• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ ଓ ଶହୀଦ ବାଜିରାଉତ ଶ୍ରାଦ୍ଧଦିବସ ପାଳିତ

FNN WEB by FNN WEB
October 11, 2025
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ ଓ ଶହୀଦ ବାଜିରାଉତ ଶ୍ରାଦ୍ଧଦିବସ ପାଳିତ
0
SHARES
2
VIEWS


ସମ୍ପୂର୍ଣ୍ଣକ୍ରାନ୍ତିର ମହାନାୟକ ଥିଲେ ଜୟପ୍ରକାଶ’ତ୍ୟାଗର ଅବିସ୍ମରଣୀୟ ପ୍ରତୀକ ବାଜି ରାଉତ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଶହୀଦ ବାଜି ରାଉତ ମେମୋରିଆଲ୍‌ ଫାଉଣ୍ଡେସନ୍‌ର ମଳିତ ଆନୁକୂଲ୍ୟରେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ପବିତ୍ର ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧଦିବସ ଜୟଦେବ ଭବନଠାରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଲେ ଯେ ଅନ୍ୟାୟ ଓ ଶୋଷଣ ବିରୁଦ୍ଧରେ ଜୟପ୍ରକାଶ ନାରାୟଣଙ୍କର ଜୀବନବ୍ୟାପୀ ସଂଗ୍ରାମ ତାଙ୍କୁ ଆଧୁନିକ ଭାରତର ଇତିହାସରେ ଏକ ସ୍ୱତନ୍ତ୍ର ସ୍ଥାନ ପ୍ରଦାନ କରିଛି । ସେ ଥିଲେ ଜଣେ ମହାନ୍‌ ସ୍ୱାଧୀନତା ସଂଗ୍ରାମୀ, ବିଚକ୍ଷଣ ବ୍ୟକ୍ତିତ୍ୱର ଅଧିକାରୀ, ସମାଜବାଦୀ ଆଦର୍ଶର ଅନ୍ୟତମ ପ୍ରବକ୍ତା, ବିଚକ୍ଷଣ ରାଜନୀତିଜ୍ଞ ଓ ସାମାଜିକ ନ୍ୟାୟ ପାଇଁ ଅଙ୍ଗୀକାରବଦ୍ଧ ଜନନେତା । ସେ ଥିଲେ ସମ୍ପୂର୍ଣ କ୍ରାନ୍ତିର ମହାନାୟକ । ୧୯୭୫ ମସିହାରେ ଜରୁରୀକାଳୀନ ପରିସ୍ଥିତି ସମୟରେ ସମ୍ବିଧାନର ସୁରକ୍ଷା ପାଇଁ ତାଙ୍କ ଅବଦାନ ଚିରସ୍ମରଣୀୟ ରହିବ । ତାଙ୍କର ଉଚ୍ଚ ଆଦର୍ଶ ଓ ବଳିଷ୍ଠ ନେତୃତ୍ୱ ଭାରତୀୟ ଜନଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି । ତାଙ୍କର ବଳିଷ୍ଠ ବ୍ୟକ୍ତିତ୍ୱ, ରାଜନୈତିକ ଆଦର୍ଶ ଏବଂ ଏକଛତ୍ରବାଦ ବିରୁଦ୍ଧରେ ସଂଗ୍ରାମ ପାଇଁ ସେ ଅମର ହୋଇ ରହିବେ ।

