର୍ଷ ଏପ୍ରିଲ ମାସ ୧୯, ୨୦, ୨୨, ୨୪, ୨୭ ଓ ମେ’ ୧୫ ତାରିଖରେ ମୁଖ୍ୟ (ଲିଖିତ) ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ତା’ପରେ ସେପ୍ଟେମ୍ବର ୬ରୁ ୧୮ ତାରିଖ ପର୍ଯ୍ୟନ୍ତ ସାକ୍ଷାତକାର ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହା ପରେ ଆଜି ଫଳ ଘୋଷଣା କରାଯାଇଛି।

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୩ରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ପ୍ରଶାସନିକ ସେବା ଏକ ଗର୍ବର ବିଷୟ ଏବଂ ରାଜ୍ୟର ବିକାଶଧାରାରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆପଣମାନେ ସ୍ୱଚ୍ଛ, ନିରପେକ୍ଷ ଓ ଲୋକାଭିମୁଖୀ ହୋଇ ତୃଣମୂଳସ୍ତରରୁ ରାଜ୍ୟର ବିକାଶ ପାଇଁ କାର୍ଯ୍ୟ କରିବେ ବୋଲି ଆଶା କରୁଛି। ଆପଣମାନଙ୍କ ଭବିଷ୍ୟତ କାର୍ଯ୍ୟକାଳ ଉଜ୍ଜ୍ୱଳ ହେଉ ଏବଂ ବୃତ୍ତିଗତ ଜୀବନରେ ଆପଣମାନେ ଉନ୍ନତି କରନ୍ତୁ ବୋଲି କାମନା କରୁଛି।

Previous Post

ଆରମ୍ଭ ହେଲା ‘ଆମ ସାଥୀ ୟୁନିଫାଏଡ ହ୍ବାଟ୍‌ସଅପ୍’: ମିଳିବ ୧୨୦ରୁ ଅଧିକ ସେବା

Next Post

ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.