• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦୁର୍ବଳ ନଦୀ ଓ କେନାଲ ବନ୍ଧ ଗୁଡ଼ିକ ଉପରେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

FNN WEB by FNN WEB
September 26, 2025
in ଓଡ଼ିଶା, ମୁଖ୍ୟ ଖବର
0
ଦୁର୍ବଳ ନଦୀ ଓ କେନାଲ ବନ୍ଧ ଗୁଡ଼ିକ ଉପରେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
0
SHARES
2
VIEWS

ଲଘୁଚାପ ଜନିତ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ୧୭ ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର : ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି । ସୂଚନା ଯୋଗ୍ୟ ଯେ ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ୧୪ ଟି ଜିଲ୍ଲା ଯଥା- ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟନ୍ତ୍ରଣ କକ୍ଷଗୁଡ଼ିକ ୨୪ ଘଣ୍ଟା (୨୪x୭) କାର୍ଯ୍ୟ କରିବା ଏବଂ ଏହାର ତଥ୍ୟ ଗୁଡିକ ଯେପରି ନିୟମିତ ଭାବେ Update କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ପରିବର୍ତ୍ତିତ ପରିସ୍ଥିତି ଦେଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି ।

ଲଘୁଚାପ ଜନିତ ବର୍ଷା ଏବଂ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ସମେତ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ଏପରି ପରିସ୍ଥିତିର ମୁକାବିଲା କରିବା ପାଇଁ ଡ୍ରେନେଜ୍ ଇଞ୍ଜିନିୟର ଏବଂ ଅଧିକାରୀମାନଙ୍କୁ ସହାୟକ କର୍ମଚାରୀ ଏବଂ ଯନ୍ତ୍ରପାତି ସହିତ ପ୍ରସ୍ତୁତ ରହିବା ଆବଶ୍ୟକ । ଏହି ସମୟରେ ଜଳବନ୍ଦୀ ସମ୍ମୁଖୀନ ହେବାର ସମ୍ଭାବନା ଥିବା ଅଞ୍ଚଳରୁ ପାଣି ନିଷ୍କାସନ ପାଇଁ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ଆଗୁଆ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଦାୟିତ୍ୱରେ ଥିବା ଇଞ୍ଜିନିୟରିଂ କର୍ମଚାରୀମାନେ ନଦୀ ଓ କେନାଲ ବନ୍ଧର ଦୁର୍ବଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ । ତୁରନ୍ତ ସହାୟତା ପାଇଁ ODRAF ଏବଂ ଅଗ୍ନିଶମ ସେବା ୟୁନିଟଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ, ବିଶେଷ କରି ତଳିଆ ଅଞ୍ଚଳ କିମ୍ବା ଯେଉଁଠାରେ ବନ୍ୟା ଆଶଙ୍କା (Flash Flood) ରହିଛି ଏବଂ ଅନ୍ୟାନ୍ୟ ଆବଶ୍ୟକ ସ୍ଥାନରେ ୟୁନିଟ୍ ଗୁଡିକୁ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ଥିବାରୁ ଉକ୍ତ ଅଞ୍ଚଳ ଗୁଡିକୁ ଚିହ୍ନଟ କରି କ୍ଷେତ୍ରୀୟ କର୍ମଚାରୀମାନଙ୍କୁ ପ୍ରସ୍ତୁତ ରହିବାକୁ ସେ ଜିଲ୍ଲାପାଳ ମାନଙ୍କୁ କହିଥିଲେ । ବିଶେଷକରି ମାଲକାନଗିରି ଜିଲ୍ଲାରେ ଅଧିକ ସତର୍କତା ମୂଳକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବହୁମୁଖୀ ବନ୍ୟାବାତ୍ୟ ଆଶ୍ରୟସ୍ଥଳକୁ ବ୍ୟବହାର ପାଇଁ ପ୍ରସ୍ତୁତ ରଖାଯାଇଛି ଏବଂ ସେଥିରେ ଖାଦ୍ୟ ଓ ଅନ୍ୟାନ୍ୟ ଆବଶ୍ୟକ ଦ୍ରବ୍ୟ ମଧ୍ୟ ମହଜୁଦ୍ ରଖାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳରୁ ଲୋକଙ୍କୁ ଆଶ୍ରୟସ୍ଥଳକୁ ନେଇ ରନ୍ଧାଖାଦ୍ୟ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବିଭିନ୍ନ ଅଞ୍ଚଳରେ ଆବଶ୍ୟକ ଔଷଧ ପତ୍ର, ସାପ କାମୁଡା ଇନ୍‌ଜେକ୍ସନ, ଗୋ-ଖାଦ୍ୟ ଓ ଅନ୍ୟାନ୍ୟ ପଶୁ ଖାଦ୍ୟ ଯଥେଷ୍ଟ ପରିମାଣରେ ମହଜୁଦ୍ ରଖିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରାକୃତିକ ବିପର୍ଯ୍ୟାୟ ମୁକାବିଲାରେ ଓଡିଶାର ଦକ୍ଷତା ରହିଛି ଏବଂ ଜାତୀୟ ସ୍ତରରେ ରାଜ୍ୟ ପ୍ରଶଂସା ଅର୍ଜନ କରିଛି। ତେଣୁ, ଏହି ଲଗାଣ ବର୍ଷା ଜନିତ ସମସ୍ୟାର ଠିକ୍‌ ଭାବେ ପରିଚାଳନା ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ ।

ଏହି ସମୀକ୍ଷା ବୈଠକରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ,ପାନୀୟ ଜଳ, ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ ଏବଂ ଆଭାସୀ ମାଧ୍ୟମରେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ, ଶକ୍ତି ବିଭାଗର ପ୍ରମୁଖ ସଚିବ, ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର, ବ୍ରହ୍ମପୁର ଡି.ଆଇ.ଜି, ଏବଂ ବର୍ଷା ସମ୍ଭାବନା ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳ, ଏସ୍‌.ପି, ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ଏବଂ ପ୍ରମୁଖ ଅଧିକାରୀ ଗଣ ଉପସ୍ଥିତ ଥିଲେ ।

Previous Post

ମୁଖ୍ୟମନ୍ତ୍ରୀ ମକା ମିଶନ ଯୋଜନାର ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା ଅନୁଷ୍ଠିତ

Next Post

କିଟ୍ ସେଣ୍ଟର ଫର ଇଣ୍ଟରନ୍ୟାସନାଲ ଆର୍ବିଟ୍ରେସନ୍ ଆଣ୍ଡ ମେଡିଏସନ ହେଉଛି ଏକ ସମୟୋଚିତ ପଦକ୍ଷେପ

FNN WEB

FNN WEB

Next Post
କିଟ୍ ସେଣ୍ଟର ଫର ଇଣ୍ଟରନ୍ୟାସନାଲ ଆର୍ବିଟ୍ରେସନ୍ ଆଣ୍ଡ ମେଡିଏସନ ହେଉଛି ଏକ ସମୟୋଚିତ ପଦକ୍ଷେପ

କିଟ୍ ସେଣ୍ଟର ଫର ଇଣ୍ଟରନ୍ୟାସନାଲ ଆର୍ବିଟ୍ରେସନ୍ ଆଣ୍ଡ ମେଡିଏସନ ହେଉଛି ଏକ ସମୟୋଚିତ ପଦକ୍ଷେପ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.