ମନ୍ତ୍ରୀ ଶ୍ରୀ ପାତ୍ର ଆହୁରି ମଧ୍ୟ କହିଲେ ଯେ ସେବା ଓ ତ୍ୟାଗର ଅବିସ୍ମରଣୀୟ ପ୍ରତୀକ ଥିଲେ ବାଜି ରାଉତ । ୧୨ ବର୍ଷର ବୀର ବାଳକ ବାଜିରାଉତଙ୍କର ବଳିଦାନ ବ୍ରିଟିଶ ସରକାର ବିରୁଦ୍ଧରେ ଲଢ଼ିବାକୁ ହଜାର ହଜାର ସଂଗ୍ରାମୀ ସୃଷ୍ଟି କରିଥିଲା । ତାଙ୍କର ବଳିଦାନ ସମଗ୍ର ଦେଶର ଜନମାନସରେ ଏକ ଅଭୂତପୂର୍ବ ଉତ୍ସାହ ଭରି ଦେଇଥିଲା ଏବଂ ତତ୍‌କାଳୀନ ରାଜନୈତିକ ସାମାଜିକ ପରିବେଶରେ ସଂଗ୍ରାମର ଏକ ନୂତନ ଆଲୋକ ଉନ୍ମେଷ ହୋଇଥିଲା । ସେହିପରି ଦେଶର ସ୍ୱାଧୀନତା ପାଇଁ ୧୨ ବର୍ଷର ବାଳକ ବାଜିରାଉତ ବୀରତ୍ୱର ଯେଉଁ ପରାକାଷ୍ଠା ପ୍ରଦର୍ଶନ କରିଯାଇଛନ୍ତି ତାହା ଓଡ଼ିଶା ଇତିହାସରେ ଚିର ଜାଜ୍ଜୁଲ୍ୟମାନ ରହିବ । ବାଜି ରାଉତଙ୍କ ପୈତୃକ ଗ୍ରାମ ନୀଳକଣ୍ଠପୁରର ଉନ୍ନତି ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫ କୋଟି ଟଙ୍କା ଅନୁମୋଦନ କରିଛନ୍ତି । ଏହି ଅର୍ଥରାଶିରେ ପାଠାଗାର, ପାର୍କ, ମୁ୍ୟଜିୟମ୍‌ ଏବଂ ଆନୁଷଙ୍ଗିକ ଭିତ୍ତିଭୂମିର ଉନ୍ନତିକରଣ କରାଯିବ । ଏତଦ୍‌ବ୍ୟତୀତ ଢେଙ୍କାନାଳର ବାଜି ରାଉତ ଛକଠାରେ ବାଜି ରାଉତଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ । ଏଥି ନିମନ୍ତେ ୨ କୋଟି ଟଙ୍କାର ବ୍ୟୟବରାଦ କରାଯିବ । ଆଗାମୀ ଦିନରେ ଏହି ସର୍ବ କନିଷ୍ଠ ସହିଦଙ୍କର ତ୍ୟାଗପୁତ ଜୀବନ କେବଳ ଓଡିଶା ନୁହେଁ ସାରା ଭାରତ ବର୍ଷ ଜାଣିବା ପାଇଁ ପ୍ରୟାସ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ଆହ୍‌ାନ ଦେଇଥିଲେ ।

