• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟର ସ୍ଥିତି ଗମ୍ଭୀର ଥିଲା ବେଳେ ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର: ବିଜେଡି

FNN WEB by FNN WEB
October 6, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟର ସ୍ଥିତି ଗମ୍ଭୀର ଥିଲା ବେଳେ ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର: ବିଜେଡି
0
SHARES
1
VIEWS

ଭୁବନେଶ୍ୱର : କଟକରେ ଉଦ୍ବେଗଜନକ ସ୍ଥିିତି, ଗଜପତି ଜିଲ୍ଲାରେ ଭୂସ୍ଖଳନଜନିତ ସମସ୍ୟା, ୨୦୦ କୋଟି ଟଙ୍କାର ଏସ୍ଆଇ ଚାକିରି କେଳେଙ୍କାରୀ, ୫ଟି ଜିଲ୍ଲାରେ ବର୍ଷା ଜନିତ ବ୍ୟାପକ କ୍ଷୟକ୍ଷତି, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିର ମୁକାବିଲା କରିବା ପରିବର୍ତ୍ତେ ମୁଖ୍ୟମନ୍ତ୍ରୀଙ୍କ ନୂଆପଡାରେ ନିର୍ବାଚନୀ ପ୍ରଚାରକୁ ବିଜୁ ଜନତା ଦଳ କଡା ନିନ୍ଦା କରିଛି । ଶଙ୍ଖ ଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦଳର ଉପସଭାପତି ସଂଜୟ କୁମାର ଦାସବର୍ମା, ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଓ ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର, ନିର୍ବାଚନ ଆଚରଣ ବିଧି ଲାଗୁ ହେବାର ୨ ଘଣ୍ଟା ପୂର୍ବରୁ ମୁଖ୍ୟମନ୍ତ୍ରୀ ନୂଆପଡାରେ ୧୧୦୦ କୋଟିର ପ୍ରକଳ୍ପ ଘୋଷଣା କରିବା ଦୁର୍ଭାଗ୍ୟଜନକ ବୋଲି ଅଭିଯୋଗ କରିଛନ୍ତି ।

ଶ୍ରୀ ଦାସବର୍ମା କହିଛନ୍ତି ଯେ, ଭାଇଚାରାର ସହର କଟକରେ କେବେ ନଦେଖିବା ସ୍ଥିତି ଆଜି ଡବଲ ଇଂଜିନ ସରକାରରେ ଦେଖିବାକୁ ମିଳିଛି । ଓଡିଶାର ସାଂସ୍କୃତିକ ପ୍ରାଣକେନ୍ଦ୍ର ତଥା ୧୦୦୦ ବର୍ଷର ଐତିହାସିକ ସହର କଟକର ଗାରିମା ଆଜି ଭୃଲୁଣ୍ଠିତ ହୋଇଛି । ଏହାକୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ସଂପୂର୍ଣ୍ଣ ବିଫଳ ହୋଇଛନ୍ତି । ସେହିଭଳି ଗଜପତି ଜିଲ୍ଲାରେ ଲଗାତାର ଭୂସ୍ଖଳନ ସ୍ଥିତିକୁ ପ୍ରଶାସନ ଗମ୍ଭୀରତାର ସହ ନନେବା ଚିନ୍ତାଜନକ । ରାଜ୍ୟର ୫ଟି ଜିଲ୍ଲାରେ ବର୍ଷାଜନିତ ବ୍ୟାପକ କ୍ଷୟକ୍ଷତି ପ୍ରତି ସରକାରଙ୍କ ନିଘା ନାହିଁ । ସର୍ବୋପରି ନିଯୁକ୍ତି ଆଶାୟୀ ଯୁବ ସମାଜକୁ ପ୍ରତାରଣା କରି ସରକାରୀ ପ୍ରୋତ୍ସାହନରେ ପୋଲିସ ଏସ୍ଆଇ ଚାକିରି ବିକି୍ର ହେବା ଘଟଣା ରାଜ୍ୟବାସୀଙ୍କ ମନକୁ ଆନେ୍ଦାଳିତ କରିଛି । ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ନୂଆପଡାରେ ନିର୍ବାଚନୀ ପ୍ରଚାର ରାଜ୍ୟବାସୀଙ୍କ ପ୍ରତି ସମ୍ବେଦନହୀନତାକୁ ଦର୍ଶାଉଛି ।

