• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବେ ବାଚସ୍ପତି

FNN WEB by FNN WEB
October 4, 2025
in ଓଡ଼ିଶା, ମୁଖ୍ୟ ଖବର
0
୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବେ ବାଚସ୍ପତି
0
SHARES
0
VIEWS

ଭାରତୀୟ ସଂସଦୀୟ ପରମ୍ପରାର ଗରିମାମୟ ଐତିହ୍ୟକୁ ଅଧିକ ସୁଦୃଢ଼ କରାଯିବ: ବାଚସ୍ପତି

ଭୁବନେଶ୍ୱର : ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଅକେଫାବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶଗସ୍ତରେ ଯିବେ । ଆଜି ଏ ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବାବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବବୃହତ୍ତମ ରାଷ୍ଟ୍ର । ଲୋକସଭାର ବାଚସ୍ପତି ଶ୍ରୀ ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ, ପାର୍ଲାମେଣ୍ଟ ସଦସ୍ୟ, ୨୨ଟି ରାଜ୍ୟର ବାଚସ୍ପତି, ଉପବାଚସ୍ପତି ଓ ସଚିବ ଏହି ସମ୍ମିଳନୀରେ ଯୋଗଦେଉଛନ୍ତି ।

ବାଚସ୍ପତିଙ୍କ ସୂଚନା ଅନୁଯାୟୀ ସେ ଅକେଫାବର ୫ ତାରିଖ ଦିନ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରି ଲଣ୍ଡନ ଦେଇ ଅକେଫାବର ୬ ତାରିଖ ଦିନ ବାର୍ବାଡୋସ୍‌ରେ ପହଞ୍ଚିବେ । ଅକେଫାବର ୬ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ବାର୍ବାଡୋସ୍‌ର ରାଜଧାନୀ ବି୍ରଜ୍‌ଟାଉନ୍‌ଠାରେ ଅବସ୍ଥାନ କରିବା ସହ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ସେ ନିଜର ବକ୍ତବ୍ୟ ରଖିବେ ।

ପ୍ରଥମେ ଅକେଫାବର ୭ ତାରିଖ ଦିନ ବାଚସ୍ପତି ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘର ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀର ପୂର୍ଣ୍ଣ ଅଧିବେଶନରେ ଯୋଗଦେଇ ‘ରାଜ୍ୟଗୋଷ୍ଠୀ ମଧ୍ୟରେ ଲିଙ୍ଗଗତ ସମ୍ବେଦନଶୀଳତା ଓ ସଂସଦଗୁଡ଼ିକୁ ସାକାର କରିବା ପାଇଁ ଭଲ ଅଭ୍ୟାସ ଓ ରଣନୀତି’ ଉପରେ ସେ ନିଜର ବକ୍ତବ୍ୟ ରଖିବେ । ଅକେଫାବର ୮ ତାରିଖ ଦିନ ‘ରାଜ୍ୟଗୋଷ୍ଠୀ: ଏକ ବୈଶ୍ୱିକ ସହଭାଗୀ’ ଓ ‘ବେଜିଂ ଣ୍ଟ୩୦ ପରଠାରୁ ସଂସଦ: ଲିଙ୍ଗଗତ ସମାନତା ପାଇଁ ପ୍ରଗତି, ଆହ୍ୱାନ ଓ ମାର୍ଗ’ ଶୀର୍ଷକ ଆଲୋଚନାଚକ୍ରରେ ଓ ‘ଗଣତନ୍ତ୍ରର ସମର୍ଥନ ପାଇଁ ଆମ ଅନୁଷ୍ଠାନଗୁଡ଼ିକର ସଶକ୍ତିକରଣ’ ଉପରେ ମାନ୍ୟବର ବାଚସ୍ପତି ନିଜର ଆଭିମୁଖ୍ୟ ରଖିବେ । ଏଥି ସହିତ ‘ରାଜନୀତିରେ ଭିନ୍ନକ୍ଷମ ମହିଳାଙ୍କ ଅଂଶଗ୍ରହଣ ପାଇଁ ଥିବା ପ୍ରତିବନ୍ଧକଗୁଡ଼ିକୁ ଦୂର କରିବା’ ଆଲୋଚନାରେ ମଧ୍ୟ ମାନ୍ୟବର ବାଚସ୍ପତି ନିଜର ମତ ଉପସ୍ଥାପନ କରିବେ ।

