• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଟାଇମ୍‍ସ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬: ବିଶ୍ୱରେ ୫୦୧ କୋହର୍ଟରେ କିଟ୍‍, ଭାରତର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

FNN WEB by FNN WEB
October 10, 2025
in ଓଡ଼ିଶା, ମୁଖ୍ୟ ଖବର
0
୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ
0
SHARES
0
VIEWS

ଭୁବନେଶ୍ୱର: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ପ୍ରକାଶ ପାଇଛି। ଚଳିତବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ବିଶ୍ୱ ତଥା ସର୍ବଭାରତୀୟସ୍ତରରେ ତାର ସ୍ଥାନରେ ଉନ୍ନତି ଆଣିଛି। ଗୁରୁବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ- ୨୦୨୬ ପ୍ରକାଶିତ ହୋଇଥିବା ବେଳେ ଏଥିରେ କିଟ୍‍ ଅତ୍ୟଧିକ ଭଲ ପ୍ରଦର୍ଶନ କରିଛି। ବିଶ୍ୱର ୨୧୯୧ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍‍ ୫୦୧ କୋହର୍ଟ ମଧ୍ୟ ରହିଛି। ସେହିପରି କିଟ୍‍ ବିଶ୍ୱବିଦ୍ୟାଳୟ ଦେଶର ୧୨୮ଟି ଅନୁଷ୍ଠାନ ମଧ୍ୟରେ ଶ୍ରେଷ୍ଠ ୫ମ ବିଶ୍ୱବିଦ୍ୟାଳୟ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ସ୍ଥାନରେ ରହିବାର ଗୌରବ ଅର୍ଜନ କରିଛି। ଭାରତରେ ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସାଇନ୍‍ସେସ୍‍ (ଆଇଆଇଏସ୍‍) ଏହି ରାଙ୍କିଙ୍ଗର ପ୍ରଥମ ସ୍ଥାନରେ ରହିଥିବା ବେଳେ କିଟ୍‍ ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ହେବାର ଗୌରବ ଅର୍ଜନ କରିଛି।

ଚଳିତବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗର ଆକାଡେମିକ୍‍ ଏକ୍‍ସଲେନ୍‍ସରେ କିଟ୍‍ ସମଗ୍ର ବିଶ୍ୱରେ ୨୫୯ତମ ସ୍ଥାନରେ ରହିଛି। ଟାଇମ୍‍ସ ହାଇଅର ଏଜୁକେସନ୍‍ ୫ଟି ମାନଦଣ୍ଡକୁ ନେଇ ରାଙ୍କିଙ୍ଗ ପ୍ରଦାନ କରିଥାନ୍ତି। କିଟ୍‍ ବିଶ୍ୱବିଦ୍ୟାଳୟ ଇଣ୍ଡଷ୍ଟ୍ରି ଇଣ୍ଟିଗ୍ରେସନ୍‍, ଇଣ୍ଟରନ୍ୟାସ୍‍ନାଲ ଆଉଟଲୁକ ଓ ସୋସିଆଲ୍‍ କମିଟ୍‍ମେଣ୍ଟ (ଏସ୍‍ଡିଜି) ମାନଦଣ୍ଡରେ ଭାରତରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି। ଚଳିତବର୍ଷ ମଧ୍ୟ ଦେଶର ପୂର୍ବାଞ୍ଚଳ ଓ ଓଡ଼ିଶା ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‍ ପ୍ରଥମ ସ୍ଥାନରେ ରହିପାରିଛି। କିଟ୍‍ ଖୁବ୍‍ କମ୍‍ ଦିନର ଏକ ବିଶ୍ୱବିଦ୍ୟାଳୟ ହୋଇଥିବା ବେଳେ ବିଶ୍ୱର ଲବ୍‍ଧ ପ୍ରତିଷ୍ଠିତ ଓ ପୁରାତନ ବିଶ୍ୱବିଦ୍ୟାଳୟଗୁଡ଼ିକ ସହ ସମକକ୍ଷ ହୋଇ ଏତେ ଉନ୍ନତ ପ୍ରଦର୍ଶନ କରିଥିବାରୁ ବହୁ ଶିକ୍ଷାବିତ୍‍ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସାଧୁବାଦ ଜଣାଇଛନ୍ତି।

ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୬ରେ କିଟ୍‍ର ଏହି ପ୍ରଦର୍ଶନକୁ ପ୍ରଶଂସା କରାଯାଇଛି। ଟାଇମ୍‍ସ ପକ୍ଷରୁ କୁହାଯାଇଛି, କିଟ୍‍ର ଏହି ପ୍ରଦର୍ଶନ ଦଶନ୍ଧି ଧରି ସ୍ଥାନୀୟ ଉତ୍କର୍ଷତାରୁ ବିଶ୍ୱସ୍ତରୀୟ ସ୍ୱୀକୃତିକୁ ପ୍ରତଫଳିତ କରୁଛି। ଓଡ଼ିଶା ଭଳି ଏକ ଛୋଟିଆ ରାଜ୍ୟରେ କିଟ୍‍ ପ୍ରତିଷ୍ଠା ହୋଇଥିଲେ ମଧ୍ୟ ବିଶ୍ୱରେ ତାର ପରିଚୟ ପ୍ରତିଫଳିତ ହେବା ସହ ସ୍ୱୀକୃତି ଲାଭ କରିପାରିଛି। କିଟ୍‍ ଓଡ଼ିଶାର ଏକ ସାମାଜିକ ଅନ୍ତର୍ଭୁକ୍ତି ବିଶ୍ୱବିଦ୍ୟାଳୟ ନବସର୍ଜନା, କରୁଣା ଏବଂ ଗୁଣାତ୍ମକ ଶିକ୍ଷା ମାଧ୍ୟମରେ ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟମାନଙ୍କ ସହିତ ପ୍ରତିଯୋଗିତା କରିପାରେ ବୋଲି ଏହି ରାଙ୍କିଙ୍ଗରୁ ସ୍ପଷ୍ଟ ହୋଇଛି।

କିଟ୍‍ର ଏହି ସଫଳତାରେ ଖୁସି ବ୍ୟକ୍ତ କରି ଶ୍ରୀ ସାମନ୍ତ କହିଛନ୍ତି, ପ୍ରତ୍ୟେକ ରାଜ୍ୟ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ବିଶ୍ୱର ଶ୍ରେଷ୍ଠ ୫ଶହଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ରହିବାକୁ ଆଶା ରଖିଥାନ୍ତି। କିଟ୍‍ ମାତ୍ର ୨୮ ବର୍ଷର ଅନୁଷ୍ଠାନ ଓ ୨୨ ବର୍ଷର ବିଶ୍ୱବିଦ୍ୟାଳୟ ହୋଇଥିବା ବେଳେ ଏହା ବିଶ୍ୱର ବହୁ ଲବ୍‍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ମଧ୍ୟରେ ୫୦୧କୋହର୍ଟ ମଧ୍ୟରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛି। ଏହା ଠାକୁରଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଶୁଭେଚ୍ଛା ପାଇଁ ସମ୍ଭବ ହୋଇପାରିଛି ବୋଲି ସେ କହିଛନ୍ତି। ଏହା ଓଡ଼ିଶା ତଥା ଭାରତ ପାଇଁ ଗର୍ବ ଓ ଗୌରବର ବିଷୟ। ଏହି ସଫଳତା ପାଇଁ କିଟ୍‍ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ପ୍ରତିଷ୍ଠାତା ଶ୍ରୀ ସାମନ୍ତଙ୍କ ନିରନ୍ତର ପ୍ରଚେଷ୍ଟା ଓ ଦୂରଦୃଷ୍ଟିକୁ ସାଧୁବାଦ ଜଣାଇଛନ୍ତି।

Previous Post

ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

Next Post

ଆଇଏଏସ୍‌ ସ୍ତରରେ ଅଦଳବଦଳ: କେନ୍ଦ୍ରକୁ ଗଲେ ୩ ବରିଷ୍ଠ ଅଧିକାରୀ

FNN WEB

FNN WEB

Next Post
୩୦ ଜୁନ୍‌ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଆଇଏଏସ୍‌ ସ୍ତରରେ ଅଦଳବଦଳ: କେନ୍ଦ୍ରକୁ ଗଲେ ୩ ବରିଷ୍ଠ ଅଧିକାରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.