ସେହିପରି ଶ୍ରୀମତୀ ଛୁରିଆ କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୬୪ କୋଟି ଟଙ୍କାରେ ନିର୍ମିତ ୧୦୮ଟି ପ୍ରକଳ୍ପର ଆଜି ରଙ୍ଗ ମାରି ମୁଖ୍ୟମନ୍ତ୍ରୀ ଫିତା କାଟିଛନ୍ତି । ସିନାପାଲିକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପୂର୍ବରୁ ଏନ୍ଏସି ଘୋଷଣା କରିଥିଲେ । ତାଲିକାର ପ୍ରଥମ ପର୍ଯ୍ୟାୟରେ ସିନାପାଲିର ନାଁକୁ କାଟି ପୁଣି ବର୍ତ୍ତମାନ ଯୋଡିବାରେ ରାଜନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଛି । ଆଜି ଘୋଷଣା କରିଥିବା ‘ଝିଅ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ୨୦୨୩ ଏପ୍ରିଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଥିଲେ ।

ସେହିଭଳି ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ମୁକ୍ତ ନୂଆପଡା ଜିଲ୍ଲା ଘୋଷଣା ମଧ୍ୟ ପୂର୍ବ ବିଜେଡି ସରକାର ସମୟରେ ୨୦୧୯ରେ ହୋଇଥିଲା । ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଦ୍ୱାରା ୧୯୯୩ରେ ଜିଲ୍ଲା ଘୋଷଣା ହେବା ଠାରୁ ନୂଆପଡା ବିଜୁ ଜନତା ଦଳର ଫୋକସରେ ରହିଆସିଛି । ୧୬ ମାସରେ ନୂଆପଡା ପାଇଁ ଇଟା ଖଣ୍ଡେ ଯୋଡିନଥିବା ବିଜେପି ସରକାର, ନିର୍ବାଚନ ଘୋଷଣା ହେବା ସମୟରେ ନୂଆପଡାବାସୀଙ୍କୁ ବିଭ୍ରାନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆପଡା ଗସ୍ତ ରାଜନୀତିକ ଉଦେ୍ଦଶ୍ୟ ପ୍ରଣୋଦିତ । ସେହିପରି ବିଧାୟକ ଶ୍ରୀ ପାତ୍ର କହିଛନ୍ତି, ରାଜ୍ୟବାସୀଙ୍କ ସମସ୍ୟାକୁ ଅଣଦେଖା କରି ମୁଖ୍ୟମନ୍ତ୍ରୀ ନୂଆପଡାରେ ନିର୍ବାଚନ ପ୍ରଚାରରେ ବ୍ୟସ୍ତ । ଲଗାଣ ବର୍ଷା ଯୋଗୁ ଉତ୍ତର ଓଡିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଏହାକୁ ଗୁରୁତ୍ୱର ସହ ନନେବା ଦୁଃଖଦାୟକ ।

Previous Post

ବିହାର ବିଧାନସଭା ନିର୍ବାଚନ: ନଭେମ୍ବର ୬ ଓ ୧୧ରେ ନିର୍ବାଚନ, ୧୪ରେ ଫଳାଫଳ

Next Post

ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ବିରୋଧରେ ବିଜେଡିର ପ୍ରତିବାଦ

FNN WEB

FNN WEB

Next Post
ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ବିରୋଧରେ ବିଜେଡିର ପ୍ରତିବାଦ

ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ବିରୋଧରେ ବିଜେଡିର ପ୍ରତିବାଦ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.