• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କଳିଙ୍ଗ ଷ୍ଟାଡ଼ିୟମରେ ହେବ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

FNN WEB by FNN WEB
October 10, 2025
in ଓଡ଼ିଶା, ମୁଖ୍ୟ ଖବର
0
କଳିଙ୍ଗ ଷ୍ଟାଡ଼ିୟମରେ ହେବ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍
0
SHARES
1
VIEWS

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ଅର୍ଥାତ୍‌ ଅକ୍ଟୋବର ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍‌ର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର ଠାରେ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍ ୟୁନିୟନ, ଓଡ଼ିଶା ଟେବୁଲ ଟେନିସ୍ ଆସୋସିଏସନ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତାର ଆୟୋଜନ କରାଯିବ। ଦୀର୍ଘ ୧୬ ବର୍ଷ ପରେ ଭାରତରେ ଏସୀୟ ଟେବୁଲ ଟେନିସ୍‌ ଚାମ୍ପିୟାନସିପ୍‌ର ଆୟୋଜନ କରାଯାଉଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍ ଆୟୋଜିତ ହେଉଛି।

୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପରେ ପ୍ରାୟ ୨୨ଟି ଦେଶ ଯଥା ଭାରତ, ଚୀନ, ଜାପାନ, କୋରିଆ ରିପବ୍ଲିକ, ଡେମୋକ୍ରାଟିକ ପିପୁଲ୍ସ ରିପବ୍ଲିକ ଅଫ କୋରିଆ, ତାଇୱାନ, ହଙ୍ଗକଙ୍ଗ, ସିଙ୍ଗାପୁର, ଚାଇନିଜ ମକାଓ, ବାଙ୍ଗଲାଦେଶ, ଇରାନ, କଜାକିସ୍ତାନ, କିର୍ଗୀସ୍ତାନ, ମାଲେସିଆ, ମାଳଦୀପ, ମଙ୍ଗୋଲିଆ, ନେପାଳ, ଓମାନ, କତାର, ଶ୍ରୀଲଙ୍କା, ଥାଇଲାଣ୍ଡ, ଉଜବେକିସ୍ତାନରୁ ୫୦୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌, ସପୋର୍ଟ ଷ୍ଟାଫ ଆଦି ଅଂଶଗ୍ରହଣ କରିଛନ୍ତି। ଉଭୟ ପୁରୁଷ ଓ ମହିଳା ଟିମ୍ ଏହି ଚାମ୍ପିୟନସିପ୍‌ରେ ଅଂଶଗ୍ରହଣ କରୁଛନ୍ତି। ଏହି ଚାମ୍ପିୟନସିପ୍‌ରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଟିମ୍ ଗୁଡ଼ିକ ଆଗାମୀ ଦିନରେ ଲଣ୍ଡନରେ ଆୟୋଜିତ ହେବାକୁ ଥିବା ଆଇଆଇଟିଏଫ ୱାର୍ଲଡ଼ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍-୨୦୨୬ ପାଇଁ ଯୋଗ୍ୟ ବିବେଚିତ ହେବେ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ବିଶ୍ୱର ଟପ୍ ରାଙ୍କିଙ୍ଗ ଟେବୁଲ ଟେନିସ୍‌ ଖେଳାଳୀମାନେ ଏହି ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍‌ରେ ଅଂଶ ଗ୍ରହଣ କରିଛନ୍ତି। ଭାରତରୁ ମହିଳା ବିଭାଗରେ ଶ୍ରୀଜା ଅକୁଲା, ମନିକା ବତ୍ରା, ଦିୟା ଚିତଲେ, ଯଶସ୍ଵିନୀ ଘୋରପଡ଼େ, ସ୍ୱସ୍ତିକା ଘୋଷ ଏବଂ ପୁରୁଷ ବିଭାଗରେ ଅଙ୍କୁର ଭଟ୍ଟାଚାର୍ଯ୍ୟ, ପୟାସ ଜୈନ୍‌, ମାନୁଷ ଶାହା, ସ୍ନେହିତ ସୁରବଜ୍ଜୁଲା, ମାନବ ଠକ୍କର ଆଦି କ୍ରୀଡାବିତ୍‌ ଅଂଶଗ୍ରହଣ କରିଛନ୍ତି। ଇତି ମଧ୍ୟରେ ବିଭିନ୍ନ ଦେଶରୁ କ୍ରୀଡ଼ାବିତ୍‌ମାନେ ଆସି ଭୁବନେଶ୍ଵର ଠାରେ ପହଞ୍ଚିଛନ୍ତି। ଖେଳାଳୀମାନେ ପ୍ରତିଯୋଗିତା ପାଇଁ ନିଜର ଅଭ୍ୟାସ ମଧ୍ୟ ଆରମ୍ଭ କରିଛନ୍ତି। ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ କରିବା ନିମନ୍ତେ ସମସ୍ତ ପ୍ରକାର ପ୍ରସ୍ତୁତିକୁ ବିଭାଗ ପକ୍ଷରୁ ସୁନିଶ୍ଚିତ କରାଯାଇଛି। ଅନ୍ତର୍ଜାତୀୟ ଟେବୁଲ ଟେନିସ୍ ମହାସଂଘ ଦ୍ୱାରା ସ୍ୱୀକୃତ ବିଶ୍ୱ ସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଠାରୁ ଆରମ୍ଭ କରି ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା, କ୍ରୀଡ଼ାବିତ୍‌ମାନଙ୍କର ଆତିଥ୍ୟ, ରହଣି ଓ ସୁରକ୍ଷା ବ୍ୟବସ୍ଥା ଆଦିକୁ ସୁନିଶ୍ଚିତ କରାଯାଇଛି। ଏଥିସହିତ ବିଗତ ଅକ୍ଟୋବର ୬ ତାରିଖରେ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ଟ୍ରଫି ଅନାବରଣ କାର୍ଯ୍ୟକ୍ରମ ଆୟୋଜିତ ହେବା ସହିତ ଇତି ମଧ୍ୟରେ ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ, ମହାବିଦ୍ୟାଳୟ, ସପିଙ୍ଗ ମଲ୍ ଆଦିରେ ଟ୍ରଫି ଟୁର୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଲୋକମାନଙ୍କ ମଧ୍ୟରେ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିୟନସିପ୍‌ର ଆୟୋଜନକୁ ନେଇ ମଧ୍ୟ ଉତ୍ସାହ ପରିଲକ୍ଷିତ ହୋଇଛି। ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ପାଇଁ ବୁକ୍ ମାଇ ସୋ (Book My Show) ୱେବ୍ସାଇଟରେ ମଧ୍ୟ ଟିକେଟ ବୁକିଂ ବ୍ୟବସ୍ଥା କରାଯାଇଛି। କ୍ରୀଡ଼ାପ୍ରେମୀ ଓ ଦର୍ଶକମାନେ ବୁକ୍ ମାଇ ସୋ (Book My Show) ୱେବ୍ସାଇଟକୁ ଯାଇ ଏସୀୟ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ଦେଖିବା ପାଇଁ ନିଜର ଟିକେଟ ବୁକ୍ କରିପାରିବେ ବୋଲି କହିଛନ୍ତି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ।

ଏଥିସହିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ଆଜିଠାରୁ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏହା ଆସନ୍ତା ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଥିବା ବେଳେ ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଛନ୍ତି। ଓଡ଼ିଶାରେ ଏକା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଟୁର୍ଣ୍ଣାମେଣ୍ଟର ଆୟୋଜନ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ବିଗତ ଅଗଷ୍ଟ ମାସରେ ଭାରତର ପ୍ରଥମ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜର ଆୟୋଜନ ମଧ୍ୟ କଳିଙ୍ଗ ଷ୍ଟାଡ଼ିୟମରେ ସଫଳତାର ସହ କରାଯାଇଥିଲା। ବିଶ୍ୱ ସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଠାରୁ ନେଇ ବିଭିନ୍ନ ଅନ୍ତର୍ଜାତୀୟ ପ୍ରତିଯୋଗିତାର ଆୟୋଜନ କରିବା ସହ ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଛନ୍ତି।

ଆଜିର କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ଏସିଆ ଟେବୁଲ ଟେନିସ୍‌ ୟୁନିୟନ୍‌ର ରିଜନାଲ ଭାଇସ୍‌ ପ୍ରେସିଡ଼େଣ୍ଟ ଶେଖ୍ ହୟାତ୍ ଅଲ୍ ଖଲିଫା, ଟୁର୍ନାମେଣ୍ଟ ନିର୍ଦ୍ଦେଶକ ଏନ. ଗଣେଶନ, ଅଲମ୍ପିୟାନ୍‌ ତଥା ପଦ୍ମଶ୍ରୀ ଅଚନ୍ତା ଶରତ କମଲ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଗ୍ରୀଡକୋ ସହ ରିନ୍ୟୁ ଇ-ଫୁଏଲସ୍ ଏବଂ ଅଲଟ୍ରାଟେକ୍ ସିମେଣ୍ଟ୍ ରିନେବୁଲ ଏନର୍ଜି ବ୍ୟାଙ୍କିଂ ପାଇଁ ଚୁକ୍ତିନାମା ସ୍ୱାକ୍ଷରିତ

Next Post

ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

FNN WEB

FNN WEB

Next Post
ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.