ସମ୍ମାନିତ ଅତିଥି ଭାବେ ଯୋଗଦେଇ ପରଜଙ୍ଗ ବିଧାୟକ ଶ୍ରୀ ବିଭୁତି ଭୂଷଣ ପ୍ରଧାନ, କାମାକ୍ଷାନଗର ବିଧାୟକ ଶ୍ରୀ ଶତ୍ରୁଘ୍ନ ଜେନା ସେମାନଙ୍କ ବକ୍ତବ୍ୟରେ କହିଲେ ଯେ ଅନ୍ୟାୟ ଓ ଶୋଷଣ ବିରୁଦ୍ଧରେ ଜୟପ୍ରକାଶ ନାରାୟଣଙ୍କର ଜୀବନବ୍ୟାପୀ ସଂଗ୍ରାମ ତାଙ୍କୁ ଆଧୁନିକ ଭାରତର ଇତିହାସରେ ଏକ ସ୍ୱତନ୍ତ୍ର ସ୍ଥାନ ପ୍ରଦାନ କରିଛି । ସେ ଥିଲେ ଜଣେ ମହାନ୍‌ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆଦର୍ଶର ଅନ୍ୟତମ ପ୍ରବକ୍ତା, ବିଚକ୍ଷଣ ରାଜନୀତିଜ୍ଞ ଓ ସାମାଜିକ ନ୍ୟାୟ ପାଇଁ ଅଙ୍ଗୀକାରବଦ୍ଧ ଜନନେତା । ଆଜିର ଯୁବପିଢି ବାଜି ଓ ଜୟପ୍ରକାଶଙ୍କ ଆଦର୍ଶରୁ ଶିଖି ନିଜେ ରାଷ୍ଟ୍ରନିର୍ମାଣର ଯାତ୍ରାରେ ଅଂଶୀଦାର ହୁଅ;ୁ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।
ମୁଖ୍ୟବକ୍ତା ଭାବେ ଯୋଗଦେଇ ଗବେଷକ ତଥା ସୁବକ୍ତା ସଚ୍ଚିଦାନନ୍ଦ ବେହେରା କହିଲେ ଯେ, ଲୋକନାୟକ ଜୟପ୍ରକାଶ ନାରାୟଣ ଥିଲେ ଜନଶକ୍ତିର ଜାଗ୍ରତ ପ୍ରହରୀ। ତାଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ସମ୍ପୂର୍ଣ୍ଣ କ୍ରାନ୍ତି ଆନ୍ଦୋଳନ ଦେଶର ଯୁବପିଢିକୁ ଜାଗ୍ରତ କରିଥିଲା । ଜୟପ୍ରକାଶ ନାରାୟଣଙ୍କ ଜୀବନ ଆମକୁ ଶିଖାଏ ଯେ ସତ୍ୟ, ନୀତି ଓ ସେବା ହିଁ ସର୍ବୋତ୍କୃଷ୍ଟ ରାଜଧର୍ମ । ସେଥିପାଇଁ ତାଙ୍କ ନାମ ପଛରେ ଯୋଡି ହେଇଥିଲା ଲୋକନାୟକ ଓ ଭାରତରନି । ଶ୍ରୀ ବେହେରା ଅମର ଶହୀଦ ବାଜିରାଉତଙ୍କ ଜୀବନୀ ଉପରେ ଆଲୋକପାତ କରି ତାଙ୍କୁ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତର ସର୍ବକନିଷ୍ଠ ଶହୀଦ ବୋଲି ମତ ଦେଇଥିଲେ । ତାଙ୍କର ବଳିଦାନ, ବୀରତ୍ୱ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀଙ୍କ ମନରେ ପ୍ରେରଣା ଓ ଜାତୀୟତାର ଭାବ ଉଦ୍ରେକ କରିଥିଲା ବୋଲି ସେ ମତ ଦେଇଥିଲେ । ବାଳକ ବାଜି ରାଉତଙ୍କ ସାହସ ଏବଂ ଦେଶପ୍ରେମ ଆଜି ସାରା ବିଶ୍ୱରେ ଅମର ଯଶର ଅଧିକାରୀ ହୋଇ ଆମ ରାଜ୍ୟ ଓଡ଼ିଶାକୁ ଗୌରବ ମଣ୍ଡିତ କରିଛି ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରି କହିଲେ ଯେ ଲୋକନାୟକ ଜୟପ୍ରକାଶ ନାରାୟଣ ସ୍ୱାଧୀନତା ଏବଂ ନ୍ୟାୟ ପାଇଁ ସଂଘର୍ଷର ପ୍ରତିମୂର୍ତ୍ତି ଥିଲେ କହିଲେ ଅତୁ୍ୟକ୍ତି ହେବ ନାହିଁ । ସ୍ୱାଧୀନତା ପରବର୍ତ୍ତୀ ସମୟରେ ଗଣତନ୍ତ୍ର ଜୀବନରେ ତାଙ୍କର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିଲା ‘ସମ୍ପୂର୍ଣ କ୍ରାନ୍ତି’ ଆନ୍ଦୋଳନର ନେତୃତ୍ୱ ଯାହା ଜରୁରୀକାଳୀନ ପରିସ୍ଥିତିର କାରଣ ପାଲଟିଥିଲା । ଆଜି ବି ଲୋକନାୟକ ଜୟପ୍ରକାଶ ନାରାୟଣ ଶ୍ରେଣୀବିହୀନ ଏବଂ ରାଷ୍ଟ୍ରବିହୀନ ସାମାଜିକ ବ୍ୟବସ୍ଥାର ଅଗ୍ରଦୂତ ଭାବେ ଆମ ଆଗରେ ଚିରନମସ୍ୟ ଓ ବନ୍ଦନୀୟ ବ୍ୟକ୍ତିତ୍ୱ ରୂପେ ପ୍ରତିଭାତ ହୋଇଛନ୍ତି । ଆଜି ଆମେ ଭାରତର ସର୍ବକନିଷ୍ଠ ଶହୀଦ ଓ ସ୍ୱାଧୀନତା ସଂଗ୍ରାମୀ ଓଡ଼ିଶାର ଢେଙ୍କାନାଳରେ ଜନ୍ମଗ୍ରହଣ କରିଥିବା ବାଜି ରାଉତଙ୍କ ଶ୍ରାଦ୍ଧ ଦିବସରେ, ତାଙ୍କ ବଳିଦାନକୁ ସ୍ମରଣ କରୁଛୁ, ଯାହାଙ୍କୁ ବାର ବର୍ଷ ବୟସରେ ବ୍ରିଟିଶ ଫଉଜଙ୍କ ଗୁଳିରେ ପ୍ରାଣବଳୀ ଦେବାକୁ ପଡିଥିଲା । ଦେଶର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମୀ ବାଜି ରାଉତ ଭାରତର ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅବଦାନକୁ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ କରି ଯାଇଛନ୍ତି ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥିମାନେ ଲୋକନାୟକ ଜୟପ୍ରକାଶ ନାରାୟଣ ଓ ଶହୀଦ ବାଜି ରାଉତଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିବାବେଳେ ଓଡିଶା ମୁ୍ୟଜିକ ହେରିଟେଜ ତରଫରୁ ପ୍ରାରମ୍ଭିକ ସଂଗୀତ ଗାନ କରା ଯାଇଥିଲା । ଶହୀଦ ବାଜି ରାଉତ ମେମୋରିଆଲ ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ଡ. କୃଷ୍ଣଚନ୍ଦ୍ର ଆଇଚ ଧନ୍ୟବାଦ ଅର୍ପଣ କରିଥିଲେ । ଲୋକ ସମ୍ପର୍କ ଅଧିକାରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁରବୀର ସିଂହ, ଜୟଦେବ ଭବନର ଉପ ନିର୍ଦ୍ଦେଶକ ଦିପ୍ତିମୟୀ ମହାପାତ୍ର, ଉପ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।

Previous Post

ଉପମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ

Next Post

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ

FNN WEB

FNN WEB

Next Post
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.