ଅକେଫାବର ୯ ତାରିଖ ଦିନ ‘ଜଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱ ସ୍ୱାସ୍ଥ୍ୟ ଉପରେ ଏହାର କୁପ୍ରଭାବ ଓ ଏହାର ଦୀର୍ଘସ୍ଥାୟୀ ସମାଧାନର ପନ୍ଥା ନିର୍ଦ୍ଧାରଣ’ ଓ ‘ଜାତୀୟ ସଂସଦ ବନାମ ପ୍ରାଦେଶିକ, ଆଞ୍ଚଳିକ ଓ ବିକଶିତ ବିଧାନସଭା: କ୍ଷମତା ପୃଥକୀକରଣକୁ ସୁରକ୍ଷା ଓ ସଂରକ୍ଷଣ’ ଆଲୋଚନାରେ ମାନ୍ୟବର ବାଚସ୍ପତି ଅଭିଭାଷଣ ଉପସ୍ଥାପନ କରିବେ ।

ଅକେଫାବର ୧୧ ତାରିଖ ଦିନ ସମ୍ମିଳନୀ ପରବର୍ତ୍ତୀ ଗସ୍ତ କାର୍ଯ୍ୟକ୍ରମ ଅନୁସାରେ ମାନ୍ୟବର ବାଚସ୍ପତି ଅଧ୍ୟୟନ ଗସ୍ତରେ (ଷ୍ଟଡିଟୁର୍‌) ବି୍ରଜଟାଉନ୍‌ରୁ ଲଣ୍ଡନ ଅଭିମୁଖେ ଗସ୍ତ କରି ସେଠାରେ ଅକେଫାବର ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ଅବସ୍ଥାନ କରିବେ । ଏହି ଅବଧି ମଧ୍ୟରେ ସେ ଲଣ୍ଡନରେ ପ୍ରବାସୀ ଓଡ଼ିଆମାନଙ୍କ ସହିତ ସମ୍ମିଳନୀର ବାର୍ତ୍ତା ଓ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବେ । ରଣପୁର ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବାରୁ ସେ ତାଙ୍କର ଲଣ୍ଡନ ଗସ୍ତ ସମୟରେ ଶହୀଦ ରଘୁ-ଦିବାକର ବେଜେଲ୍‌ଗେଟ୍‌ଙ୍କୁ ଯେଉଁ ଠେଙ୍ଗାରେ ପ୍ରହାର କରି ମାରି ଦେଇଥିଲେ, ବି୍ରଟିଶ ମୁ୍ୟଜିୟମ୍‌ରେ ଥିବା ସେହି ଠେଙ୍ଗାକୁ ନିଶ୍ଚୟ ଦେଖିବେ ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ ପ୍ରକାଶ କରିଥିଲେ ।

ଅକ୍ଟୋବର ୧୪ ତାରିଖରେ ସୁଇଜରଲ୍ୟାଣ୍ଡର ଜୁରିକ୍‌ରେ ପହଞ୍ଚି ମାନ୍ୟବର ବାଚସ୍ପତି ସେଠାରେ ୧୬ ତାରିଖ ପର୍ଯ୍ୟନ୍ତ ଅବସ୍ଥାନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ଅବଧିରେ ସେ ଭାରତୀୟ ହାଇକମିଶନର ଓ ପ୍ରବାସୀ ଓଡ଼ିଆମାନଙ୍କ ସହିତ ସମ୍ମିଳନୀରେ ଆଲୋଚିତ ବିଷୟବସ୍ତୁ ଉପରେ ମତବିନିମୟ କରିବେ । ଅକେଫାବର ୧୬ରୁ ୧୮ ତାରିଖ ମଧ୍ୟରେ ପ୍ୟାରିସ୍‌ରେ ଅବସ୍ଥାପନ କରି ମାନ୍ୟବର ବାଚସ୍ପତି ପ୍ରବାସୀ ଓଡ଼ିଆମାନଙ୍କ ସହିତ ଭାବବିନିମୟ କରିବେ । ମାନ୍ୟବର ବାଚସ୍ପତି ଅକେଫାବର ୧୮ ତାରିଖ ଦିନ ପ୍ୟାରିସ୍‌ରୁ ବାହାରି ନୂଆଦିଲ୍ଲୀ ଦେଇ ଅକେଫବାର ୧୯ ତାରିଖ ଦିନ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।
ଏହି ଅବସରରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଓ ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ ଉପସ୍ଥିତ ଥିଲେ।

Previous Post

ପୋଲିସ ଏସ୍‌ଆଇ ନିଯୁକ୍ତିରେ କେଳେଙ୍କାରୀ ପ୍ରସଙ୍ଗ, ସିବିଆଇ ତଦନ୍ତ ଦାବିରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Next Post

କୃଷି ଓଡ଼ିଶା ସମାବେଶ ୨୦୨୫-୨୬ ଆୟୋଜନ ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

FNN WEB

FNN WEB

Next Post
କୃଷି ଓଡ଼ିଶା ସମାବେଶ ୨୦୨୫-୨୬ ଆୟୋଜନ ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କୃଷି ଓଡ଼ିଶା ସମାବେଶ ୨୦୨୫-୨୬ ଆୟୋଜନ ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.